ରାଇରଙ୍ଗପୁରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ରାଇରଙ୍ଗପୁର: ମୟୁରଭଞ୍ଜ ଜିଲାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଗୁରୁବାର ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ଆସି ରାଇରଙ୍ଗପୁର ଅସ୍ଥାୟୀ ହେଲିପ୍ୟାଡରେ ଓହ୍ଲାଇଛନ୍ତି। ପହଞ୍ଚିବା ପରେ ରାଷ୍ଟ୍ରପତିଙ୍କୁ ସ୍ବାଗତ ସମ୍ଭର୍ଦ୍ଧନା ଦିଆଯାଇଛି। ରାଜ୍ୟପାଳ ପ୍ରଫେସର ଗଶେଶୀ ଲାଲ ଏବଂ କେନ୍ଦ୍ର ମନ୍ତ୍ରୀ ବିଶେଶ୍ୱର ଟୁଡୁ ରାଷ୍ଟ୍ରପତିକୁ ସ୍ବାଗତ କରିଛନ୍ତି। ରାଷ୍ଟ୍ରପତି ହେବା ପରେ ଏହା ଦ୍ରୌପଦୀ ମୁର୍ମୁଙ୍କ ପ୍ରଥମ ମୟୂରଭଞ୍ଜ ଗସ୍ତ ହୋଇଥିବାରୁ ସେଠାରେ ଲୋକଙ୍କ ଭିତରେ ନାହିଁ ନଥିବା ଉତ୍ସାହ ପରିଲକ୍ଷିତ ହୋଇଛି। ସୂଚନାଯୋଗ୍ୟ, ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ […]

ରାଇରଙ୍ଗପୁର: ମୟୁରଭଞ୍ଜ ଜିଲାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଗୁରୁବାର ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ଆସି ରାଇରଙ୍ଗପୁର ଅସ୍ଥାୟୀ ହେଲିପ୍ୟାଡରେ ଓହ୍ଲାଇଛନ୍ତି। ପହଞ୍ଚିବା ପରେ ରାଷ୍ଟ୍ରପତିଙ୍କୁ ସ୍ବାଗତ ସମ୍ଭର୍ଦ୍ଧନା ଦିଆଯାଇଛି। ରାଜ୍ୟପାଳ ପ୍ରଫେସର ଗଶେଶୀ ଲାଲ ଏବଂ କେନ୍ଦ୍ର ମନ୍ତ୍ରୀ ବିଶେଶ୍ୱର ଟୁଡୁ ରାଷ୍ଟ୍ରପତିକୁ ସ୍ବାଗତ କରିଛନ୍ତି। ରାଷ୍ଟ୍ରପତି ହେବା ପରେ ଏହା ଦ୍ରୌପଦୀ ମୁର୍ମୁଙ୍କ ପ୍ରଥମ ମୟୂରଭଞ୍ଜ ଗସ୍ତ ହୋଇଥିବାରୁ ସେଠାରେ ଲୋକଙ୍କ ଭିତରେ ନାହିଁ ନଥିବା ଉତ୍ସାହ ପରିଲକ୍ଷିତ ହୋଇଛି। ସୂଚନାଯୋଗ୍ୟ, ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାରଠାରୁ ୩ଦିନିଆ ମୟୂରଭଞ୍ଜ ଜିଲା ଗସ୍ତରେ ଆସିଛନ୍ତି।

ସେଠାରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ସହ ଡାକବଙ୍ଗଳାରେ ଅବସ୍ଥାନ କରିବେ। ୫ ତାରିଖ ଦିନ ଶିମିଳିପାଳ ଅଭୟାରଣ୍ୟ ଭ୍ରମଣ କରିବେ। ଭ୍ରମଣ ସାରି ହେଲିକପ୍ଟର ଯୋଗେ ବାରିପଦା ଯିବେ। ବାରିପଦା ସର୍କିଟ୍ ହାଉସ୍ରେ ବିଶିଷ୍ଟ ବ୍ୟକ୍ତିବିଶେଷଙ୍କ ସହ ସାକ୍ଷାତ କରିବା ସହ ଅତିଥି ଭବନରେ ବିଶ୍ରାମ ନେବେ। ୬ ତାରିଖ ସକାଳେ ରାଷ୍ଟ୍ରପତି ବାରିପଦା ତକତପୁରସ୍ଥିତ ଶ୍ରୀରାମ ଚନ୍ଦ୍ର ଭଞ୍ଜଦେଓ ବିଶ୍ବବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ। କାର୍ଯ୍ୟକ୍ରମ ପରେ ହେଲିକପ୍ଟର ଯୋଗେ କଲେଇକୁଣ୍ଡା ଯିବେ ଏବଂ ସେଠାରୁ ଦିଲ୍ଲୀ ଫେରିଯିବେ।

About The Author: The Sakala