ଶିମିଳିପାଳ ଜଙ୍ଗଲରେ ନିଆଁ ପ୍ରସଙ୍ଗରେ ମୁହଁ ଖୋଲିଲେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ : ୧୪୦୦ ପଏଣ୍ଟରେ ନିଆଁ ଲାଗିଥିଲା, କୌଣସି ଜୀବଜନ୍ତୁଙ୍କର କ୍ଷତି ହୋଇନାହିଁ  

The Sakala Picture
Published On

ଭୁବନେଶ୍ବର : ଶିିମିଳିପାଳ ଜଙ୍ଗଲରେ ନିଆଁ ଲାଗିବା ଘଟଣାରେ ରାଜ୍ୟ ସରକାରଙ୍କୁ ବିରୋଧୀ ଟାର୍ଗେଟ କରୁଥିବା ବେଳେ ମୁହଁ ଖୋଲିଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ । ମନ୍ତ୍ରୀ ଆଜି ଏନେଇ ମନ୍ତବ୍ୟ ଦେଇ କହିଛନ୍ତି ଶିମିଳିପାଳରେ ଏକ ହଜାର ଚାରିଶହ ପଏଣ୍ଟରେ ନିଆଁ ଲାଗିଥିଲା । ଆଉ ଏହାକୁ ଆୟତ୍ତ କରିବା ପାଇଁ ୧୧୭୫ ଜଣଙ୍କୁ ନିୟୋଜିତ କରାଯାଇଛି । ୨୯୫ଟି ଅଗ୍ନି ନିର୍ବାପକ ଯନ୍ତ୍ର ଯୋଗାଇ ଦିଆଯାଇଛି । ୩୫୯୧ […]

ଭୁବନେଶ୍ବର : ଶିିମିଳିପାଳ ଜଙ୍ଗଲରେ ନିଆଁ ଲାଗିବା ଘଟଣାରେ ରାଜ୍ୟ ସରକାରଙ୍କୁ ବିରୋଧୀ ଟାର୍ଗେଟ କରୁଥିବା ବେଳେ ମୁହଁ ଖୋଲିଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ । ମନ୍ତ୍ରୀ ଆଜି ଏନେଇ ମନ୍ତବ୍ୟ ଦେଇ କହିଛନ୍ତି ଶିମିଳିପାଳରେ ଏକ ହଜାର ଚାରିଶହ ପଏଣ୍ଟରେ ନିଆଁ ଲାଗିଥିଲା । ଆଉ ଏହାକୁ ଆୟତ୍ତ କରିବା ପାଇଁ ୧୧୭୫ ଜଣଙ୍କୁ ନିୟୋଜିତ କରାଯାଇଛି । ୨୯୫ଟି ଅଗ୍ନି ନିର୍ବାପକ ଯନ୍ତ୍ର ଯୋଗାଇ ଦିଆଯାଇଛି । ୩୫୯୧ କିଲୋମିଟର ଫାଇଲ ଲାଇନ ତିଆରି କରାଯାଇଛି । ୭ ଅଫିସରଙ୍କୁ ନୋଡାଲ ଅଫିସର ଭାବେ ନିୟୋଜିତ କରାଯାଇଛି । ୪୦ ଗାଡିକୁ ନିୟୋଜିତ କରାଯାଇଛି । ରାଜ୍ୟ ସରକାର ଜଙ୍ଗଲରେ ଲାଗିଥିବା ନିଆଁକୁ ଆୟତ୍ତ କରିବା ପାଇଁ ସମସ୍ତ ପ୍ରକାର ଉଦ୍ୟମ କରୁଛନ୍ତି। ଶିମିଳିପାଳ ଜଙ୍ଗଲରେ ଲାଗିଥିବା ନିଆଁରେ  ଜୀବଜନ୍ତୁଙ୍କର କୌଣସି କ୍ଷତି ହୋଇନାହିଁ, ସମସ୍ତେ ଠିକ୍ ଅଛନ୍ତି । ସରକାର ସଚେତନ ଅଛନ୍ତି, ବିରୋଧୀ ଦଳ ପକ୍ଷରୁ ଆସିଥିବା ସମ୍ପୂର୍ଣ୍ଣ ଭିତ୍ତିହୀନ ବୋଲି ବିଭାଗୀୟ ମନ୍ତ୍ରୀ କହିଛନ୍ତି।

ଆହୁରି ପଢ଼ନ୍ତୁ: ଲୋକ ଭବନରେ ୨ ଆଇଆର୍‌ଏସ୍‌ ଅଧିକାରୀଙ୍କ ଉପରେ ଦୁର୍ବ୍ୟବହାର ଘଟଣା, ନିନ୍ଦା କଲା ବିଜେଡି

ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଆହୁରି ମଧ୍ୟ କହିଛନ୍ତି ଯେ ଫେବୃଆରୀ ୧୫ରୁ ଜୁନ୍ ୧୫ ଯାଏଁ ଥିବା ସମୟକୁ ଅଗ୍ନି ଋତୁ ବୋଲି କୁହାଯାଏ । ଏହି ସମୟରେ ବିଭିନ୍ନ ଜଙ୍ଗଲରେ ନିଆଁ ଲାଗିଥାଏ। ଚଳିତ ବର୍ଷ ତାପମାତ୍ରା ଅଧିକ ରହୁଥିବାରୁ ନିଆଁ ବ୍ୟାପକ ହୋଇଥିଲା। ଜଙ୍ଗଲରେ ନିଆଁ ଲାଗିବା ପରେ  ଏହାକୁ ଲିଭାଇବା ପାଇଁ ଜଙ୍ଗଲ ବିଭାଗ ପକ୍ଷରୁ ମଧ୍ୟ ବ୍ୟାପକ ବ୍ୟବସ୍ଥା ହାତକୁ ନିଆଯାଇଛି ।

ଆହୁରି ପଢ଼ନ୍ତୁ: ଦିନ ୧୧ଟାରୁ ୩ଟା ଭିତରେ ହେବନି ଜନ ଗଣନା, ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜସ୍ୱ ବିଭାଗର ନିଷ୍ପତ୍ତି

ରାଜ୍ୟରେ ଯେଉଁ ନିଆଁ ଲାଗିଛି ତାକୁ ଅନୁଧ୍ୟାନ କରିବା ପାଇଁ ଏକ ରାଜ୍ୟସ୍ତରୀୟ ଟାସ୍କ ଫୋର୍ସ ଗଠନ କରିଛନ୍ତି। ପୂର୍ବତନ ପିସିସିଏଫଙ୍କ ଅଧ୍ୟକ୍ଷତାରେ ୯ ଜଣିଆ ଟାସ୍କ ଫୋର୍ସ ଗଠନ କରାଯାଇଛି।  ସେମାନଙ୍କ ମଧ୍ୟରେ ଡେରାଡୁନ ଏବଂ ହାଇଦ୍ରାବାଦର ୩ ଜଣ ବିଶେଷଜ୍ଞ ମଧ୍ୟ ସାମିଲ ହୋଇଛନ୍ତି। ଜଙ୍ଗଲ ନିଆଁର ସମୀକ୍ଷା କରିବା ସହିତ ତାହାର କାରଣ ଓ ନିରାକରଣ ଦିଗରେ ଟାସ୍କଫୋର୍ସ ପଦକ୍ଷେପ ନେବ। ଅତ୍ୟାଧୁନିକ ପ୍ରକ୍ରିୟାରେ ନିଆଁକୁ କିଭଳି ଲିଭା ଯାଇପାରିବ ଓ ନିଆଁ ଲାଗିବାର କାରଣ ଖୋଜିବେ । ଏହା ସହିତ ପ୍ରତିଦିନ ଅପରାହ୍ନରେ ଟାସ୍କଫୋର୍ସ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ କରାଯାଇ ପଦକ୍ଷେପ ସମ୍ପର୍କରେ ସୂଚନା ଦିଆଯିବ।

ଆହୁରି ପଢ଼ନ୍ତୁ: ଜନଗଣନା-୨୦୨୭ ପାଇଁ ରାଜସ୍ବ ବିଭାଗର SOP ଜାରି, ଗଣନାକାରୀ ସରକାରୀ ପରିଚୟପତ୍ର ପିନ୍ଧିବା ଜରୁରୀ

08 Mar 2021 By The Sakala

ଶିମିଳିପାଳ ଜଙ୍ଗଲରେ ନିଆଁ ପ୍ରସଙ୍ଗରେ ମୁହଁ ଖୋଲିଲେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ : ୧୪୦୦ ପଏଣ୍ଟରେ ନିଆଁ ଲାଗିଥିଲା, କୌଣସି ଜୀବଜନ୍ତୁଙ୍କର କ୍ଷତି ହୋଇନାହିଁ  

ଭୁବନେଶ୍ବର : ଶିିମିଳିପାଳ ଜଙ୍ଗଲରେ ନିଆଁ ଲାଗିବା ଘଟଣାରେ ରାଜ୍ୟ ସରକାରଙ୍କୁ ବିରୋଧୀ ଟାର୍ଗେଟ କରୁଥିବା ବେଳେ ମୁହଁ ଖୋଲିଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ । ମନ୍ତ୍ରୀ ଆଜି ଏନେଇ ମନ୍ତବ୍ୟ ଦେଇ କହିଛନ୍ତି ଶିମିଳିପାଳରେ ଏକ ହଜାର ଚାରିଶହ ପଏଣ୍ଟରେ ନିଆଁ ଲାଗିଥିଲା । ଆଉ ଏହାକୁ ଆୟତ୍ତ କରିବା ପାଇଁ ୧୧୭୫ ଜଣଙ୍କୁ ନିୟୋଜିତ କରାଯାଇଛି । ୨୯୫ଟି ଅଗ୍ନି ନିର୍ବାପକ ଯନ୍ତ୍ର ଯୋଗାଇ ଦିଆଯାଇଛି । ୩୫୯୧ କିଲୋମିଟର ଫାଇଲ ଲାଇନ ତିଆରି କରାଯାଇଛି । ୭ ଅଫିସରଙ୍କୁ ନୋଡାଲ ଅଫିସର ଭାବେ ନିୟୋଜିତ କରାଯାଇଛି । ୪୦ ଗାଡିକୁ ନିୟୋଜିତ କରାଯାଇଛି । ରାଜ୍ୟ ସରକାର ଜଙ୍ଗଲରେ ଲାଗିଥିବା ନିଆଁକୁ ଆୟତ୍ତ କରିବା ପାଇଁ ସମସ୍ତ ପ୍ରକାର ଉଦ୍ୟମ କରୁଛନ୍ତି। ଶିମିଳିପାଳ ଜଙ୍ଗଲରେ ଲାଗିଥିବା ନିଆଁରେ  ଜୀବଜନ୍ତୁଙ୍କର କୌଣସି କ୍ଷତି ହୋଇନାହିଁ, ସମସ୍ତେ ଠିକ୍ ଅଛନ୍ତି । ସରକାର ସଚେତନ ଅଛନ୍ତି, ବିରୋଧୀ ଦଳ ପକ୍ଷରୁ ଆସିଥିବା ସମ୍ପୂର୍ଣ୍ଣ ଭିତ୍ତିହୀନ ବୋଲି ବିଭାଗୀୟ ମନ୍ତ୍ରୀ କହିଛନ୍ତି।

ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଆହୁରି ମଧ୍ୟ କହିଛନ୍ତି ଯେ ଫେବୃଆରୀ ୧୫ରୁ ଜୁନ୍ ୧୫ ଯାଏଁ ଥିବା ସମୟକୁ ଅଗ୍ନି ଋତୁ ବୋଲି କୁହାଯାଏ । ଏହି ସମୟରେ ବିଭିନ୍ନ ଜଙ୍ଗଲରେ ନିଆଁ ଲାଗିଥାଏ। ଚଳିତ ବର୍ଷ ତାପମାତ୍ରା ଅଧିକ ରହୁଥିବାରୁ ନିଆଁ ବ୍ୟାପକ ହୋଇଥିଲା। ଜଙ୍ଗଲରେ ନିଆଁ ଲାଗିବା ପରେ  ଏହାକୁ ଲିଭାଇବା ପାଇଁ ଜଙ୍ଗଲ ବିଭାଗ ପକ୍ଷରୁ ମଧ୍ୟ ବ୍ୟାପକ ବ୍ୟବସ୍ଥା ହାତକୁ ନିଆଯାଇଛି ।

ରାଜ୍ୟରେ ଯେଉଁ ନିଆଁ ଲାଗିଛି ତାକୁ ଅନୁଧ୍ୟାନ କରିବା ପାଇଁ ଏକ ରାଜ୍ୟସ୍ତରୀୟ ଟାସ୍କ ଫୋର୍ସ ଗଠନ କରିଛନ୍ତି। ପୂର୍ବତନ ପିସିସିଏଫଙ୍କ ଅଧ୍ୟକ୍ଷତାରେ ୯ ଜଣିଆ ଟାସ୍କ ଫୋର୍ସ ଗଠନ କରାଯାଇଛି।  ସେମାନଙ୍କ ମଧ୍ୟରେ ଡେରାଡୁନ ଏବଂ ହାଇଦ୍ରାବାଦର ୩ ଜଣ ବିଶେଷଜ୍ଞ ମଧ୍ୟ ସାମିଲ ହୋଇଛନ୍ତି। ଜଙ୍ଗଲ ନିଆଁର ସମୀକ୍ଷା କରିବା ସହିତ ତାହାର କାରଣ ଓ ନିରାକରଣ ଦିଗରେ ଟାସ୍କଫୋର୍ସ ପଦକ୍ଷେପ ନେବ। ଅତ୍ୟାଧୁନିକ ପ୍ରକ୍ରିୟାରେ ନିଆଁକୁ କିଭଳି ଲିଭା ଯାଇପାରିବ ଓ ନିଆଁ ଲାଗିବାର କାରଣ ଖୋଜିବେ । ଏହା ସହିତ ପ୍ରତିଦିନ ଅପରାହ୍ନରେ ଟାସ୍କଫୋର୍ସ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ କରାଯାଇ ପଦକ୍ଷେପ ସମ୍ପର୍କରେ ସୂଚନା ଦିଆଯିବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର