ବ୍ୟାଙ୍କ ସମ୍ମୁଖରୁ ଶିକ୍ଷକଙ୍କଠାରୁ ୧୨ ଲକ୍ଷ ଟଙ୍କା ଲୁଟିନେଲେ ଦୁର୍ବୁତ୍ତ

The Sakala Picture
Published On

ଭଦ୍ରକ: ବ୍ୟାଙ୍କ ସମ୍ମୁଖରୁ ୧୨ଲକ୍ଷ ଟଙ୍କା ଲୁଟ । ବ୍ୟାଙ୍କରୁ ଟଙ୍କା ଉଠାଇ ଆସୁଥିବା ବେଳେ ଲୁଟିନେଲେ ଲୁଟେରା । ଭଦ୍ରକ ସହରର ଟାଉନ ଥାନା ଅଧିନ ଅପର୍ତ୍ତିବିନ୍ଧା ଛକ ନିକଟ ଷ୍ଟେଟ ବ୍ୟାଙ୍କ ମୁଖ୍ୟ ଶାଖା ନିକଟରୁ ଲୁଟ ହୋଇଛି । ବାଇକରେ ୨ଲୁଟେରା ଆସି ୧୨ଲକ୍ଷ ଟଙ୍କା ଭର୍ତି ବ୍ୟାଗ ଝାମ୍ପି ନେଇଛନ୍ତି । ସୂଚନାଯୋଗ୍ୟ ଯେ, ଭଦ୍ରକ ଜିଲ୍ଲା ଆଗରପଡା ଅଞ୍ଚଳର ଶିକ୍ଷକ ଅଶୋକ କୁମାର ଖିଲାର ଜମି କିଣିବା ନିମନ୍ତେ ଷ୍ଟେଟ […]

ଭଦ୍ରକ: ବ୍ୟାଙ୍କ ସମ୍ମୁଖରୁ ୧୨ଲକ୍ଷ ଟଙ୍କା ଲୁଟ । ବ୍ୟାଙ୍କରୁ ଟଙ୍କା ଉଠାଇ ଆସୁଥିବା ବେଳେ ଲୁଟିନେଲେ ଲୁଟେରା । ଭଦ୍ରକ ସହରର ଟାଉନ ଥାନା ଅଧିନ ଅପର୍ତ୍ତିବିନ୍ଧା ଛକ ନିକଟ ଷ୍ଟେଟ ବ୍ୟାଙ୍କ ମୁଖ୍ୟ ଶାଖା ନିକଟରୁ ଲୁଟ ହୋଇଛି । ବାଇକରେ ୨ଲୁଟେରା ଆସି ୧୨ଲକ୍ଷ ଟଙ୍କା ଭର୍ତି ବ୍ୟାଗ ଝାମ୍ପି ନେଇଛନ୍ତି । ସୂଚନାଯୋଗ୍ୟ ଯେ, ଭଦ୍ରକ ଜିଲ୍ଲା ଆଗରପଡା ଅଞ୍ଚଳର ଶିକ୍ଷକ ଅଶୋକ କୁମାର ଖିଲାର ଜମି କିଣିବା ନିମନ୍ତେ ଷ୍ଟେଟ ବ୍ୟାଙ୍କରୁ ଟଙ୍କା ଉଠାଇଥିଲେ । ଟଙ୍କା ଉଠାଇ ଠିଆ ହୋଇଥିବା ବେଳେ ବାଇକରେ ୨ ଲୁଟେରା ଆସି ଟଙ୍କା ଭର୍ତ୍ତି ବ୍ୟାଗ ଝାମ୍ପି ନେଇ ପଳାଇଥିଲେ । ତେବେ ସ୍ଥାନୀୟ ଲୋକେ ପିଛା କରିବା ସତ୍ତ୍ୱେ ଲୁଟେରା ଖସି ଯାଇଥିଲେ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି ।

ଆହୁରି ପଢ଼ନ୍ତୁ: ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ: SIR ପାଇଁ ମଧ୍ୟାହ୍ନ ୧୨ଟାରୁ ୩ଟା ପର୍ଯ୍ୟନ୍ତ ଫିଲ୍ଡ ଭିଜିଟ୍‌ ନ କରିବାକୁ CEOଙ୍କ ପରାମର୍ଶ

09 Jun 2022 By The Sakala

ବ୍ୟାଙ୍କ ସମ୍ମୁଖରୁ ଶିକ୍ଷକଙ୍କଠାରୁ ୧୨ ଲକ୍ଷ ଟଙ୍କା ଲୁଟିନେଲେ ଦୁର୍ବୁତ୍ତ

ଭଦ୍ରକ: ବ୍ୟାଙ୍କ ସମ୍ମୁଖରୁ ୧୨ଲକ୍ଷ ଟଙ୍କା ଲୁଟ । ବ୍ୟାଙ୍କରୁ ଟଙ୍କା ଉଠାଇ ଆସୁଥିବା ବେଳେ ଲୁଟିନେଲେ ଲୁଟେରା । ଭଦ୍ରକ ସହରର ଟାଉନ ଥାନା ଅଧିନ ଅପର୍ତ୍ତିବିନ୍ଧା ଛକ ନିକଟ ଷ୍ଟେଟ ବ୍ୟାଙ୍କ ମୁଖ୍ୟ ଶାଖା ନିକଟରୁ ଲୁଟ ହୋଇଛି । ବାଇକରେ ୨ଲୁଟେରା ଆସି ୧୨ଲକ୍ଷ ଟଙ୍କା ଭର୍ତି ବ୍ୟାଗ ଝାମ୍ପି ନେଇଛନ୍ତି । ସୂଚନାଯୋଗ୍ୟ ଯେ, ଭଦ୍ରକ ଜିଲ୍ଲା ଆଗରପଡା ଅଞ୍ଚଳର ଶିକ୍ଷକ ଅଶୋକ କୁମାର ଖିଲାର ଜମି କିଣିବା ନିମନ୍ତେ ଷ୍ଟେଟ ବ୍ୟାଙ୍କରୁ ଟଙ୍କା ଉଠାଇଥିଲେ । ଟଙ୍କା ଉଠାଇ ଠିଆ ହୋଇଥିବା ବେଳେ ବାଇକରେ ୨ ଲୁଟେରା ଆସି ଟଙ୍କା ଭର୍ତ୍ତି ବ୍ୟାଗ ଝାମ୍ପି ନେଇ ପଳାଇଥିଲେ । ତେବେ ସ୍ଥାନୀୟ ଲୋକେ ପିଛା କରିବା ସତ୍ତ୍ୱେ ଲୁଟେରା ଖସି ଯାଇଥିଲେ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର