ଡାକ୍ତରୀ ଅଭାବ ସମସ୍ୟାର ହେବ ସମାଧାନ, ରାଜ୍ଯର ସବୁ ଜିଲ୍ଲାରେ ଖୋଲିବ ମେଡିକାଲ କଲେଜ

The Sakala Picture
Published On

ଭୁବନେଶ୍ବର: ଚଳିତ ଶିକ୍ଷା ବର୍ଷରୁ କଳାହାଣ୍ଡିର ମେଡିକାଲ କଲେଜରେ ଛାତ୍ରଛାତ୍ରୀ ଗ୍ରହଣ କରାଯିବ। ଏନେଇ ସୂଚନା ଦେଇଛନ୍ତି ଡିଏମଇଟି ଡାକ୍ତର ସଚ୍ଚିଦାନନ୍ଦ ମହାନ୍ତି। ଆସନ୍ତା ବର୍ଷ ଯାଜପୁର ଓ କନ୍ଧମାଳ ଜିଲ୍ଲାରେ ଦୁଇଟି ଓ ୨୦୨୬ ସୁଦ୍ଧା ତାଳଚେରରେ ମଧ୍ୟ ପ୍ରତିଷ୍ଠା ହେବ ମେଡିକାଲ କଲେଜ। ଆଗକୁ ସବୁ ଜିଲ୍ଲା ସଦର ମହକୁମାରେ ମେଡିକାଲ କଲେଜ ଖୋଲିବା ଯୋଜନା ରଖିଛନ୍ତି ରାଜ୍ୟ ସରକାର। ବର୍ତ୍ତମାନ ରାଜ୍ୟରେ ବ୍ରହ୍ମପୁର, କଟକ ଓ ବୁର୍ଲା ସମେତ ମୋଟ ୧୦ ଟି […]

ଭୁବନେଶ୍ବର: ଚଳିତ ଶିକ୍ଷା ବର୍ଷରୁ କଳାହାଣ୍ଡିର ମେଡିକାଲ କଲେଜରେ ଛାତ୍ରଛାତ୍ରୀ ଗ୍ରହଣ କରାଯିବ। ଏନେଇ ସୂଚନା ଦେଇଛନ୍ତି ଡିଏମଇଟି ଡାକ୍ତର ସଚ୍ଚିଦାନନ୍ଦ ମହାନ୍ତି। ଆସନ୍ତା ବର୍ଷ ଯାଜପୁର ଓ କନ୍ଧମାଳ ଜିଲ୍ଲାରେ ଦୁଇଟି ଓ ୨୦୨୬ ସୁଦ୍ଧା ତାଳଚେରରେ ମଧ୍ୟ ପ୍ରତିଷ୍ଠା ହେବ ମେଡିକାଲ କଲେଜ। ଆଗକୁ ସବୁ ଜିଲ୍ଲା ସଦର ମହକୁମାରେ ମେଡିକାଲ କଲେଜ ଖୋଲିବା ଯୋଜନା ରଖିଛନ୍ତି ରାଜ୍ୟ ସରକାର।

ଆହୁରି ପଢ଼ନ୍ତୁ: ଓଡ଼ିଶାରୁ ଚାଉଳ ଉଠାଉ ନାହିଁ ଏଫସିଆଇ: ସମସ୍ୟାର ସମାଧାନ ନହେଲେ ରାଜରାସ୍ତାକୁ ଓହ୍ଲାଇବ ବିଜେଡି

ବର୍ତ୍ତମାନ ରାଜ୍ୟରେ ବ୍ରହ୍ମପୁର, କଟକ ଓ ବୁର୍ଲା ସମେତ ମୋଟ ୧୦ ଟି ସରକାରୀ ମେଡିକାଲ କଲେଜ ରହିଛି। ଏହା ସହିତ ୨ଟି ପୋଷ୍ଟ ଗ୍ରାଜୁଏଟ ଓ ଡେଣ୍ଟାଲ ମେଡିକାଲ କଲେଜ ରହିଛି। ପ୍ରତ୍ୟେକ ନୂତନ ମେଡିକାଲ କଲେଜରେ ୧୦୦ ସିଟ ଲେଖାଏଁ ରହିଛି। ୧୦ଟି ମେଡିକାଲ କଲେଜରେ ମୋଟ ୧୪୦୦ ଏମବିବିଏସ ସିଟ ରହିଛି। ସବୁ ଜିଲ୍ଲାରେ ମେଡିକାଲ ଖୋଲିବା ପରେ ରାଜ୍ୟର ଡାକ୍ତର ଅଭାବ ସମସ୍ୟା ଦୂର ହେବ। ଏଥିପାଇଁ ରାଜ୍ୟ ସରକାର ବେଶ ଯତ୍ନବାନ ଓ ଭିତ୍ତିଭୂମିର ବିକାଶ କରାଯାଉଛି।

ଆହୁରି ପଢ଼ନ୍ତୁ: ମିଛ ଗୁଜବ ଶୁଣି ପୁଲିସ ନାକେଦମ୍‌‌; ଶବ ଖୋଜୁଖୋଜୁ ମିଳିଲା ଅଣ୍ଡା

ଏମବିବିଏସ ଡିଗ୍ରୀ ହାସଲ ପରେ ରାଜ୍ୟ ବାହାରକୁ ନଯିବା ପାଇଁ ଦୁଇ ବର୍ଷ ବଣ୍ଡ ବା ଚୁକ୍ତି କରାଯାଉଛି। ନକଲି ଡାକ୍ତରଙ୍କୁ ଚିହ୍ନଟ କରିବା ପାଇଁ ସ୍ୱତନ୍ତ୍ର ଟିମ ଗଠନ କରାଯାଇ ଏନେଇ ଆବଶ୍ୟକ ପଦକ୍ଷେପ ଖୁବଶୀଘ୍ର ନିଆଯିବ। ଏ ନେଇ ସୂଚନା ଦେଇଛନ୍ତି ଡିଏମଇଟି ଡାକ୍ତର ସଚ୍ଚିଦାନନ୍ଦ ମହାନ୍ତି।

ଆହୁରି ପଢ଼ନ୍ତୁ: ଉପମୁଖ୍ୟମନ୍ତ୍ରୀଙ୍କ PA ପରିଚୟ ଦେଇ ୧ କୋଟି ଟଙ୍କା ଠକେଇ, ଦୀଘାରୁ ମହାଠକକୁ ଗିରଫ କଲା ପୋଲିସ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର