ଆଇଏଏସ ସ୍ତରରେ ଛୋଟ ଧରଣର ଅଦଳବଦଳ, ଯାମିନୀ ଷଡ଼ଙ୍ଗୀ ହେଲେ ଆଦର୍ଶ ବିଦ୍ୟାଳୟ ସଂଗଠନର ପ୍ରକଳ୍ପ ନିର୍ଦ୍ଦେଶକ

The Sakala Picture
Published On

ଭୁବନେଶ୍ୱର: ଆଇଏଏସ ସ୍ତରରେ ରାଜ୍ୟ ସରକାର ଛୋଟଧରଣର ଅଦଳବଦଳ କରିଛନ୍ତି। ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଆଜି ବିଜ୍ଞପ୍ତି ଜାରି ହୋଇଛି । ୨୦୦୮ ବ୍ୟାଚ୍ ଆଇଏଏସ୍ ଯାମିନୀ ଷଡ଼ଙ୍ଗୀଙ୍କୁ ଓଡିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଭାବେ ନିଯୁକ୍ତି ଦିଆଯାଇଛି । ଏହାସହିତ ସେ ଅର୍ଥ ବିଭାଗର ଅତିରିକ୍ତ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ମଧ୍ୟ ତୁଲାଇବେ । ଅନ୍ୟପଟେ ଆଦର୍ଶ ବିଦ୍ୟାଳୟ ସଂଗଠନର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଭାବେ […]

ଭୁବନେଶ୍ୱର: ଆଇଏଏସ ସ୍ତରରେ ରାଜ୍ୟ ସରକାର ଛୋଟଧରଣର ଅଦଳବଦଳ କରିଛନ୍ତି। ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଆଜି ବିଜ୍ଞପ୍ତି ଜାରି ହୋଇଛି । ୨୦୦୮ ବ୍ୟାଚ୍ ଆଇଏଏସ୍ ଯାମିନୀ ଷଡ଼ଙ୍ଗୀଙ୍କୁ ଓଡିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଭାବେ ନିଯୁକ୍ତି ଦିଆଯାଇଛି । ଏହାସହିତ ସେ ଅର୍ଥ ବିଭାଗର ଅତିରିକ୍ତ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ମଧ୍ୟ ତୁଲାଇବେ ।

ଆହୁରି ପଢ଼ନ୍ତୁ: ଆଜି ରାଜ୍ୟସଭା ନିର୍ବାଚନ ପାଇଁ ଓଡିଶାରୁ ନାମାଙ୍କନ ଦାଖଲ କରିବେ ୫ ପ୍ରାର୍ଥୀ

ଅନ୍ୟପଟେ ଆଦର୍ଶ ବିଦ୍ୟାଳୟ ସଂଗଠନର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଥିବା ସଂଗ୍ରାମ କେଶରୀ ମହାପାତ୍ରଙ୍କୁ ସ୍କୁଲ ଓ ଗଣଶିକ୍ଷା ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି ହୋଇଛି । ଧର୍ମଗଡ଼ ଉପଜିଲ୍ଲାପାଳ ତଥା ଧର୍ମଗଡ଼ ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ୨୦୨୦ ବ୍ୟାଚ୍ ଆଇଏଏସ୍ ବେଦଭୂଷଣଙ୍କୁ ସମ୍ବଲପୁର ମହାନଗର ନିଗମର କମିଶନର ଭାବେ ନିଯୁକ୍ତି ଦିଆଯାଇଛି । ବରିଷ୍ଠ ଓଏଏସ୍ ତଥା ଅର୍ଥ ବିଭାଗ ସ୍ୱତନ୍ତ୍ର ସଚିବ ନୃସିଂହ ଚରଣ ସ୍ୱାଇଁଙ୍କୁ ବୌଦ୍ଧ ଜିଲ୍ଲାପାଳ ଭାବେ ନିଯୁକ୍ତି ଦିଆଯାଇଛି ।

ଆହୁରି ପଢ଼ନ୍ତୁ: ଘରେ ଶୋଇଥିବା ବେଳେ ହଠାତ୍ ଲାଗିଗଲା ନିଆଁ, ଜୀବନ୍ତ ଦଗ୍ଧ ହୋଇଗଲେ ଯୁବକ

03 Jul 2023 By The Sakala

ଆଇଏଏସ ସ୍ତରରେ ଛୋଟ ଧରଣର ଅଦଳବଦଳ, ଯାମିନୀ ଷଡ଼ଙ୍ଗୀ ହେଲେ ଆଦର୍ଶ ବିଦ୍ୟାଳୟ ସଂଗଠନର ପ୍ରକଳ୍ପ ନିର୍ଦ୍ଦେଶକ

ଭୁବନେଶ୍ୱର: ଆଇଏଏସ ସ୍ତରରେ ରାଜ୍ୟ ସରକାର ଛୋଟଧରଣର ଅଦଳବଦଳ କରିଛନ୍ତି। ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଆଜି ବିଜ୍ଞପ୍ତି ଜାରି ହୋଇଛି । ୨୦୦୮ ବ୍ୟାଚ୍ ଆଇଏଏସ୍ ଯାମିନୀ ଷଡ଼ଙ୍ଗୀଙ୍କୁ ଓଡିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଭାବେ ନିଯୁକ୍ତି ଦିଆଯାଇଛି । ଏହାସହିତ ସେ ଅର୍ଥ ବିଭାଗର ଅତିରିକ୍ତ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ମଧ୍ୟ ତୁଲାଇବେ ।

ଅନ୍ୟପଟେ ଆଦର୍ଶ ବିଦ୍ୟାଳୟ ସଂଗଠନର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଥିବା ସଂଗ୍ରାମ କେଶରୀ ମହାପାତ୍ରଙ୍କୁ ସ୍କୁଲ ଓ ଗଣଶିକ୍ଷା ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି ହୋଇଛି । ଧର୍ମଗଡ଼ ଉପଜିଲ୍ଲାପାଳ ତଥା ଧର୍ମଗଡ଼ ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ୨୦୨୦ ବ୍ୟାଚ୍ ଆଇଏଏସ୍ ବେଦଭୂଷଣଙ୍କୁ ସମ୍ବଲପୁର ମହାନଗର ନିଗମର କମିଶନର ଭାବେ ନିଯୁକ୍ତି ଦିଆଯାଇଛି । ବରିଷ୍ଠ ଓଏଏସ୍ ତଥା ଅର୍ଥ ବିଭାଗ ସ୍ୱତନ୍ତ୍ର ସଚିବ ନୃସିଂହ ଚରଣ ସ୍ୱାଇଁଙ୍କୁ ବୌଦ୍ଧ ଜିଲ୍ଲାପାଳ ଭାବେ ନିଯୁକ୍ତି ଦିଆଯାଇଛି ।

https://www.thesakala.in/latest-odisha-news/minor-reshuffle-in-ias-level-in-odisha/article-23170
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର