ମୟୂରଭଞ୍ଜ: ଯୁବତୀଙ୍କୁ ଅସଦାଚରଣ ଅଭିଯୋଗରେ ଯୁବକଙ୍କୁ ନିର୍ଘାତ ମାଡ । ଗଛରେ ବାନ୍ଧି ନିସ୍ତୁକ ପିଟିଲେ ଗ୍ରାମବାସୀ । ମୟୂରଭଞ୍ଜ ଉଦଳା ଥାନା ପାଟଶାଣିପୁର ପଞ୍ଚାୟତ ବରହମପୁର ଗାଁରେ ଘଟିଛି ଏଭଳି ଘଟଣା । ବାରିପଦା ଅଞ୍ଚଳର ଦୁଇ ଜଣ ଯୁବକ ରାତିରେ ବରହମପୁର ଗାଁରେ ପଶିଥିଲେ । ଏହି ସମୟରେ ଗାଁର ଏକ ପରିବାରରେ କାର୍ଯ୍ୟକ୍ରମ ଚାଲିଥିଲା । ସେଠାରେ ପହଞ୍ଚି ଯୁବକ ଦୁଇ ଜଣ ଯୁବତୀଙ୍କୁ ଦୁର୍ବ୍ୟବହାର କରିବାକୁ ଉଦ୍ୟମ କରିଥିଲେ ।
ଯାହାକୁ ନେଇ ତାତିଥିଲେ ଉପସ୍ଥିତ ଲୋକେ । ଦୁଇ ଯୁବକଙ୍କୁ କାବୁ କରିବାକୁ ଚେଷ୍ଟା କରିଥିବା ବେଳେ ଜଣେ ଫେରାର ହୋଇଯାଇଥିଲା । ଅନ୍ୟ ଜଣେ ଯୁବକଙ୍କୁ ଗ୍ରାମବାସୀ କାବୁ କରି ଦଉଡିରେ ଗଛରେ ବାନ୍ଧିଥିଲେ ଏବଂ ମାଡ଼ ମଧ୍ୟ ମାରିଥିଲେ । ଖବର ପାଇ ଦୀର୍ଘ ସମୟ ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ବନ୍ଧା ଯାଇଥିବା ଯୁବକଙ୍କୁ ଉଦ୍ଧାର କରିଥିଲା । ଯୁବକ ଜଣଙ୍କ ନିଜ ସ୍ତ୍ରୀଙ୍କୁ ଖୋଜି ଖୋଜି ଆସିଥିଲେ । ବାଉଳାରେ ଅନ୍ୟ ଯୁବତୀଙ୍କ ଧରି ପକାଇଥିଲେ ବୋଲି କହିଛନ୍ତି ।