ଆସନ୍ତା ୧୬ତାରିଖ ଠାରୁ ଅକ୍ଟୋବର ୩୧ଯାଏଁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ ଅଭୟାରଣ୍ୟ

The Sakala Picture
Published On

ବାରିପଦା: ଆସନ୍ତା ଶୁକ୍ରବାର ୧୬ ତାରିଖ ଠାରୁ ଅକ୍ଟୋବର ୩୧ ତାରିଖ ପର୍ଯ୍ୟନ୍ତ ପର୍ଯ୍ୟଟକ ମାନଙ୍କ ପାଇଁ ବନ୍ଦ ରହିବ ମୟୂରଭଞ୍ଜ ଜିଲ୍ଲାର ଶିମିଳିପାଳ ଅଭୟାରଣ୍ୟ। ଏନେଇ ବିଭାଗୀୟ ଅଧିକାରୀ ସୂଚନା ଦେଇଛନ୍ତି। ଶିମିଳିପାଳ ଅଭୟାରଣ୍ୟକୁ ପର୍ଯ୍ୟଟକ ମାନଙ୍କ ପାଇଁ ସାଢେ ଚାରି ମାସ ପର୍ଯ୍ୟନ୍ତ ଉଭୟ ପୀଠାବଟା ଓ କାଳିଆଣି ଫାଟକ ବନ୍ଦ ରହିବ। ତତସହିତ ଅଭୟାରଣ୍ୟ ଭିତରେ ରାତ୍ରି ଯାପନ ଓ ସାମୟିକ ରହଣୀ ନିମନ୍ତେ ଅନଲାଇନ ବୁକିଂ ସୁବିଧା ମଧ୍ୟ ବନ୍ଦ ରହିବ […]

ବାରିପଦା: ଆସନ୍ତା ଶୁକ୍ରବାର ୧୬ ତାରିଖ ଠାରୁ ଅକ୍ଟୋବର ୩୧ ତାରିଖ ପର୍ଯ୍ୟନ୍ତ ପର୍ଯ୍ୟଟକ ମାନଙ୍କ ପାଇଁ ବନ୍ଦ ରହିବ ମୟୂରଭଞ୍ଜ ଜିଲ୍ଲାର ଶିମିଳିପାଳ ଅଭୟାରଣ୍ୟ। ଏନେଇ ବିଭାଗୀୟ ଅଧିକାରୀ ସୂଚନା ଦେଇଛନ୍ତି। ଶିମିଳିପାଳ ଅଭୟାରଣ୍ୟକୁ ପର୍ଯ୍ୟଟକ ମାନଙ୍କ ପାଇଁ ସାଢେ ଚାରି ମାସ ପର୍ଯ୍ୟନ୍ତ ଉଭୟ ପୀଠାବଟା ଓ କାଳିଆଣି ଫାଟକ ବନ୍ଦ ରହିବ। ତତସହିତ ଅଭୟାରଣ୍ୟ ଭିତରେ ରାତ୍ରି ଯାପନ ଓ ସାମୟିକ ରହଣୀ ନିମନ୍ତେ ଅନଲାଇନ ବୁକିଂ ସୁବିଧା ମଧ୍ୟ ବନ୍ଦ ରହିବ । ପ୍ରତିବର୍ଷ ବର୍ଷା ଋତୁ ସମୟରେ ଜୁନ୍ ୧୬ରୁ ଅକ୍ଟୋବର ୩୧ ପର୍ଯ୍ୟନ୍ତ ପର୍ଯ୍ୟଟକ ମାନଙ୍କ ପାଇଁ ଶିମିଳିପାଳ ବନ୍ଦ କରାଯାଇଥାଏ।

ଆହୁରି ପଢ଼ନ୍ତୁ: ନିଶାସକ୍ତ ସ୍ୱାମୀର ଉନ୍ମତ୍ତ କାଣ୍ଡ; ସ୍ତ୍ରୀକୁ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲା

ସାଧାରଣତଃ ବର୍ଷା ଋତୁରେ ଅଭୟାରଣ୍ୟର ରାସ୍ତାଘାଟ ଧୋଇଯାଇ ବିପଦ ସଙ୍କୁଳ ଅବସ୍ଥାରେ ରହିଥାଏ। ତେଣୁ ପର୍ଯ୍ୟଟକମାନଙ୍କ ସୁରକ୍ଷା ଦୃଷ୍ଟିରୁ ଏହି ସାମୟିକ ବନ୍ଦ କରାଯାଇଥାଏ । ଏହି ସାଢେ ଚାରି ମାସ ମଧ୍ୟରେ ବର୍ଷା ଛାଡିଯିବା ପରେ ଅଭୟାରଣ୍ୟ ଭିତରେ ରାସ୍ତା ସମେତ ଭିଭିନ୍ନ ଭିତ୍ତିଭୂମିର ମରାମତି କରାଯାଇଥାଏ । ନଭେମ୍ବର ମାସ ୧ ତାରିଖରୁ ଶିମିଳିପାଳକୁ ପ୍ରବେଶ ନିମନ୍ତେ ପର୍ଯ୍ୟଟକମାନଙ୍କୁ ଅନୁମତି ଓ ଅନଲାଇନ ବୁକିଂ ବ୍ୟବସ୍ଥା ଉପଲବ୍ଧ ହେବ ବୋଲି ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣର କ୍ଷେତ୍ର ନିର୍ଦ୍ଦେଶକ ତଥା ଆଞ୍ଚଳିକ ମୁଖ୍ୟ ବନ ସଂରକ୍ଷକ ଡା ପ୍ରକାଶ ଚାନ୍ଦ ଗୋଗିନେନିଙ୍କ ଠାରୁ ଜଣାପଡିଛି।

ଆହୁରି ପଢ଼ନ୍ତୁ: ୧୪ରେ ଆସୁଛି ଆଉ ଏକ ଲଘୁଚାପ ! ସେପ୍ଟେମ୍ବର ୮ରୁ ରାଜ୍ୟରେ ପୁଣି ବଢିବ ବର୍ଷା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର