ହାଇଓ୍ବା ଓ ଯାତ୍ରୀବାହୀ ବସ ମଧ୍ୟରେ ଧକ୍କା; ୫ ଯାତ୍ରୀ ଗୁରୁତର, ୧୫ରୁ ଉର୍ଦ୍ଧ୍ବ ଆହତ

The Sakala Picture
Published On

କରଞ୍ଜିଆ: ମୟୂରଭଞ୍ଜ ଜିଲ୍ଲାର କରଞ୍ଜିଆ ସହରର ବାମନା ଶାଳ ନିକଟରେ ଥିବା ଗ୍ରିଡ ସବ୍ ଷ୍ଟେସନ ସମ୍ମୁଖରେ ଏକ ବାଲି ବୋଝେଇ ହଇୱାକୁ କଲ୍ୟାଣୀ ନାମକ ଏକ ଘରୋଇ ବସ ଧକ୍କା ଦେଇଛି । ଫଳରେ ବସରେ ଥିବା ଯାତ୍ରୀଙ୍କ ମଧ୍ୟରୁ ୫ ଜଣ ସମ୍ପୂର୍ଣ ଗୁରୁତର ହେଇଥିବାବେଳେ ୧୫ ରୁ ଉର୍ଦ୍ଧ୍ବ ବ୍ୟକ୍ତି ଆହତ ହେଇଥିବା ଜଣାଯାଇଛି। ସୂଚନା ଅନୁସାରେ, କଲ୍ୟାଣୀ ନାମକ ଘରୋଇ ବସ ଆଜି କରଞ୍ଜିଆ ବ୍ଲକ ହାତୀବାରି ଠାରୁ କରଞ୍ଜିଆ ସହର […]

କରଞ୍ଜିଆ: ମୟୂରଭଞ୍ଜ ଜିଲ୍ଲାର କରଞ୍ଜିଆ ସହରର ବାମନା ଶାଳ ନିକଟରେ ଥିବା ଗ୍ରିଡ ସବ୍ ଷ୍ଟେସନ ସମ୍ମୁଖରେ ଏକ ବାଲି ବୋଝେଇ ହଇୱାକୁ କଲ୍ୟାଣୀ ନାମକ ଏକ ଘରୋଇ ବସ ଧକ୍କା ଦେଇଛି । ଫଳରେ ବସରେ ଥିବା ଯାତ୍ରୀଙ୍କ ମଧ୍ୟରୁ ୫ ଜଣ ସମ୍ପୂର୍ଣ ଗୁରୁତର ହେଇଥିବାବେଳେ ୧୫ ରୁ ଉର୍ଦ୍ଧ୍ବ ବ୍ୟକ୍ତି ଆହତ ହେଇଥିବା ଜଣାଯାଇଛି।

ଆହୁରି ପଢ଼ନ୍ତୁ: ଜେନ୍‌-ଜିଙ୍କ ମନୋବଳ ବଢ଼ାଇଲେ ନବୀନ; ‘ଏକ୍ସ’ରେ ଛଅ ଧାଡ଼ିଆ ପୋଷ୍ଟକୁ ନେଇ ଜାତୀୟ ସ୍ତରରେ ଚର୍ଚ୍ଚା

ସୂଚନା ଅନୁସାରେ, କଲ୍ୟାଣୀ ନାମକ ଘରୋଇ ବସ ଆଜି କରଞ୍ଜିଆ ବ୍ଲକ ହାତୀବାରି ଠାରୁ କରଞ୍ଜିଆ ସହର ଅଭିମୁଖେ ଆସୁଥିବାବେଳେ ଏକ ବାଲି ବୋଝେଇ ହାଇୱା ନମ୍ୱର ଓଡି ୧୬ ଏ ୦୭୯୦ କୁ ଗ୍ରିଡ୍ ସବ୍ ଷ୍ଟେସନ ସମ୍ମୁଖରେ ପଛ ପଟୁ ଧକ୍କା ଦେବା ଫଳରେ ଏଭଳି ମର୍ମନ୍ତୁଦ ଦୁର୍ଘଟଣା ଘଟିଥିଲା । ଖବର ପାଇ ୩ ଟି ୧୦୮ ଆମ୍ବୁଲାନ୍ସ ସହିତ ପୁଲିସ ମଧ୍ୟ ନିଜ ଗାଡିରେ ସମସ୍ତ ଆହତଙ୍କୁ ଉଦ୍ଧାର କରି କରଞ୍ଜିଆ ମେଡିକାଲ ରେ ଭର୍ତ୍ତି କରିଛନ୍ତି। ଦୁର୍ଘଟଣା ରେ ବହୁ ସଂଖ୍ୟକ ସ୍ଥାନୀୟ ମହିଳା ଥିବା ଜଣାଯାଇଛି । ଘଟଣା ସ୍ଥଳରେ ପୁଲିସ ପହଂଚି ତଦନ୍ତ ଆରମ୍ଭ କରିଛି । ଅନ୍ୟପଟେ ମେଡିକାଲ ପରିସରରେ ଉତ୍ତେଜନା ଦେଖାଦେଇଛି ।

ଆହୁରି ପଢ଼ନ୍ତୁ: ବିଜେପି ନେତାଙ୍କ ମନ୍ତବ୍ୟକୁ ବିଜେଡିର କଡ଼ା ବିରୋଧ: ନବୀନଙ୍କ ବୟସକୁ ନେଇ ଆକ୍ଷେପ ବିକୃତ ମାନସିକତା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର