ଶୀତ ଅପଡେଟ୍: ରାଜ୍ୟରେ ଆସନ୍ତା ୪ ଦିନ ଯାଏଁ ହାଲୁକା ଶୀତ, କୁହୁଡ଼ି ନେଇ ୨ ଦିନ ପାଇଁ ୭ ଜିଲ୍ଲାକୁ ୟେଲୋ ଆଲର୍ଟ

The Sakala Picture
Published On

ଭୁବନେଶ୍ବର: ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ହାଲୁକା ଶୀତ। ଉପାନ୍ତରୁ ଉପକୂଳ ସବୁଠି ରହିବ ଶୁଖିଲା ପାଗ । ଆଭ୍ୟନ୍ତରୀଣ ଓଡ଼ିଶାରେ ୧୦ ଡିଗ୍ରୀ ଉପରେ ରହିବ ତାପମାତ୍ରା । ଉପକୂଳରେ ୧୫ ଡିଗ୍ରୀରୁ ଅଧିତ ତାପମାତ୍ରା ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବର୍ତ୍ତମାନ ଉପକୂଳ ଓଡ଼ିଶାରେ ସ୍ବାଭାବିକ ଠାରୁ ୨ ରୁ ୩ ଡିଗ୍ରୀ ତାପମାତ୍ରା ଅଧିକ ରହିଥିବାବେଳେ ଆଭ୍ୟନ୍ତରୀଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ସ୍ବାଭାବିକ ଠାରୁ ୧ […]

ଭୁବନେଶ୍ବର: ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ହାଲୁକା ଶୀତ। ଉପାନ୍ତରୁ ଉପକୂଳ ସବୁଠି ରହିବ ଶୁଖିଲା ପାଗ । ଆଭ୍ୟନ୍ତରୀଣ ଓଡ଼ିଶାରେ ୧୦ ଡିଗ୍ରୀ ଉପରେ ରହିବ ତାପମାତ୍ରା । ଉପକୂଳରେ ୧୫ ଡିଗ୍ରୀରୁ ଅଧିତ ତାପମାତ୍ରା ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବର୍ତ୍ତମାନ ଉପକୂଳ ଓଡ଼ିଶାରେ ସ୍ବାଭାବିକ ଠାରୁ ୨ ରୁ ୩ ଡିଗ୍ରୀ ତାପମାତ୍ରା ଅଧିକ ରହିଥିବାବେଳେ ଆଭ୍ୟନ୍ତରୀଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ସ୍ବାଭାବିକ ଠାରୁ ୧ ରୁ ୨ ଡିଗ୍ରୀ ତାପମାତ୍ରା କମ୍ ରହିଛି। ଏଭଳି ପାଗ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଜାରି ରହିବ। ୪ ଦିନ ପରେ ରାଜ୍ୟରେ ପୁଣି ୨ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବ ବୋଲି ଆକଳନ କରାଯାଇଛି ।

ଆହୁରି ପଢ଼ନ୍ତୁ: ଘରର କବାଟ ଭାଙ୍ଗି ମା’କୁ ଅଟକ ରଖିଲେ, ୧୫ ବର୍ଷର ନାବାଳିକା ଝିଅକୁ ଅପହରଣ କରିନେଲେ ଦୁର୍ବୃତ୍ତ

ସେପଟେ ହାଲୁକା ଶୀତ ସହ ଅତି ଘନ କୁହୁଡି ନେଇ ସତର୍କତା ଜାରି କରାଯାଇଛି । ଆସନ୍ତା ଦୁଇ ଦିନ ପାଇଁ ଅତି ଘନ କୁହୁଡି ନେଇ ୭ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ବିଶେଷ କରି ସୁନ୍ଦରଗଡ, ଢେଙ୍କାନାଳ, କଟକ, କଳହାଣ୍ଡି, କନ୍ଧମାଳ ଏବଂ କୋରାପୁଟକୁ ସତର୍କତା ଜାରି ହୋଇଛି । ଏହି ସବୁ ଜିଲ୍ଲାରେ ୨୦ ମିଟର କିମ୍ବା ଜିରେ ଭିଜିବିଲିଟି ରହିବାର ସମ୍ଭାବନା ରହିଛି। ସେହିଭଳି ଖୋର୍ଦ୍ଧା, ଅନୁଗୁଳ, ଗଜପତି, ଗଞ୍ଜାମ, ରାୟଗଡା, ଜଗତସିଂହପୁର, ଭଦ୍ରକ, କେନ୍ଦ୍ରାପଡା, ଯାଜପୁର, କେନ୍ଦୁଝର ଏବଂ ମାଲକାନଗିରିରେ ହାଲୁକାରୁ ମଧ୍ୟମ ଧରଣର କୁହୁଡି ଅନୁଭୂତ ହେବ। ଗତ ୨୪ ଘଣ୍ଟାରେ ରାଜ୍ୟର ୨ ଟି ସହରରେ ଶୀତ ଲହରୀ ଅନୁଭୁତ ହୋଇଛି। ପାହାଡିଆ ଅଞ୍ଚଳ ଭାବରେ ୭.୫ ଡିଗ୍ରୀ ସହ କୋରାପୁଟ ରାଜ୍ୟର ସବୁଠାରୁ ଥଣ୍ଡା ସହର ଭାବରେ ରେକର୍ଡ କରିଥିବା ବେଳେ ସମତଳ ଅଞ୍ଚଳ ଭାବରେ ଦାରିଙ୍ଗବାଡିରେ ୮ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ରାଉରକେଲାରେ ୧୦.୫, ନବରଙ୍ଗପୁରରେ ୧୦.୫, ଝାରସୁଗୁଡାରେ ୧୦.୮ ଏବଂ ଅନୁଗୁଳରେ ୧୧ ଡିଗ୍ରୀ ରେକର୍ଡ ହୋଇଛି। ଭୁବନେଶ୍ବରରେ ୧୪.୫ ଏବଂ କଟକରେ ୧୪.୫ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ TPCODL ଲାଇନମ୍ୟାନ୍, ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ

ଆହୁରି ପଢ଼ନ୍ତୁ: ଦୀଘା ଜଗନ୍ନାଥ ମନ୍ଦିରରୁ ‘ଧାମ’ ଶବ୍ଦ ହଟାଇଲେ ବେଙ୍ଗଲ ସରକାର, ଲେଖା ହେଲା ଜଗନ୍ନାଥ ସାଂସ୍କୃତିକ କେନ୍ଦ୍ର

06 Jan 2025 By The Sakala

ଶୀତ ଅପଡେଟ୍: ରାଜ୍ୟରେ ଆସନ୍ତା ୪ ଦିନ ଯାଏଁ ହାଲୁକା ଶୀତ, କୁହୁଡ଼ି ନେଇ ୨ ଦିନ ପାଇଁ ୭ ଜିଲ୍ଲାକୁ ୟେଲୋ ଆଲର୍ଟ

ଭୁବନେଶ୍ବର: ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ହାଲୁକା ଶୀତ। ଉପାନ୍ତରୁ ଉପକୂଳ ସବୁଠି ରହିବ ଶୁଖିଲା ପାଗ । ଆଭ୍ୟନ୍ତରୀଣ ଓଡ଼ିଶାରେ ୧୦ ଡିଗ୍ରୀ ଉପରେ ରହିବ ତାପମାତ୍ରା । ଉପକୂଳରେ ୧୫ ଡିଗ୍ରୀରୁ ଅଧିତ ତାପମାତ୍ରା ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବର୍ତ୍ତମାନ ଉପକୂଳ ଓଡ଼ିଶାରେ ସ୍ବାଭାବିକ ଠାରୁ ୨ ରୁ ୩ ଡିଗ୍ରୀ ତାପମାତ୍ରା ଅଧିକ ରହିଥିବାବେଳେ ଆଭ୍ୟନ୍ତରୀଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ସ୍ବାଭାବିକ ଠାରୁ ୧ ରୁ ୨ ଡିଗ୍ରୀ ତାପମାତ୍ରା କମ୍ ରହିଛି। ଏଭଳି ପାଗ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଜାରି ରହିବ। ୪ ଦିନ ପରେ ରାଜ୍ୟରେ ପୁଣି ୨ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବ ବୋଲି ଆକଳନ କରାଯାଇଛି ।

ସେପଟେ ହାଲୁକା ଶୀତ ସହ ଅତି ଘନ କୁହୁଡି ନେଇ ସତର୍କତା ଜାରି କରାଯାଇଛି । ଆସନ୍ତା ଦୁଇ ଦିନ ପାଇଁ ଅତି ଘନ କୁହୁଡି ନେଇ ୭ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ବିଶେଷ କରି ସୁନ୍ଦରଗଡ, ଢେଙ୍କାନାଳ, କଟକ, କଳହାଣ୍ଡି, କନ୍ଧମାଳ ଏବଂ କୋରାପୁଟକୁ ସତର୍କତା ଜାରି ହୋଇଛି । ଏହି ସବୁ ଜିଲ୍ଲାରେ ୨୦ ମିଟର କିମ୍ବା ଜିରେ ଭିଜିବିଲିଟି ରହିବାର ସମ୍ଭାବନା ରହିଛି। ସେହିଭଳି ଖୋର୍ଦ୍ଧା, ଅନୁଗୁଳ, ଗଜପତି, ଗଞ୍ଜାମ, ରାୟଗଡା, ଜଗତସିଂହପୁର, ଭଦ୍ରକ, କେନ୍ଦ୍ରାପଡା, ଯାଜପୁର, କେନ୍ଦୁଝର ଏବଂ ମାଲକାନଗିରିରେ ହାଲୁକାରୁ ମଧ୍ୟମ ଧରଣର କୁହୁଡି ଅନୁଭୂତ ହେବ। ଗତ ୨୪ ଘଣ୍ଟାରେ ରାଜ୍ୟର ୨ ଟି ସହରରେ ଶୀତ ଲହରୀ ଅନୁଭୁତ ହୋଇଛି। ପାହାଡିଆ ଅଞ୍ଚଳ ଭାବରେ ୭.୫ ଡିଗ୍ରୀ ସହ କୋରାପୁଟ ରାଜ୍ୟର ସବୁଠାରୁ ଥଣ୍ଡା ସହର ଭାବରେ ରେକର୍ଡ କରିଥିବା ବେଳେ ସମତଳ ଅଞ୍ଚଳ ଭାବରେ ଦାରିଙ୍ଗବାଡିରେ ୮ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ରାଉରକେଲାରେ ୧୦.୫, ନବରଙ୍ଗପୁରରେ ୧୦.୫, ଝାରସୁଗୁଡାରେ ୧୦.୮ ଏବଂ ଅନୁଗୁଳରେ ୧୧ ଡିଗ୍ରୀ ରେକର୍ଡ ହୋଇଛି। ଭୁବନେଶ୍ବରରେ ୧୪.୫ ଏବଂ କଟକରେ ୧୪.୫ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର