ବିଜେଡିରେ ମିଶିଲେ ବଡ଼ସାହି ନିର୍ବାଚନ ମଣ୍ଡଳୀର ପ୍ରାକ୍ତନ ବିଧାୟକ ମନୋରଞ୍ଜନ ସେଠୀ

The Sakala Picture
Published On

ବାରିପଦା: ବଡ଼ସାହି ନିର୍ବାଚନ ମଣ୍ଡଳୀରେ ବିଜେଡିର ମହାମିଶ୍ରଣ ପର୍ବ । ମିଶ୍ରଣ ପର୍ବ ଅବସରରେ ବଡ଼ସାହି ନିର୍ବାଚନ ମଣ୍ଡଳୀର ପ୍ରାକ୍ତନ ବିଧାୟକ ମନୋରଞ୍ଜନ ସେଠୀ ବିଜେପି ଛାଡି ବିଜେଡିରେ ଯୋଗଦାନ କରିଛନ୍ତି। ଯାହାକି ବଡ଼ସାହି ରାଜନୀତିରେ ହଟଚମଟ ସୃଷ୍ଟି କରିଛି। ମହାମିଶ୍ରଣ କାର୍ଯ୍ୟକ୍ରମରେ ବିଜେଡିର ସହ ପର୍ଯ୍ୟବେକ୍ଷକ ଜନ୍ମେଜୟ ଲେଙ୍କା, ରାଜ୍ୟସଭା ସାଂସଦ ମମତା ମହାନ୍ତ, ଜିଲ୍ଲା ପରିଷଦ ଅଧ୍ୟକ୍ଷା ଭାରତୀ ହାଁସଦାଃ, ମୋରଡ଼ା ବିଧାୟକ ରାଜକିଶୋର ଦାସ, ମୟୂରଭଞ୍ଜ କେନ୍ଦ୍ର ସମବାୟ ବ୍ୟାଙ୍କର ସଭାପତି ସୁବ୍ରମଣ୍ୟମ […]

ବାରିପଦା: ବଡ଼ସାହି ନିର୍ବାଚନ ମଣ୍ଡଳୀରେ ବିଜେଡିର ମହାମିଶ୍ରଣ ପର୍ବ । ମିଶ୍ରଣ ପର୍ବ ଅବସରରେ ବଡ଼ସାହି ନିର୍ବାଚନ ମଣ୍ଡଳୀର ପ୍ରାକ୍ତନ ବିଧାୟକ ମନୋରଞ୍ଜନ ସେଠୀ ବିଜେପି ଛାଡି ବିଜେଡିରେ ଯୋଗଦାନ କରିଛନ୍ତି। ଯାହାକି ବଡ଼ସାହି ରାଜନୀତିରେ ହଟଚମଟ ସୃଷ୍ଟି କରିଛି। ମହାମିଶ୍ରଣ କାର୍ଯ୍ୟକ୍ରମରେ ବିଜେଡିର ସହ ପର୍ଯ୍ୟବେକ୍ଷକ ଜନ୍ମେଜୟ ଲେଙ୍କା, ରାଜ୍ୟସଭା ସାଂସଦ ମମତା ମହାନ୍ତ, ଜିଲ୍ଲା ପରିଷଦ ଅଧ୍ୟକ୍ଷା ଭାରତୀ ହାଁସଦାଃ, ମୋରଡ଼ା ବିଧାୟକ ରାଜକିଶୋର ଦାସ, ମୟୂରଭଞ୍ଜ କେନ୍ଦ୍ର ସମବାୟ ବ୍ୟାଙ୍କର ସଭାପତି ସୁବ୍ରମଣ୍ୟମ ମହାନ୍ତି, ନଗରପାଳ କୃଷ୍ଣାନନ୍ଦ ମହାନ୍ତି, ପୂର୍ବତନ ବିଧାୟକ ଗଣେଶ୍ୱର ପାତ୍ର, ଜିଲ୍ଲା ପରିଷଦ ସଦସ୍ୟ ବିଶ୍ଵନାଥ ହେମ୍ବ୍ରମ, ବଡ଼ସାହି ବ୍ଲକ ଉପାଧ୍ୟକ୍ଷ କାଞ୍ଚନ କୁମାର ପ୍ରଧାନ, ଲଲାଟେନ୍ଦୁ ବେହେରା, କରମଚାନ୍ଦ କାଳନ୍ଦୀ, ଯାମିନକାନ୍ତ ନାଏକ, ତପନ ପତି, ସନ୍ତକ ଲେଙ୍କା ପ୍ରମୁଖ ମଞ୍ଚାସୀନ ହୋଇଥିଲେ।

ଆହୁରି ପଢ଼ନ୍ତୁ: ପେଟ୍ରୋଲ-ଡିଜେଲ ସରିଯିବା ନେଇ ମାଲକାନଗିରିରେ ଗୁଜବ, ପେଟ୍ରୋଲ ପମ୍ପରେ ଅସମ୍ଭାଳ ଭିଡ

ଉକ୍ତ ମିଶ୍ରଣ କାର୍ଯ୍ୟକ୍ରମରେ ଜେଏମଏମ, ବିଜେପି, କଂଗ୍ରେସ ଆଦି ଦଳର ବହୁ ସଂଖ୍ୟକ କର୍ମକର୍ତ୍ତାମାନେ ବିଜେଡିରେ ଆନୁଷ୍ଠାନିକ ଭାବେ ଯୋଗଦାନ କରିଛନ୍ତି। ବଡ଼ସାହି ନିର୍ବାଚନ ମଣ୍ଡଳୀର ବିଭିନ୍ନ ଗ୍ରାମ ପଞ୍ଚାୟତର ହଜାର ହଜାର ସଂଖ୍ୟକ ଲୋକମାନେ ଯୋଗ ଦେଇଛନ୍ତି। ତେବେ ବଡ଼ସାହି ନୂତନ ବିଧାନସଭା କ୍ଷେତ୍ର ଭାବେ ଗଠିତ ହେବା ପରେ ଶ୍ରୀ ସେଠୀ ୨୦୦୯ ମସିହାରେ ବିଜେଡି ଦଳରୁ ଟିକଟ ପାଇ ପ୍ରଥମ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ତେବେ ୨୦୧୪ ନିର୍ବାଚନରେ କଂଗ୍ରେସ ଦଳରୁ ଇସ୍ତଫା ଦେଇ ବିଜେଡିରେ ମିଶିଥିବା ଗଣେଶ୍ବର ପାତ୍ରଙ୍କୁ ଟିକଟ ଦେବାରୁ ଶ୍ରୀ ସେଠୀ ଦ୍ବିତୀୟ ଥର ବିଧାୟକ ଭାବେ ନିର୍ବାଚନ ଲଢିବା ଆଶା ମଉଳିଯାଇଥିଲା। ଫଳରେ ଅଭିମାନରେ ନିଜର ସମର୍ଥକଙ୍କ ସହିତ ଶ୍ରୀ ସେଠୀ ବିଜେଡି ଛାଡି ବିଜେପିରେ ମିଶିଥିଲେ । ମାତ୍ର ସେଠାରେ ତାଙ୍କୁ ଗୁରୁତ୍ୱ ଦିଆନଯାଇ ତାଙ୍କୁ ଅଣଦେଖା କରି ଚାଲିଥିଲେ। ଅପରପକ୍ଷରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ ଯୋଜନା ଓ ବଡ଼ସାହି ନିର୍ବାଚନ ମଣ୍ଡଳୀ ପ୍ରତି ସେ ସ୍ବତନ୍ତ୍ର ଦୃଷ୍ଟି ଦେଇ ବ୍ୟାପକ କାର୍ଯ୍ୟକ୍ରମ ହାତକୁ ନେବା ପ୍ରଭାବିତ କରିଥିଲା। ଏହାକୁ ନେଇ ତାଙ୍କର ସମର୍ଥକଙ୍କ ସହ ସେ ପୁଣି ବିଜେଡିରେ ଯୋଗଦାନ କରିଛନ୍ତି।

ଆହୁରି ପଢ଼ନ୍ତୁ: ଗୋଟିଏ ଦିନରେ ଭୁବନେଶ୍ୱରରୁ ଜଣେ ନାବାଳକ ଓ ଦୁଇ ନାବାଳିକା ନିଖୋଜ

23 Feb 2024 By The Sakala

ବିଜେଡିରେ ମିଶିଲେ ବଡ଼ସାହି ନିର୍ବାଚନ ମଣ୍ଡଳୀର ପ୍ରାକ୍ତନ ବିଧାୟକ ମନୋରଞ୍ଜନ ସେଠୀ

ବାରିପଦା: ବଡ଼ସାହି ନିର୍ବାଚନ ମଣ୍ଡଳୀରେ ବିଜେଡିର ମହାମିଶ୍ରଣ ପର୍ବ । ମିଶ୍ରଣ ପର୍ବ ଅବସରରେ ବଡ଼ସାହି ନିର୍ବାଚନ ମଣ୍ଡଳୀର ପ୍ରାକ୍ତନ ବିଧାୟକ ମନୋରଞ୍ଜନ ସେଠୀ ବିଜେପି ଛାଡି ବିଜେଡିରେ ଯୋଗଦାନ କରିଛନ୍ତି। ଯାହାକି ବଡ଼ସାହି ରାଜନୀତିରେ ହଟଚମଟ ସୃଷ୍ଟି କରିଛି। ମହାମିଶ୍ରଣ କାର୍ଯ୍ୟକ୍ରମରେ ବିଜେଡିର ସହ ପର୍ଯ୍ୟବେକ୍ଷକ ଜନ୍ମେଜୟ ଲେଙ୍କା, ରାଜ୍ୟସଭା ସାଂସଦ ମମତା ମହାନ୍ତ, ଜିଲ୍ଲା ପରିଷଦ ଅଧ୍ୟକ୍ଷା ଭାରତୀ ହାଁସଦାଃ, ମୋରଡ଼ା ବିଧାୟକ ରାଜକିଶୋର ଦାସ, ମୟୂରଭଞ୍ଜ କେନ୍ଦ୍ର ସମବାୟ ବ୍ୟାଙ୍କର ସଭାପତି ସୁବ୍ରମଣ୍ୟମ ମହାନ୍ତି, ନଗରପାଳ କୃଷ୍ଣାନନ୍ଦ ମହାନ୍ତି, ପୂର୍ବତନ ବିଧାୟକ ଗଣେଶ୍ୱର ପାତ୍ର, ଜିଲ୍ଲା ପରିଷଦ ସଦସ୍ୟ ବିଶ୍ଵନାଥ ହେମ୍ବ୍ରମ, ବଡ଼ସାହି ବ୍ଲକ ଉପାଧ୍ୟକ୍ଷ କାଞ୍ଚନ କୁମାର ପ୍ରଧାନ, ଲଲାଟେନ୍ଦୁ ବେହେରା, କରମଚାନ୍ଦ କାଳନ୍ଦୀ, ଯାମିନକାନ୍ତ ନାଏକ, ତପନ ପତି, ସନ୍ତକ ଲେଙ୍କା ପ୍ରମୁଖ ମଞ୍ଚାସୀନ ହୋଇଥିଲେ।

ଉକ୍ତ ମିଶ୍ରଣ କାର୍ଯ୍ୟକ୍ରମରେ ଜେଏମଏମ, ବିଜେପି, କଂଗ୍ରେସ ଆଦି ଦଳର ବହୁ ସଂଖ୍ୟକ କର୍ମକର୍ତ୍ତାମାନେ ବିଜେଡିରେ ଆନୁଷ୍ଠାନିକ ଭାବେ ଯୋଗଦାନ କରିଛନ୍ତି। ବଡ଼ସାହି ନିର୍ବାଚନ ମଣ୍ଡଳୀର ବିଭିନ୍ନ ଗ୍ରାମ ପଞ୍ଚାୟତର ହଜାର ହଜାର ସଂଖ୍ୟକ ଲୋକମାନେ ଯୋଗ ଦେଇଛନ୍ତି। ତେବେ ବଡ଼ସାହି ନୂତନ ବିଧାନସଭା କ୍ଷେତ୍ର ଭାବେ ଗଠିତ ହେବା ପରେ ଶ୍ରୀ ସେଠୀ ୨୦୦୯ ମସିହାରେ ବିଜେଡି ଦଳରୁ ଟିକଟ ପାଇ ପ୍ରଥମ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ତେବେ ୨୦୧୪ ନିର୍ବାଚନରେ କଂଗ୍ରେସ ଦଳରୁ ଇସ୍ତଫା ଦେଇ ବିଜେଡିରେ ମିଶିଥିବା ଗଣେଶ୍ବର ପାତ୍ରଙ୍କୁ ଟିକଟ ଦେବାରୁ ଶ୍ରୀ ସେଠୀ ଦ୍ବିତୀୟ ଥର ବିଧାୟକ ଭାବେ ନିର୍ବାଚନ ଲଢିବା ଆଶା ମଉଳିଯାଇଥିଲା। ଫଳରେ ଅଭିମାନରେ ନିଜର ସମର୍ଥକଙ୍କ ସହିତ ଶ୍ରୀ ସେଠୀ ବିଜେଡି ଛାଡି ବିଜେପିରେ ମିଶିଥିଲେ । ମାତ୍ର ସେଠାରେ ତାଙ୍କୁ ଗୁରୁତ୍ୱ ଦିଆନଯାଇ ତାଙ୍କୁ ଅଣଦେଖା କରି ଚାଲିଥିଲେ। ଅପରପକ୍ଷରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ ଯୋଜନା ଓ ବଡ଼ସାହି ନିର୍ବାଚନ ମଣ୍ଡଳୀ ପ୍ରତି ସେ ସ୍ବତନ୍ତ୍ର ଦୃଷ୍ଟି ଦେଇ ବ୍ୟାପକ କାର୍ଯ୍ୟକ୍ରମ ହାତକୁ ନେବା ପ୍ରଭାବିତ କରିଥିଲା। ଏହାକୁ ନେଇ ତାଙ୍କର ସମର୍ଥକଙ୍କ ସହ ସେ ପୁଣି ବିଜେଡିରେ ଯୋଗଦାନ କରିଛନ୍ତି।

https://www.thesakala.in/latest-odisha-news/mayurbhanj/former-mla-of-badasahi-constituency-joined-bjd/article-30146
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର