ଅନଲାଇନ ଶିକ୍ଷା ପୋର୍ଟାଲରୁ ଓଡ଼ିଆ ଭାଷା ବାଦ ପଡିବା ଘଟଣା ନେଇ ମନ୍ତ୍ରୀ ତୁଷାରକାନ୍ତି ବେହେରାଙ୍କ କ୍ଷୋଭ ପ୍ରକାଶ

The Sakala Picture
Published On

ଭୁବନେଶ୍ୱର : କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ଅଧୀନରେ ଥିବା ସ୍ୱୟଂ ଅନଲାଇନ ଶିକ୍ଷା ପୋର୍ଟାଲରୁ ଓଡ଼ିଆ ଭାଷା ବାଦ ପଡିବା ଘଟଣା ନେଇ ଇଲେକଟ୍ରୋନିକ୍ସ, ସୂଚନା ଓ ପ୍ରଯୁକ୍ତି ମନ୍ତ୍ରୀ ତୁଷାରକାନ୍ତି ବେହେରା କ୍ଷୋଭ ପ୍ରକାଶ କରିଛନ୍ତି । ଏହି ଘଟଣାର ସତ୍ୟାସତ ଅନୁଧ୍ୟାନ ସହ କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ଓ ଏଆଇସିଟିଇ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରାଯିବ । କୌଣସି ପରିସ୍ଥିତିରେ ଓଡ଼ିଆ ପିଲାଙ୍କ ଭବିଷ୍ୟତସହ ସାଲିସ କରାଯିବ ନାହିଁ ବୋଲି ମନ୍ତ୍ରୀ ଶ୍ରୀ ବେହେରା […]

ଭୁବନେଶ୍ୱର : କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ଅଧୀନରେ ଥିବା ସ୍ୱୟଂ ଅନଲାଇନ ଶିକ୍ଷା ପୋର୍ଟାଲରୁ ଓଡ଼ିଆ ଭାଷା ବାଦ ପଡିବା ଘଟଣା ନେଇ ଇଲେକଟ୍ରୋନିକ୍ସ, ସୂଚନା ଓ ପ୍ରଯୁକ୍ତି ମନ୍ତ୍ରୀ ତୁଷାରକାନ୍ତି ବେହେରା କ୍ଷୋଭ ପ୍ରକାଶ କରିଛନ୍ତି । ଏହି ଘଟଣାର ସତ୍ୟାସତ ଅନୁଧ୍ୟାନ ସହ କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ଓ ଏଆଇସିଟିଇ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରାଯିବ । କୌଣସି ପରିସ୍ଥିତିରେ ଓଡ଼ିଆ ପିଲାଙ୍କ ଭବିଷ୍ୟତସହ ସାଲିସ କରାଯିବ ନାହିଁ ବୋଲି ମନ୍ତ୍ରୀ ଶ୍ରୀ ବେହେରା କହିଛନ୍ତି ।

ଆହୁରି ପଢ଼ନ୍ତୁ: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମ ମୃତ୍ୟୁ ମାମଲା: ପୁରୁଷ ବନ୍ଧୁ ଭୀମସେନ ପ୍ରସାଦ ଟୁଡୁଙ୍କୁ ମିଳିଲା ସର୍ତ୍ତମୂଳକ ଜାମିନ

ସ୍ୱୟଂ ଅନଲାଇନ ଶିକ୍ଷା ପୋର୍ଟାଲରୁ ଓଡ଼ିଆ ଭାଷା ବାଦ ପଡ଼ିଥିବା ଘଟଣା ସାମ୍ନାକୁ ଆସିବା ପରେ ମନ୍ତ୍ରୀ ଶ୍ରୀ ବେହେରା ଗଭୀର ଉଦବେଗ ପ୍ରକାଶ କରିବା ସହ ବର୍ତ୍ତମାନ କୋଭିଡ ମହାମାରୀ ସମୟରେ ପିଲାମାନେ ଅନଲାଇନ ଶିକ୍ଷା ଉପରେ ବହୁଳ ଭାବେ ନିର୍ଭର କରୁଛନ୍ତି। ରାଜ୍ୟ ସରକାର ମାଲକାନଗିରି ସମେତ ଅନେକ ଉପାନ୍ତ ଅଞ୍ଚଳରେ ନେଟୱର୍କ ସୁଦୃଢୀକରଣ ଉପରେ ଗୁରୁତ୍ୱ ଦେଉଛନ୍ତି । ସ୍ୱୟଂ ଅନଲାଇନ ଶିକ୍ଷା ପୋର୍ଟାଲ ଏକ ଭଲ ବ୍ୟବସ୍ଥା ଓ ଏଥିରେ ବିଜ୍ଞାନ, ବୈଷୟିକ, ଫର୍ମାସୀ, ସାମାଜିକ ବିଜ୍ଞାନ ଆଇନ ଓ ମ୍ୟାନେଜମେଣ୍ଟ ଆଦି ବିଷୟର ପାଠ୍ୟ ପୁସ୍ତକ ଆଇଆଇଟି, କେନ୍ଦ୍ରୀୟ ବିଶ୍ଵବିଦ୍ୟାଳୟ ଏବଂ ଆଇଆଇଏସସିର ଅଭିଜ୍ଞ ଅଧ୍ୟାପକଙ୍କ ଦ୍ୱାରା ପ୍ରସ୍ତୁତ ହେଉଛି । ଶିକ୍ଷା ଗ୍ରହଣରେ ଭାଷା ଯେପରି ବାଧକ ନ ସାଜେ ତାହାକୁ ନଜରରେ ରଖି କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ଓଡ଼ିଆ ଭାଷା ସମେତ ମୋଟ ୧୦ ଟି ଭାଷାରେ ପାଠ୍ୟ ପୁସ୍ତକ ଉପଲବ୍ଧ କରିବା ନେଇ ଘୋଷଣା କରିଥିଲେ । ଏହା ନିଶ୍ଚିତ ଭାବେ ସ୍ୱାଗତ ଯୋଗ୍ୟ ପଦକ୍ଷେପ । ତେବେ ଏଆଇସିଟିଇ ପକ୍ଷରୁ ପାଠ୍ୟ ପୁସ୍ତକ ଅନୁବାଦ ସମୟରେ ଓଡ଼ିଆ ଭାଷା ବାଦ ପଡ଼ିଥିବା ସାମ୍ନାକୁ ଆସିଛି ।

ଆହୁରି ପଢ଼ନ୍ତୁ: ଆବାସିକ ଦ୍ୟାଳୟରେ ରାଗିଂ: ଷଷ୍ଠ ଶ୍ରେଣୀ ଛାତ୍ରଙ୍କୁ ନିର୍ଧୁମ ମାଡ଼ ମାରିବା ସହ କାମ କରାଇଲେ ଦଶମ ଶ୍ରେଣୀ ଛାତ୍ର !

ପୂର୍ବରୁ ଓଡ଼ିଆ ଭାଷାରେ ପାଠ୍ୟ ବିଷୟ ଉପଲବ୍ଧ ନେଇ ଘୋଷଣା ହୋଇଥିବା ବେଳେ ଅଧାରୁ ଏହାର ପରିବର୍ତ୍ତନ ଠିକ ନୁହେଁ । ବହୁ ପ୍ରାଚୀନ ଓଡ଼ିଆ ଭାଷା ନିକଟରେ କେନ୍ଦ୍ର ସରକାରଙ୍କ ଦ୍ୱାରା ଶାସ୍ତ୍ରୀୟ ଭାଷାର ମାନ୍ୟତା ଲାଭ କରିଛି । ଆଇଟି କ୍ଷେତ୍ରରେ ଓଡିଶା ବର୍ତ୍ତମାନ ସମଗ୍ର ଦେଶରେ ଏକ ଅଗ୍ରଣୀ ରାଜ୍ୟ ଭାବେ ପରିଚୟ ହାସଲ କରିଛି। ଭିଭିନ୍ନ କ୍ଷେତ୍ରରେ ଓଡ଼ିଆ ମାନେ ଦେଶ ବିଦେଶରେ ନିଜ ଅବସ୍ଥିତି ପ୍ରମାଣିତ କରିଛନ୍ତି । ହିନ୍ଦୀ, ବଙ୍ଗାଳୀ, ଗୁଜୁରାଟୀ, ତାମିଲ, ତେଲଗୁ, କନଡ ଓ ମାଲାୟାଲାମ ଆଦି ଭାଷାଭାଷୀ ପିଲାମାନେ ନିଜ ଭାଷାରେ ପାଠ ପଢ଼ିବାର ସୁଯୋଗ ପାଉଥିବା ବେଳେ ଓଡ଼ିଆ ପିଲା ଏଥିରୁ ବଞ୍ଚିତ ହେବା ଠିକ ନୁହେଁ । ତେବେ ଓଡ଼ିଆ ଭାଷା ଜରିଆରେ ଅନଲାଇନ ଶିକ୍ଷା ଗ୍ରହଣ ପାଇଁ ଇଛା ରଖୁଥିବା ରାଜ୍ୟର ଗ୍ରାମାଞ୍ଚଳ ତଥା ଗରିବ ଛାତ୍ରଛାତ୍ରୀଙ୍କ ଲାଗି ବେଶ ଉପଯୋଗୀ ହୋଇପାରନ୍ତା । ତେଣୁ ଏ ସମ୍ପର୍କରେ ଶିକ୍ଷା ମନ୍ତ୍ରଣାଳୟ । ଏଆଇସିଟିଇ ପୁଙ୍ଖାନୁପୁଙ୍ଖ ଅନୁଧ୍ୟାନ ସହ ଓଡ଼ିଆ ପିଲାଙ୍କ ସ୍ୱାର୍ଥରକ୍ଷା ନିମନ୍ତେ ସମସ୍ତ ବ୍ୟବସ୍ଥା ଗ୍ରହଣ କରନ୍ତୁ। ଏହି ଗୁରୁତର ଘଟଣା ସମ୍ପର୍କରେ ରାଜ୍ୟ ସରକାରଙ୍କ ପକ୍ଷରୁ ଖୁବ ଶୀଘ୍ର ପଦକ୍ଷେପ ଗ୍ରହଣ କରାଯିବ ବୋଲି ମନ୍ତ୍ରୀ ଶ୍ରୀ ବେହେରା କହିଛନ୍ତି।

ଆହୁରି ପଢ଼ନ୍ତୁ: ସ୍କୁଲ ଗେଟ୍ ନିକଟରେ ଶିକ୍ଷକଙ୍କୁ କାଠ ଫାଳିଆରେ ଆକ୍ରମଣ, ପୋଲିସର ତଦନ୍ତ ଜାରି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର