ଆଇଏଏସ ସ୍ତରରେ ଛୋଟ ଧରଣର ଅଦଳବଦଳ, ବଦଳିଲେ ବୋର୍ଡ ସଭାପତି ରାମାଶିଷ ହାଜରା

The Sakala Picture
Published On

ଭୁବନେଶ୍ବର : ଆଇଏଏସ ସ୍ତରରେ ରାଜ୍ୟ ସରକାର ଛୋଟଧରଣର ଅଦଳବଦଳ କରିଛନ୍ତି। ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଆଜି ବିଜ୍ଞପ୍ତି ଜାରି ହୋଇଛି । ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ସଭାପତି ଥିବା  ରାମାଶିଷ ହାଜରାଙ୍କୁ ପଶୁପାଳନ ଓ ପ୍ରାଣୀଧନ ବିଭାଗର ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି। ଏଥି ସହିତ IG ରେଜିଷ୍ଟ୍ରେସନ ଓ ରାଜସ୍ୱ ଅଧିକାରୀଙ୍କ ତାଲିମ ପ୍ରତିଷ୍ଠାନ(ରୋଟି) ନିର୍ଦ୍ଦେଶକ ଥିବା ଜ୍ୟୋତିପ୍ରକାଶ ଦାସଙ୍କୁ ମାଧ୍ୟମିକ ଶିକ୍ଷା ପରିଷଦର ସଭାପତି ଭାବେ ଅତିରିକ୍ତ ଦାୟିତ୍ବ ପ୍ରଦାନ […]

ଭୁବନେଶ୍ବର : ଆଇଏଏସ ସ୍ତରରେ ରାଜ୍ୟ ସରକାର ଛୋଟଧରଣର ଅଦଳବଦଳ କରିଛନ୍ତି। ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଆଜି ବିଜ୍ଞପ୍ତି ଜାରି ହୋଇଛି । ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ସଭାପତି ଥିବା  ରାମାଶିଷ ହାଜରାଙ୍କୁ ପଶୁପାଳନ ଓ ପ୍ରାଣୀଧନ ବିଭାଗର ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି। ଏଥି ସହିତ IG ରେଜିଷ୍ଟ୍ରେସନ ଓ ରାଜସ୍ୱ ଅଧିକାରୀଙ୍କ ତାଲିମ ପ୍ରତିଷ୍ଠାନ(ରୋଟି) ନିର୍ଦ୍ଦେଶକ ଥିବା ଜ୍ୟୋତିପ୍ରକାଶ ଦାସଙ୍କୁ ମାଧ୍ୟମିକ ଶିକ୍ଷା ପରିଷଦର ସଭାପତି ଭାବେ ଅତିରିକ୍ତ ଦାୟିତ୍ବ ପ୍ରଦାନ କରାଯାଇଛି। ସେହିପରି ପଶୁପାଳନ ଓ ପ୍ରାଣୀଧନ ବିଭାଗର ନିର୍ଦ୍ଦେଶକ ଥିବା ୟେଦୁଲା ବିଜୟଙ୍କୁ ବିଜ୍ଞାନ ଓ କାରିଗରୀ ବିଭାଗର ଯୁଗ୍ମ ସଚିବ ଭାବେ ଦାୟିତ୍ବ ପ୍ରଦାନ କରାଯାଇଛି।

ଆହୁରି ପଢ଼ନ୍ତୁ: କଙ୍ଗୋର ଏକ ପ୍ରମୁଖ ଖଣି ଅଞ୍ଚଳରେ ଭୟଙ୍କର ଭୂସ୍ଖଳନ: ୨୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ ଆଶଙ୍କା

ଆହୁରି ପଢ଼ନ୍ତୁ: ସିଫା ଗେଟ୍‌ ନିକଟ ଜାତୀୟ ରାଜପଥରେ କିନ୍ନରଙ୍କୁ ବିଭତ୍ସ୍ୟ ହତ୍ୟା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp