ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ମୟୂରଭଞ୍ଜ ଜିଲ୍ଲା ପ୍ରଶାସନର ଜୋରଦାର ପ୍ରସ୍ତୁତି: ଆସନ୍ତାକାଲି ସମସ୍ତ ସ୍କୁଲ ଓ ଅଙ୍ଗନୱାଡ଼ି ଛୁଟି

Madhusudan Das Picture
Published On

ବାରିପଦା: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସମ୍ଭାବ୍ୟ ବାତ୍ୟା ‘ଅକୱାନ’କୁ ଦୃଷ୍ଟିରେ ରଖି ମୟୂରଭଞ୍ଜ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଏବଂ ସ୍ୱତନ୍ତ୍ର ରିଲିଫ୍ କମିଶନର (ଏସଆରସି)ଙ୍କ ସତର୍କ ସୂଚନା ଅନୁଯାୟୀ, ଜିଲ୍ଲାରେ ୧୯ରୁ ୨୦ ତାରିଖ ପର୍ଯ୍ୟନ୍ତ ‘ଅରେଞ୍ଜ ୱାର୍ଣ୍ଣିଂ’ ଏବଂ ୨୦ରୁ ୨୧ ତାରିଖ ପର୍ଯ୍ୟନ୍ତ ‘ରେଡ୍ ୱାର୍ଣ୍ଣିଂ’ ଜାରି କରାଯାଇଛି। ସମ୍ଭାବ୍ୟ ବିପଦକୁ ଆଖି ଆଗରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ଆସନ୍ତାକାଲି ଅର୍ଥାତ୍ ଶୁକ୍ରବାର ଦିନ ଜିଲ୍ଲାର ସମସ୍ତ ଅଙ୍ଗନୱାଡ଼ି କେନ୍ଦ୍ର ସମେତ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ବିଦ୍ୟାଳୟକୁ ଛୁଟି ଘୋଷଣା କରାଯାଇଛି।

ଆହୁରି ପଢ଼ନ୍ତୁ: ଆଦିବାସି ମାନଙ୍କ ଉପରେ ଆକ୍ରମଣ ବରଦାସ୍ତ କରାଯିବ ନାହିଁ: ବିଜେଡି

ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ ଏବଂ ଜିଲ୍ଲା ସ୍ତରୀୟ ପ୍ରସ୍ତୁତି ବୈଠକ ପରେ ତୃଣମୂଳ ସ୍ତରରେ କାର୍ଯ୍ୟକୁ ତ୍ୱରାନ୍ୱିତ କରାଯାଇଛି। ତଳିଆ ଓ ସମ୍ବେଦନଶୀଳ ଅଞ୍ଚଳରୁ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ପ୍ରକ୍ରିୟା ଆରମ୍ଭ ହୋଇଥିବା ନେଇ ମୟୂରଭଞ୍ଜ ଜିଲ୍ଲା ଜରୁରୀକାଳୀନ ଅଧିକାରୀ ତାପସ କୁମାର ମହାନ୍ତ ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ରାଜନୈତିକ ଦୋଷାରୋପ ବନ୍ଦ କରି ରାଜ୍ୟ ସମ୍ମୁଖୀନ ହେଉଥିବା ସମସ୍ୟାର ସମାଧାନ କରନ୍ତୁ ରାଜ୍ୟ ସରକାର: ବିଜେଡି

ପ୍ରଶାସନ ପକ୍ଷରୁ ଜିଲ୍ଲାରେ ଥିବା ୧୦ଟି ବହୁମୁଖୀ ବନ୍ୟା ଆଶ୍ରୟସ୍ଥଳୀ ସମେତ ବିଭିନ୍ନ ସ୍କୁଲ ଓ ଅଙ୍ଗନୱାଡ଼ି କେନ୍ଦ୍ରକୁ ମିଶାଇ ମୋଟ ୭୮୨ଟି ଅସ୍ଥାୟୀ ଆଶ୍ରୟସ୍ଥଳୀ ଚିହ୍ନଟ କରାଯାଇଛି। ଏହି ଆଶ୍ରୟସ୍ଥଳୀଗୁଡ଼ିକରେ ପର୍ଯ୍ୟାପ୍ତ ଆଲୋକ, ପାନୀୟ ଜଳ, ରନ୍ଧା ଖାଦ୍ୟ ଏବଂ ସ୍ୱତନ୍ତ୍ର ଶୌଚାଳୟ ବ୍ୟବସ୍ଥା ସୁନିଶ୍ଚିତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ଜିଲ୍ଲାରେ ଚିହ୍ନଟ ହୋଇଥିବା ୧,୧୧୭ ଜଣ ଆସନ୍ନ ପ୍ରସବା ମହିଳାଙ୍କ ତାଲିକା ବ୍ଲକ ସ୍ତରକୁ ହସ୍ତାନ୍ତର କରାଯାଇଥିବା ବେଳେ ସେମାନଙ୍କ ମଧ୍ୟରୁ ଅନେକଙ୍କୁ ସୁରକ୍ଷିତ ଭାବେ ନିକଟସ୍ଥ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।

ଆହୁରି ପଢ଼ନ୍ତୁ: ବାତ୍ୟା 'ଅକୱାନ' ମୁକାବିଲା ପାଇଁ କେନ୍ଦୁଝର ଜିଲ୍ଲା ପ୍ରଶାସନର ବ୍ୟାପକ ପ୍ରସ୍ତୁତି, ତଳିଆ ଅଞ୍ଚଳର ଲୋକଙ୍କୁ ସ୍ଥାନାନ୍ତର ପ୍ରକ୍ରିୟା ଜାରି

ବାତ୍ୟା ପରିଚାଳନାର ପ୍ରତ୍ୟକ୍ଷ ତଦାରଖ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବରିଷ୍ଠ ଆଇଏଏସ୍ ଅଧିକାରୀ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଏବଂ ମୟୂରଭଞ୍ଜର ପୂର୍ବତନ ଜିଲ୍ଲାପାଳ ବିନୀତ ଭରଦ୍ୱାଜଙ୍କୁ ସ୍ୱତନ୍ତ୍ର ଦାୟିତ୍ୱ ପ୍ରଦାନ କରାଯାଇଛି। ଜରୁରୀକାଳୀନ ପରିସ୍ଥିତିର ମୁକାବିଲା ପାଇଁ ଜିଲ୍ଲା, ସବ୍-ଡିଭିଜନ, ବ୍ଲକ ଏବଂ ତହସିଲ ସ୍ତରରେ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍ କାର୍ଯ୍ୟକ୍ଷମ କରାଯାଇଛି।

ଅନ୍ୟପକ୍ଷରେ, ଲୋକମାନେ ଭୟଭୀତ ନ ହୋଇ ସତର୍କ ରହିବାକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଅପିଲ୍ କରାଯାଇଛି। ତଳିଆ ଅଞ୍ଚଳକୁ ଆଦୌ ନ ଯିବା ସହ କଚ୍ଚା ଘରେ ନ ରହି ନିକଟସ୍ଥ ପକ୍କା ଘର କିମ୍ବା ଅସ୍ଥାୟୀ ଆଶ୍ରୟସ୍ଥଳୀକୁ ଚାଲି ଆସିବାକୁ ପରାମର୍ଶ ଦିଆଯାଇଛି। କୌଣସି ଗୁଜବରେ ବିଶ୍ୱାସ ନ କରି କେବଳ ପାଣିପାଗ ବିଭାଗ ଏବଂ ସରକାରୀ ସୂଚନା ଉପରେ ଭରସା ରଖିବାକୁ ପ୍ରଶାସନ ନିବେଦନ କରିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର