ଦୁର୍ବୁତ୍ତଙ୍କ ଉନ୍ମତ୍ତ କାଣ୍ଡ: ଦାଦାବଟି ମାଗିଲେ, ନଦେବାରୁ ଗୋଡ଼ାଇ ଗୋଡ଼ାଇ ହାଣିଲେ

Madhusudan Das Picture
Published On

ଭୁବନେଶ୍ୱର: ବଟି ନଦେବାରୁ ଖଣ୍ଡା ଚୋଟ । ଦାଦାବଟି ମାଗିଲେ, ନଦେବାରୁ ଗୋଡ଼ାଇ ଗୋଡ଼ାଇ ହାଣିଲେ । ଭରତପୁର ଅଞ୍ଚଳରେ ଉନ୍ମତ୍ତ କାଣ୍ଡ ଭିଆଇଛନ୍ତି ଦୁର୍ବୁର୍ତ୍ତ। ଗଣେଶ ପୂଜା ପୂର୍ବରୁ ରାଜଧାନୀରେ ହଲ୍ଲାବୋଲ ଡାକରା ଦେଇଛନ୍ତି ଅପରାଧୀ । ଖଣ୍ଡାରେ ହାଣି ଜଣେ ୨୦ ବର୍ଷୀୟ ଯୁବକଙ୍କୁ ଲହୁଲୁହାଣ କରିଦେଇଛନ୍ତି। ଅଟକାଇବାରୁ ତାଙ୍କ ମାମୁଁଙ୍କ ଉପରେ ମଧ୍ୟ ଆକ୍ରମଣ ହୋଇଛି। ଆହତ ଯୁବକ ଜଣଙ୍କ ହେଲେ ଅଂଶୁମାନ ପଟ୍ଟନାୟକ। ତାଙ୍କର ଏକ ସେଲ୍ଫଡ୍ରାଇଭ କାର ସୋରୁମ ରହିଛି। 

ଆହୁରି ପଢ଼ନ୍ତୁ: ଏସିଆନ୍ ଗେମ୍ସରେ ସ୍ୱର୍ଣ୍ଣ ପଦକ ବିଜେତା ହକି ଖେଳାଳିଙ୍କୁ ସମ୍ବର୍ଦ୍ଧିତ କଲେ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ

ସୂଚନା ଅନୁସାରେ, ଗତକାଲି ରାତି ପ୍ରାୟ ୯ଟା ସମୟରେ ଅଂଶୁମାନ ଭରତପୁର ସ୍ଥିତ ଆୟୁର୍ବେଦିକ ହସ୍ପିଟାଲ ନିକଟରେ ଛିଡା ହୋଇଥିବା ବେଳେ ଅତର୍କିତ ଆକ୍ରମଣ କରିଥିଲେ କିଛି ଦୁର୍ବୁର୍ତ୍ତ । ବଞ୍ଚେଇବାକୁ ଯାଇ ଅଂଶୁମାନଙ୍କ ମାମୁଁ ମଧ୍ୟ ଖଣ୍ଡା ଚୋଟ ଖାଇଥିଲେ । ଗୁରୁତର ଅବସ୍ଥାରେ ତାଙ୍କୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସେପଟେ ଏ ନେଇ ଆହତ ଦୁଇଜଣ ଆଜି ଭରତପୁର ଥାନାରେ ଅଭିଯୋଗ କରିଛନ୍ତି । ଅଭିଯୁକ୍ତମାନଙ୍କୁ ଚିହ୍ନଟ କରାଇବା ସହ ସେମାନେ ରାଜନେତାଙ୍କ ଛତ୍ରଛାୟାରେ ରହି ବାରମ୍ବାର ଏଭଳି କାଣ୍ଡ ଭିଆଉଥିବା ପରିବାର ଅଭିଯୋଗ କରିଛନ୍ତି । 

ଆହୁରି ପଢ଼ନ୍ତୁ: ଦୁର୍ଦ୍ଦାନ୍ତ ଅପରାଧୀ ଅର୍ଜୁନ ପ୍ରଧାନକୁ ଏନକାଉଣ୍ଟର କରି କାବୁକଲା କେନ୍ଦୁଝର ପୁଲିସ୍

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର