ତାତିରୁ ମିଳିବ ଆଶ୍ବସ୍ତି : ତିନି ଦିନ ଯାଏଁ କାଳବୈଶାଖୀ ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ

The Sakala Picture
Published On

ଭୁବନେଶ୍ବର : ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହରେ ଆଉଟୁପାଉଟୁ ହେଉଥିବା ରାଜ୍ୟବାସୀଙ୍କୁ ମିଳିବ ଆଶ୍ବସ୍ତି। ବିଗତ ପାଞ୍ଚ ଦିନ ଧରି ରାଜ୍ୟରେ ଲାଗିରହିଥିବା ଅସହ୍ୟ ଗ୍ରୀଷ୍ମ ପ୍ରବାହରେ ଆଜି କିଛିଟା ଉନ୍ନତି ଘଟିଛି। ଆଜି ସୂର୍ୟ୍ୟଙ୍କର କିରଣ ଓ ତାପ ଏତେଟା ପ୍ରଖର ନଥିବା ସହ ବାୟୁର ଦିଗ ପରିବର୍ତ୍ତନ ହୋଇଥିବା କାରଣରୁ ରାଜ୍ୟ ମଧ୍ୟକୁ ଝାଞ୍ଜି ପବନ ପ୍ରବାହିତ ହେଉନାହିଁ। ଏବେ ରାଜ୍ୟକୁ ଗ୍ରୀଷ୍ମପ୍ରବାହ ଭୟ ନଥିବା ବେଳେ ଆଗାମୀ ୩ ଦିନ ପର୍ଯ୍ୟନ୍ତ ବର୍ଷା ସହ […]

ଭୁବନେଶ୍ବର : ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହରେ ଆଉଟୁପାଉଟୁ ହେଉଥିବା ରାଜ୍ୟବାସୀଙ୍କୁ ମିଳିବ ଆଶ୍ବସ୍ତି। ବିଗତ ପାଞ୍ଚ ଦିନ ଧରି ରାଜ୍ୟରେ ଲାଗିରହିଥିବା ଅସହ୍ୟ ଗ୍ରୀଷ୍ମ ପ୍ରବାହରେ ଆଜି କିଛିଟା ଉନ୍ନତି ଘଟିଛି। ଆଜି ସୂର୍ୟ୍ୟଙ୍କର କିରଣ ଓ ତାପ ଏତେଟା ପ୍ରଖର ନଥିବା ସହ ବାୟୁର ଦିଗ ପରିବର୍ତ୍ତନ ହୋଇଥିବା କାରଣରୁ ରାଜ୍ୟ ମଧ୍ୟକୁ ଝାଞ୍ଜି ପବନ ପ୍ରବାହିତ ହେଉନାହିଁ। ଏବେ ରାଜ୍ୟକୁ ଗ୍ରୀଷ୍ମପ୍ରବାହ ଭୟ ନଥିବା ବେଳେ ଆଗାମୀ ୩ ଦିନ ପର୍ଯ୍ୟନ୍ତ ବର୍ଷା ସହ କାଳବୈଶାଖୀ ସମ୍ଭାବନା ରହିଛି। ଏହି ପରିପ୍ରେକ୍ଷୀରେ ଆଜି (ଶୁକ୍ରବାର) ଅପରାହ୍ନ ଠାରୁ ୪ ତାରଖ (ରବିବାର) ମଧ୍ୟାହ୍ନ ମଧ୍ୟରେ ରାଜ୍ୟର ବହୁ ଜିଲ୍ଲାରେ ହାଲୁକାରୁ ମଧ୍ୟମ ବର୍ଷା ସହ କିଛି ଜିଲ୍ଲାରେ କାଳବୈଶାଖୀ ସହ ଘୂର୍ଣ୍ଣିଝଡ଼ର ସମ୍ଭାବନା ରହିଥିବା ନେଇ ଆଜି ଅପରାହ୍ନରେ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।

ଆହୁରି ପଢ଼ନ୍ତୁ: ଗୁଣି ଗାରେଡି ସନ୍ଦେହରେ ମା-ଝିଅଙ୍କୁ ଧାରୁଆ ଅସ୍ତ୍ରରେ ହାଣି ନିର୍ମମ ଭାବେ ହତ୍ୟା କଲେ ପଡୋଶୀ

୫ ଜିଲ୍ଲାରେ କାଳବୈଶାଖୀ ହେବ! ଏହି ସମୟରେ ବିଜୁଳି ଓ ଘଡ଼ଘଡ଼ି ମାରିବା ସହ ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ସେଥିପାଇଁ ୫ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତାକାଲି ସକାଳ ୮ଟା ୩୦ ଯାଏଁ ପାଣିପାଗ ବିଭାଗ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି। କାଳବୈଶାଖୀ ନେଇ ଗଜପତି, ଗଞ୍ଜାମ, କନ୍ଧମାଳ, ଖୋର୍ଦ୍ଧା ଓ ନୟାଗଡ଼ ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ। ବିଜୁଳି, ଘଡ଼ଘଡ଼ି ସହ ୪୦-୫୦ କିମି ବେଗରେ ପବନ ସମ୍ଭାବନା ସେହିପରି କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ଖୋର୍ଦ୍ଧା, ଭଦ୍ରକ, ନୟାଗଡ଼, ପୁରୀ, କଟକ, ଜଗତସିଂହପୁର, ବାଲେଶ୍ୱର ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।

ଆହୁରି ପଢ଼ନ୍ତୁ: ଯୁବତୀଙ୍କୁ ହଷ୍ଟେଲରୁ ନେଇ ହୋଟେଲରେ ଦୁଷ୍କର୍ମ ଅଭଯୋଗ

ସେହିପରି ୩ ତାରିଖ, ଶନିବାର ଅପରାହ୍ନରୁ ୪ ତାରଖ, ରବିବାର ମଧ୍ୟାହ୍ନ ମଧ୍ୟରେ କଟକ, ଢ଼େଙ୍କାନାଳ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡା, ବାଲେଶ୍ୱର, ମୟୂରଭଞ୍ଜ, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ଜଗତସିଂହପୁର ଓ ପୁରୀ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ତେବେ, ଏହି ସମୟ ଗୋଟିଏ ଦୁଇଟି ସ୍ଥାନରେ ବଜ୍ରପାତ ସହିତ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହି କାଳବୈଶାଖୀ ସହ ଘୂର୍ଣ୍ଣିବଳୟ ହେବାର ସମ୍ଭାବନା ରହିଥିବାରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି।

ଆହୁରି ପଢ଼ନ୍ତୁ: ରଥଖଳାରେ ଶୋକର ଛାୟା: ତାଳଧ୍ୱଜ ରଥ ନିର୍ମାଣକାରୀ ଭୋଇ ସେବାୟତଙ୍କ ହୃଦଘାତରେ ମୃତ୍ୟୁ

ଅନ୍ୟପଟେ ରବିବାର ମୟୂରଭଞ୍ଜ, ଭଦ୍ରକ, କେନ୍ଦ୍ରାପଡ଼ା ଓ ଯାଜପୁର ଜିଲ୍ଲାରେ କେତେକ ସ୍ଥାନରେ ସ୍ୱଳ୍ପ ଓ ମଧ୍ୟମ ଧରଣର ବର୍ଷା ହେବାର ଆଶଙ୍କା ରହିଛି। ଏହାଛଡ଼ା ବଜ୍ରପାତ ହେବାର ସମ୍ଭାବନା ରହିଛି। ସେହିପରି କେନ୍ଦୁଝର, ଢ଼େଙ୍କାନାଳ, ଅନୁଗୋଳ, ଦେବଗଡ଼, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାରେ ଗୋଟିଏ ବା ଦୁଇଟି ସ୍ଥାନରେ ସ୍ୱଳ୍ପ ଓ ମଧ୍ୟମ ଧରଣର ବର୍ଷା ଏବଂ ଝଡ଼ତୋଫାନ ହେବାର ସମ୍ଭାବନା ରହିଛି। ବର୍ଷା ସହ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବୋହିବାର ଆଶଙ୍କା ରହିଛି। ସେଥିପାଇଁ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, କଟକ, ଖୋର୍ଦ୍ଧା ଓ ଜଗତସିଂହପୁର ଜିଲ୍ଲା ପାଇଁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

02 Apr 2021 By The Sakala

ତାତିରୁ ମିଳିବ ଆଶ୍ବସ୍ତି : ତିନି ଦିନ ଯାଏଁ କାଳବୈଶାଖୀ ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ

ଭୁବନେଶ୍ବର : ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହରେ ଆଉଟୁପାଉଟୁ ହେଉଥିବା ରାଜ୍ୟବାସୀଙ୍କୁ ମିଳିବ ଆଶ୍ବସ୍ତି। ବିଗତ ପାଞ୍ଚ ଦିନ ଧରି ରାଜ୍ୟରେ ଲାଗିରହିଥିବା ଅସହ୍ୟ ଗ୍ରୀଷ୍ମ ପ୍ରବାହରେ ଆଜି କିଛିଟା ଉନ୍ନତି ଘଟିଛି। ଆଜି ସୂର୍ୟ୍ୟଙ୍କର କିରଣ ଓ ତାପ ଏତେଟା ପ୍ରଖର ନଥିବା ସହ ବାୟୁର ଦିଗ ପରିବର୍ତ୍ତନ ହୋଇଥିବା କାରଣରୁ ରାଜ୍ୟ ମଧ୍ୟକୁ ଝାଞ୍ଜି ପବନ ପ୍ରବାହିତ ହେଉନାହିଁ। ଏବେ ରାଜ୍ୟକୁ ଗ୍ରୀଷ୍ମପ୍ରବାହ ଭୟ ନଥିବା ବେଳେ ଆଗାମୀ ୩ ଦିନ ପର୍ଯ୍ୟନ୍ତ ବର୍ଷା ସହ କାଳବୈଶାଖୀ ସମ୍ଭାବନା ରହିଛି। ଏହି ପରିପ୍ରେକ୍ଷୀରେ ଆଜି (ଶୁକ୍ରବାର) ଅପରାହ୍ନ ଠାରୁ ୪ ତାରଖ (ରବିବାର) ମଧ୍ୟାହ୍ନ ମଧ୍ୟରେ ରାଜ୍ୟର ବହୁ ଜିଲ୍ଲାରେ ହାଲୁକାରୁ ମଧ୍ୟମ ବର୍ଷା ସହ କିଛି ଜିଲ୍ଲାରେ କାଳବୈଶାଖୀ ସହ ଘୂର୍ଣ୍ଣିଝଡ଼ର ସମ୍ଭାବନା ରହିଥିବା ନେଇ ଆଜି ଅପରାହ୍ନରେ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।

୫ ଜିଲ୍ଲାରେ କାଳବୈଶାଖୀ ହେବ! ଏହି ସମୟରେ ବିଜୁଳି ଓ ଘଡ଼ଘଡ଼ି ମାରିବା ସହ ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ସେଥିପାଇଁ ୫ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତାକାଲି ସକାଳ ୮ଟା ୩୦ ଯାଏଁ ପାଣିପାଗ ବିଭାଗ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି। କାଳବୈଶାଖୀ ନେଇ ଗଜପତି, ଗଞ୍ଜାମ, କନ୍ଧମାଳ, ଖୋର୍ଦ୍ଧା ଓ ନୟାଗଡ଼ ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ। ବିଜୁଳି, ଘଡ଼ଘଡ଼ି ସହ ୪୦-୫୦ କିମି ବେଗରେ ପବନ ସମ୍ଭାବନା ସେହିପରି କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ଖୋର୍ଦ୍ଧା, ଭଦ୍ରକ, ନୟାଗଡ଼, ପୁରୀ, କଟକ, ଜଗତସିଂହପୁର, ବାଲେଶ୍ୱର ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।

ସେହିପରି ୩ ତାରିଖ, ଶନିବାର ଅପରାହ୍ନରୁ ୪ ତାରଖ, ରବିବାର ମଧ୍ୟାହ୍ନ ମଧ୍ୟରେ କଟକ, ଢ଼େଙ୍କାନାଳ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡା, ବାଲେଶ୍ୱର, ମୟୂରଭଞ୍ଜ, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ଜଗତସିଂହପୁର ଓ ପୁରୀ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ତେବେ, ଏହି ସମୟ ଗୋଟିଏ ଦୁଇଟି ସ୍ଥାନରେ ବଜ୍ରପାତ ସହିତ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହି କାଳବୈଶାଖୀ ସହ ଘୂର୍ଣ୍ଣିବଳୟ ହେବାର ସମ୍ଭାବନା ରହିଥିବାରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି।

ଅନ୍ୟପଟେ ରବିବାର ମୟୂରଭଞ୍ଜ, ଭଦ୍ରକ, କେନ୍ଦ୍ରାପଡ଼ା ଓ ଯାଜପୁର ଜିଲ୍ଲାରେ କେତେକ ସ୍ଥାନରେ ସ୍ୱଳ୍ପ ଓ ମଧ୍ୟମ ଧରଣର ବର୍ଷା ହେବାର ଆଶଙ୍କା ରହିଛି। ଏହାଛଡ଼ା ବଜ୍ରପାତ ହେବାର ସମ୍ଭାବନା ରହିଛି। ସେହିପରି କେନ୍ଦୁଝର, ଢ଼େଙ୍କାନାଳ, ଅନୁଗୋଳ, ଦେବଗଡ଼, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାରେ ଗୋଟିଏ ବା ଦୁଇଟି ସ୍ଥାନରେ ସ୍ୱଳ୍ପ ଓ ମଧ୍ୟମ ଧରଣର ବର୍ଷା ଏବଂ ଝଡ଼ତୋଫାନ ହେବାର ସମ୍ଭାବନା ରହିଛି। ବର୍ଷା ସହ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବୋହିବାର ଆଶଙ୍କା ରହିଛି। ସେଥିପାଇଁ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, କଟକ, ଖୋର୍ଦ୍ଧା ଓ ଜଗତସିଂହପୁର ଜିଲ୍ଲା ପାଇଁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର