ଭୁବନେଶ୍ବର: ଆଆଇଏଏସ୍ ସ୍ତରରେ ରାଜ୍ୟ ସରକାର ଛୋଟଧରଣର ଅଦଳବଦଳ କରିଛନ୍ତି। ଏନେଇ ସାଧାରଣ ପ୍ରଶାସନ ପକ୍ଷରୁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି। ଝାରସୁଗୁଡ଼ାର ପୂର୍ବତନ ଜିଲ୍ଲାପାଳ ସରୋଜ କୁମାର ସାମଲଙ୍କୁ ସୂଚନା ଓ ଲୋକସଂପର୍କ ବିଭାଗରେ ନିର୍ଦ୍ଦେଶକ ଭାବେ ନିଯୁକ୍ତି ମିଳିଛି।
ଏଠାରେ ଅବସ୍ଥାପିତ ଥିବା ୨୦୧୧ କ୍ୟାଡର ଆଇଏଏସ୍ ଇନ୍ଦ୍ରମଣୀ ତ୍ରିପାଠୀଙ୍କୁ ବଦଳି ହୋଇଛି।ଶ୍ରୀ ତ୍ରିପାଠୀଙ୍କୁ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି, ସଂଖ୍ୟାଲଘୁ ଓ ପଛୁଆବର୍ଗ ବିଭାଗରେ ଅତିରିକ୍ତ ସଚିବ ଭାବେ ନିଯୁକ୍ତି ମିଳିଛି। ଏଥି ସହିତ ଶ୍ରୀ ତ୍ରିପାଠୀଙ୍କ ହାତରେ ଏସ୍ସିଏସ୍ଟିଆରଟିଆଇ ବିଭାଗର ଅତିରିକ୍ତ ଦାୟିତ୍ବ ତୁଲାଇବେ।