ମୟୂରଭଞ୍ଜ: ମୟୂରଭଞ୍ଜ ଜିଲ୍ଲା ସଦରମହକୁମା ବାରିପଦା ସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ(ପିଆରଏମ) ମେଡିକାଲ କଲେଜ ଓ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟିଛି। ୭ ମହାଲ ବିଶିଷ୍ଟ କୋଠର ୩ୟ ମହାଲରେ ଥିବା ଓଟିରେ ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛି। ବିଦ୍ୟୁତ ସଟସର୍କିଟ ଯୋଗୁଁ ଏହି ଅଗ୍ନିକାଣ୍ଡ ଘଟିଥିବା କୁହାଯାଉଛି। ଖବର ପାଇ ଅଗ୍ନିଶମ ବିଭାଗ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛି। ୩ ମହଲାରେ ଶିଶୁ ବିଭାଗ ଏବଂ ଓଟି ରହିଛି । ପୁଲିସ ମଧ୍ୟ ଘଟଣା ସ୍ଥଳରେ ପହଞ୍ଚିଛି। ୱାର୍ଡରେଥିବା ସମସ୍ତ ରୋଗୀଙ୍କୁ ସୁରକ୍ଷିତଭାବେ ସ୍ଥାନାନ୍ତର କରାଯାଇଛି।
ଘଟଣା ସ୍ଥଳରେ ମୟୂରଭଞ୍ଜ ଏସପି ବି ଗଙ୍ଗାଧର, ବାରିପଦା ଏସଡିପିଓ ସୁଜିତ ପ୍ରଧାନ, ପୂର୍ବତନ ଉପବାଚସ୍ପତି ସାନନ୍ଦ ମାରାଣ୍ଡି ଓ ନଗରପାଳ କୃଷ୍ଣାନନ୍ଦ ମହାନ୍ତି ପହଞ୍ଚି ଭାରପ୍ରାପ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡା ଜ୍ଞାନେନ୍ଦ୍ର ମହାନ୍ତିଙ୍କ ସହିତ ଆଲୋଚନା କରି ପରିସ୍ଥିତିକୁ ନିୟନ୍ତ୍ରଣ କରୁଛନ୍ତି ।