ସ୍କୁଲରେ କୋଭିଡ୍‌ ଗାଇଡ୍‌ଲାଇନ୍‌ କଡାକଡି ଭାବେ ପାଳନ କରିବାକୁ ଗଣଶିକ୍ଷା ମନ୍ତ୍ରୀଙ୍କ ନିର୍ଦେଶ ‌

The Sakala Picture
Published On

ଭୁବନେଶ୍ବର : ରାଜ୍ୟରେ କରୋନା ପୁଣି ସକ୍ରିୟ ହେବାରେ ଲାଗିଛି । ରାଜଧାନୀରେ ଗୋଟିଏ ପରେ ଗୋଟିଏ ଶିକ୍ଷାନୁଷ୍ଠାନରେ କରୋନା ସଂକ୍ରମଣ ଚିହ୍ନଟ ହେବାରେ ଲାଗିଛନ୍ତି। ଆଜି ଭୁବନେଶ୍ୱର କେନ୍ଦ୍ରୀୟ ବିଦ୍ୟାଳୟ-୧ରୁ ଜଣେ ଛାତ୍ର କରୋନା ପଜିଟିଭ ବାହାରିବା ପରେ ଚିନ୍ତା ଆହୁରି ବଢ଼ିଯାଇଛି। ସେପଟେ କେନ୍ଦ୍ରୀୟ ବିଦ୍ୟାଳୟରେ କରୋନା ପଜିଟିଭ ବାହାରିବା ପରେ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ପ୍ରତିକ୍ରିୟା ରଖିଛନ୍ତି। ମନ୍ତ୍ରୀ କହିଛନ୍ତି ଯେ ଏପର୍ଯ୍ୟନ୍ତ ସରକାରଙ୍କ ଦ୍ଵାରା ପରିଚାଳିତ ସ୍କୁଲ ଏବଂ ହଷ୍ଟେଲରେ […]

ଭୁବନେଶ୍ବର : ରାଜ୍ୟରେ କରୋନା ପୁଣି ସକ୍ରିୟ ହେବାରେ ଲାଗିଛି । ରାଜଧାନୀରେ ଗୋଟିଏ ପରେ ଗୋଟିଏ ଶିକ୍ଷାନୁଷ୍ଠାନରେ କରୋନା ସଂକ୍ରମଣ ଚିହ୍ନଟ ହେବାରେ ଲାଗିଛନ୍ତି। ଆଜି ଭୁବନେଶ୍ୱର କେନ୍ଦ୍ରୀୟ ବିଦ୍ୟାଳୟ-୧ରୁ ଜଣେ ଛାତ୍ର କରୋନା ପଜିଟିଭ ବାହାରିବା ପରେ ଚିନ୍ତା ଆହୁରି ବଢ଼ିଯାଇଛି। ସେପଟେ କେନ୍ଦ୍ରୀୟ ବିଦ୍ୟାଳୟରେ କରୋନା ପଜିଟିଭ ବାହାରିବା ପରେ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ପ୍ରତିକ୍ରିୟା ରଖିଛନ୍ତି।

ଆହୁରି ପଢ଼ନ୍ତୁ: ଲଗାଣ ବର୍ଷାରେ ମୟୂରଭଞ୍ଜ ସ୍ଥିତି ବେହାଲ; ବାଙ୍ଗିରିପୋଷି ଓ ସାରସକଣାରେ ସର୍ବାଧିକ ବର୍ଷା, କାତରା ଓ ବୁଢାବଳଙ୍ଗରେ ବନ୍ୟା

ମନ୍ତ୍ରୀ କହିଛନ୍ତି ଯେ ଏପର୍ଯ୍ୟନ୍ତ ସରକାରଙ୍କ ଦ୍ଵାରା ପରିଚାଳିତ ସ୍କୁଲ ଏବଂ ହଷ୍ଟେଲରେ ଏଯାବତ କୌଣସି ପଜିଟିଭ ବାହାରି ନାହିଁ। କାରଣ ସେଠାରେ ସରକାରଙ୍କ ଦ୍ୱାରା ପ୍ରସ୍ତୁତ ଏସଓପିକୁ କଡ଼ାକଡ଼ି ଭାବେ ପାଳନ କରାଯାଉଛି। କିନ୍ତୁ କେନ୍ଦ୍ରୀୟ ସ୍କୁଲ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ମାନଙ୍କରେ ଏସଓପିକୁ ଠିକ୍‌ ଭାବରେ ପାଳନ ହେଉନଥିବାରୁ ସେଠାରେ କରୋନା ସଂକ୍ରମଣ ଚିହ୍ନଟ ହେଉଛନ୍ତି। ସେଥିପାଇଁ ସରକାରଙ୍କ ଏସଓପିକୁ କଡ଼ାକଡ଼ି ପାଳନ କରାଯିବା ଲାଗି ନିର୍ଦ୍ଦେଶ ଦିଆଯାଇଛି। ଏନେଇ ବିଭାଗ ମଧ୍ୟ ଗୁରୁତର ଭାବରେ ଦେଖୁଛି। ପ୍ରାଇଭେଟ ସ୍କୁଲ ଗୁଡିକ ଉପରେ ଜିଲ୍ଲା ପ୍ରସାସନ କଡା ନଜର ରଖିଛନ୍ତି। ତେବେ ସ୍କୁଲ ବନ୍ଦ ଉପରେ ଏପର୍ଯ୍ୟନ୍ତ କୌଣସି ନିଷ୍ପତି ନିଆଯାଇନାହିଁ।

ଆହୁରି ପଢ଼ନ୍ତୁ: କଟକ ଜଗତପୁର ଶିଳ୍ପାଞ୍ଚଳରେ ଥିବା ଏକ କ୍ଷୀର ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର