ମୟୂରଭଞ୍ଜରେ ୬୧ଟି ନୂଆ ଆଇଡିଆ ସଂଗ୍ରହ କଲା ଓଡ଼ିଶା ଷ୍ଟାର୍ଟଅପ ଯାତ୍ରା
ବାରିପଦା: କିଛିଦିନ ତଳେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଉଦ୍ଘାଟିତ ଓଡ଼ିଶା ଷ୍ଟାର୍ଟଅପ ଯାତ୍ରା ଓ ଏକ୍ସପ୍ରେସ ରାଜ୍ୟର ବିଭିନ୍ନ ବିଦ୍ୟାଳୟ ଏବଂ କଲେଜ ଛାତ୍ରଛାତ୍ରୀଙ୍କ ଠାରୁ ଅଦ୍ଭୂତପୂର୍ବ ପ୍ରତିକ୍ରିୟା ହାସଲ କରୁଛି । ଜିଲ୍ଲା ସ୍ତରରେ ଷ୍ଟାର୍ଟଅପ ଇକୋସିଷ୍ଟମକୁ ପ୍ରୋତ୍ସାହିତ କରିବା ଲାଗି ରାଜ୍ୟ ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଥିବା, ଏହି ଯାତ୍ରା ମଙ୍ଗଳବାର ଦିନ ମହାରାଜା ଶ୍ରୀ ରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟ, ଏମପିସି ଅଟୋନୋମସ କଲେଜ, ବାରିପଦା ଡିଗ୍ରୀ କଲେଜ, ଉଦଳା ଅଟୋନୋମସ […]
ବାରିପଦା: କିଛିଦିନ ତଳେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଉଦ୍ଘାଟିତ ଓଡ଼ିଶା ଷ୍ଟାର୍ଟଅପ ଯାତ୍ରା ଓ ଏକ୍ସପ୍ରେସ ରାଜ୍ୟର ବିଭିନ୍ନ ବିଦ୍ୟାଳୟ ଏବଂ କଲେଜ ଛାତ୍ରଛାତ୍ରୀଙ୍କ ଠାରୁ ଅଦ୍ଭୂତପୂର୍ବ ପ୍ରତିକ୍ରିୟା ହାସଲ କରୁଛି । ଜିଲ୍ଲା ସ୍ତରରେ ଷ୍ଟାର୍ଟଅପ ଇକୋସିଷ୍ଟମକୁ ପ୍ରୋତ୍ସାହିତ କରିବା ଲାଗି ରାଜ୍ୟ ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଥିବା, ଏହି ଯାତ୍ରା ମଙ୍ଗଳବାର ଦିନ ମହାରାଜା ଶ୍ରୀ ରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟ, ଏମପିସି ଅଟୋନୋମସ କଲେଜ, ବାରିପଦା ଡିଗ୍ରୀ କଲେଜ, ଉଦଳା ଅଟୋନୋମସ କଲେଜ ଏବଂ ସୀମାନ୍ତ ଇଞ୍ଜିନିୟରିଂ କଲେଜ ପରିଦର୍ଶନ କରିଛି । ଯେଉଁଥିରେ ସମୁଦାୟ ୬୧ଟି ନୂଆ ଷ୍ଟାର୍ଟଅପ ଆଇଡିଆ ବା ଉପାୟ ସଂଗ୍ରହ ହୋଇଥିବାବେଳେ ସମୁଦାୟ ୬୮୯ ଜଣ ଛାତ୍ରଛାତ୍ରୀ ଏଥିରେ ଅଂଶଗ୍ରହଣ କରିଥିଲେ ।
ଓଡ଼ିଶା ଷ୍ଟାର୍ଟଅପ୍ ଯାତ୍ରା ଓ ଷ୍ଟାର୍ଟଅପ୍ ଏକ୍ସପ୍ରେସ୍ ୨୦୨୩ର ଲକ୍ଷ୍ୟ ହେଉଛି ତୃଣମୂଳ ସ୍ତରରେ ନବସୃଜନକାରୀଙ୍କୁ ଉତ୍ସାହିତ କରିବା ଏବଂ ସେମାନଙ୍କ ଭିତରେ ଉଦ୍ୟମିତାର ଭାବ ଜାଗ୍ରତ କରିବା । ଯାତ୍ରାର ୨୦୨୩ ସଂସ୍କରଣରେ ଚାରିଟି ଭ୍ୟାନ୍ ସମସ୍ତ ୩୦ଟି ଜିଲ୍ଲା ପରିଦର୍ଶନ କରିବ । ଏହା ୨୦୨୫ ସୁଦ୍ଧା ରାଜ୍ୟ ସରକାରଙ୍କ ୫୦୦୦ ଷ୍ଟାର୍ଟଅପ୍ ସୃଷ୍ଟି କରିବା ଲକ୍ଷ୍ୟ ପାଇଁ ଭିତିଭୂମି ତିଆରି କରିପାରିଛି । ପୂର୍ବ ସଂସ୍କରଣର ଉଲ୍ଲେଖନୀୟ ସଫଳତା ପରେ ଚଳିତବର୍ଷ ଏହି ଷ୍ଟାର୍ଟଅପ ଯାତ୍ରା ୨୦୦ରୁ ଅଧିକ କଲେଜ ଏବଂ ୬୦ରୁ ଅଧିକ ବିଦ୍ୟାଳୟ ପରିଦର୍ଶନ କରି ଏହି ପ୍ରୟାସକୁ ଆହୁରି ଆଗକୁ ବଢ଼ାଇବାକୁ ଲକ୍ଷ୍ୟ ରଖିଛି ।