ଭୁବନେଶ୍ୱରରେ ଆତଙ୍କ: ଘରେ ପଶି ଯୁବତୀ ଓ ତାଙ୍କ ବାପା-ମା'ଙ୍କୁ ଖଣ୍ଡାରେ ହାଣିଲେ ଦୁର୍ବୃତ୍ତ

Madhusudan Das Picture
Published On

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ପୁଣି ଥରେ ଆଇନଶୃଙ୍ଖଳା ପରିସ୍ଥିତି ଉପରେ ସୃଷ୍ଟି ହେଲା ପ୍ରଶ୍ନବାଚୀ । ଶୁକ୍ରବାର ବିଳମ୍ବିତ ରାତିରେ କିଛି ଦୁର୍ବୃତ୍ତ ଏକ ଘରେ ପଶି ଜଣେ ଯୁବତୀ ଓ ତାଙ୍କ ବାପା-ମା'ଙ୍କୁ ଖଣ୍ଡାରେ ଅତର୍କିତ ଆକ୍ରମଣ କରିଛନ୍ତି। ଏହି ରକ୍ତାକ୍ତ ଆକ୍ରମଣରେ ପରିବାରର ତିନି ଜଣ ସଦସ୍ୟ ଗୁରୁତର ଆହତ ହୋଇଛନ୍ତି।

ଆହୁରି ପଢ଼ନ୍ତୁ: ଡିଜିଟାଲ୍‌ ଯୁଗରେ ଅଲୋଡ଼ା ହେଉଛି ପୁରୁଣା ବହି, ଅନଲାଇନ ସାଜୁଛି ବାଧକ

ସୂଚନା ଅନୁସାରେ, ଏହି ଅଭାବନୀୟ ଘଟଣା ରାଜଧାନୀର ବାୟାବାବା ବସ୍ତି ଅଞ୍ଚଳରେ ଘଟିଛି। ଶୁକ୍ରବାର ବିଳମ୍ବିତ ରାତିରେ ଏକ ଦୁର୍ବୃତ୍ତ ଦଳ ହଠାତ୍ ଯୁବତୀଙ୍କ ଘରେ ଅନଧିକାର ପ୍ରବେଶ କରି ତାଙ୍କ ଉପରକୁ ଖଣ୍ଡାରେ ଆକ୍ରମଣ କରିବା ଆରମ୍ଭ କରିଥିଲେ। ଝିଅକୁ ରକ୍ଷା କରିବା ପାଇଁ ତାଙ୍କ ବାପା ଓ ମା' ଆଗେଇ ଆସି ପ୍ରତିରୋଧ କରିବାରୁ ଦୁର୍ବୃତ୍ତମାନେ ସେମାନଙ୍କୁ ମଧ୍ୟ ନିର୍ମମ ଭାବେ ଖଣ୍ଡାରେ ଚୋଟ ପକାଇଥିଲେ।

ଆହୁରି ପଢ଼ନ୍ତୁ: ଭୀମଭୋଇ ମେଡିକାଲରେ ଚିକିତ୍ସା ଅବହେଳାରୁ ମହିଳାଙ୍କ ମୃତ୍ୟୁ ଅଭିଯୋଗ, ପରିବାରର ପକ୍ଷରୁ ତୀବ୍ର ଉତ୍ତେଜନା

ଆକ୍ରମଣ ପରେ ରକ୍ତାକ୍ତ ଅବସ୍ଥାରେ ଥିବା ଯୁବତୀ ଓ ତାଙ୍କ ପିତାମାତାଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ତେବେ ପୂର୍ବ ଶତ୍ରୁତା କିମ୍ବା ଅନ୍ୟ କୌଣସି କାରଣରୁ ଏହି ଆକ୍ରମଣ ହୋଇଛି, ସେ ସମ୍ପର୍କରେ ଏପର୍ଯ୍ୟନ୍ତ କିଛି ସ୍ପଷ୍ଟ ସୂଚନା ମିଳିପାରି ନାହିଁ। ଏହି ଘଟଣା ପରେ ସମଗ୍ର ଅଞ୍ଚଳରେ ତୀବ୍ର ଭୟ ଓ ଆତଙ୍କର ବାତାବରଣ ଖେଳିଯାଇଛି। ପୋଲିସ ଘଟଣାର ତଦନ୍ତ ଆରମ୍ଭ କରି ଫେରାର ଅଭିଯୁକ୍ତମାନଙ୍କୁ ଧରିବା ପାଇଁ ପ୍ରୟାସ ଚଳାଇଛି।

ଆହୁରି ପଢ଼ନ୍ତୁ: ଦୁର୍ଦ୍ଦାନ୍ତ ଅପରାଧୀ ଅର୍ଜୁନ ପ୍ରଧାନକୁ ଏନକାଉଣ୍ଟର କରି କାବୁକଲା କେନ୍ଦୁଝର ପୁଲିସ୍

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର