ଦୁର୍ବୁତ୍ତଙ୍କ ଉନ୍ମତ୍ତ କାଣ୍ଡ: ଦାଦାବଟି ମାଗିଲେ, ନଦେବାରୁ ଗୋଡ଼ାଇ ଗୋଡ଼ାଇ ହାଣିଲେ

Madhusudan Das Picture
Published On

ଭୁବନେଶ୍ୱର: ବଟି ନଦେବାରୁ ଖଣ୍ଡା ଚୋଟ । ଦାଦାବଟି ମାଗିଲେ, ନଦେବାରୁ ଗୋଡ଼ାଇ ଗୋଡ଼ାଇ ହାଣିଲେ । ଭରତପୁର ଅଞ୍ଚଳରେ ଉନ୍ମତ୍ତ କାଣ୍ଡ ଭିଆଇଛନ୍ତି ଦୁର୍ବୁର୍ତ୍ତ। ଗଣେଶ ପୂଜା ପୂର୍ବରୁ ରାଜଧାନୀରେ ହଲ୍ଲାବୋଲ ଡାକରା ଦେଇଛନ୍ତି ଅପରାଧୀ । ଖଣ୍ଡାରେ ହାଣି ଜଣେ ୨୦ ବର୍ଷୀୟ ଯୁବକଙ୍କୁ ଲହୁଲୁହାଣ କରିଦେଇଛନ୍ତି। ଅଟକାଇବାରୁ ତାଙ୍କ ମାମୁଁଙ୍କ ଉପରେ ମଧ୍ୟ ଆକ୍ରମଣ ହୋଇଛି। ଆହତ ଯୁବକ ଜଣଙ୍କ ହେଲେ ଅଂଶୁମାନ ପଟ୍ଟନାୟକ। ତାଙ୍କର ଏକ ସେଲ୍ଫଡ୍ରାଇଭ କାର ସୋରୁମ ରହିଛି। 

ଆହୁରି ପଢ଼ନ୍ତୁ: ବାଲେଶ୍ୱରରେ ଉଛୁଳୁଛି ସୁବର୍ଣ୍ଣରେଖା: ପାଣିଘେର ଭିତରେ ୪୦ରୁ ଉର୍ଦ୍ଧ୍ୱ ପଞ୍ଚାୟତ, ପ୍ରାୟ ୨ଲକ୍ଷ ଲୋକ ପ୍ରଭାବିତ

ସୂଚନା ଅନୁସାରେ, ଗତକାଲି ରାତି ପ୍ରାୟ ୯ଟା ସମୟରେ ଅଂଶୁମାନ ଭରତପୁର ସ୍ଥିତ ଆୟୁର୍ବେଦିକ ହସ୍ପିଟାଲ ନିକଟରେ ଛିଡା ହୋଇଥିବା ବେଳେ ଅତର୍କିତ ଆକ୍ରମଣ କରିଥିଲେ କିଛି ଦୁର୍ବୁର୍ତ୍ତ । ବଞ୍ଚେଇବାକୁ ଯାଇ ଅଂଶୁମାନଙ୍କ ମାମୁଁ ମଧ୍ୟ ଖଣ୍ଡା ଚୋଟ ଖାଇଥିଲେ । ଗୁରୁତର ଅବସ୍ଥାରେ ତାଙ୍କୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସେପଟେ ଏ ନେଇ ଆହତ ଦୁଇଜଣ ଆଜି ଭରତପୁର ଥାନାରେ ଅଭିଯୋଗ କରିଛନ୍ତି । ଅଭିଯୁକ୍ତମାନଙ୍କୁ ଚିହ୍ନଟ କରାଇବା ସହ ସେମାନେ ରାଜନେତାଙ୍କ ଛତ୍ରଛାୟାରେ ରହି ବାରମ୍ବାର ଏଭଳି କାଣ୍ଡ ଭିଆଉଥିବା ପରିବାର ଅଭିଯୋଗ କରିଛନ୍ତି । 

ଆହୁରି ପଢ଼ନ୍ତୁ: ବୀରମହାରାଜପୁରର ବରିଷ୍ଠ ନାଗରିକ ସଂଗଠନ ପକ୍ଷରୁ ବିଶ୍ଵ ବରିଷ୍ଠ ନାଗରିକ ଦିବସ ପାଳିତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର