ଆର୍ଥିକ ଓ ସାମାଜିକ ସଶକ୍ତିକରଣ ସହ ମହିଳାମାନଙ୍କ ନେତୃତ୍ୱ ବିକାଶ କରିପାରିଛି ମିଶନ ଶକ୍ତି: ସୁଜାତା କାର୍ତ୍ତିକେୟନ

The Sakala Picture
Published On

ଭୁବନେଶ୍ବର : ମିଶନ ଶକ୍ତି ମହିଳାମାନଙ୍କୁ ଏକ ସ୍ଵତନ୍ତ୍ର ପରିଚୟ ଦେଇଛି । ମିଶନ ଶକ୍ତି ଅଧୀନରେ କାର୍ଯ୍ୟ କରୁଥିବା ସ୍ଵୟଂ ସହାୟକ ଗୋଷ୍ଠୀର ମହିଳାମାନେ ସରକାର ଏବଂ ସମାଜ ମଧ୍ୟରେ ସେତୁ ସଦୃଶ କାର୍ଯ୍ୟ କରୁଛନ୍ତି ବୋଲି ମିଶନ ଶକ୍ତି ବିଭାଗର କମିଶନର ତଥା ସଚିବ ସୁଜାତା ଆର୍ କାର୍ତ୍ତିକେୟନ ପ୍ରକାଶ କରିଛନ୍ତି । ଆଜି ଓ୍ବାର୍ଲ୍ଡ ସ୍କିଲ ସେଣ୍ଟରରେ ଆୟୋଜିତ ମହତ୍ମା ଗାନ୍ଧୀ ଜାତୀୟ ଫେଲୋଙ୍କ ଦକ୍ଷତା ବିକାଶ କର୍ମଶାଳାର ଉଦଯାପନୀ ଦିବସରେ ଯୋଗଦେଇ ଶ୍ରୀମତୀ […]

ଭୁବନେଶ୍ବର : ମିଶନ ଶକ୍ତି ମହିଳାମାନଙ୍କୁ ଏକ ସ୍ଵତନ୍ତ୍ର ପରିଚୟ ଦେଇଛି । ମିଶନ ଶକ୍ତି ଅଧୀନରେ କାର୍ଯ୍ୟ କରୁଥିବା ସ୍ଵୟଂ ସହାୟକ ଗୋଷ୍ଠୀର ମହିଳାମାନେ ସରକାର ଏବଂ ସମାଜ ମଧ୍ୟରେ ସେତୁ ସଦୃଶ କାର୍ଯ୍ୟ କରୁଛନ୍ତି ବୋଲି ମିଶନ ଶକ୍ତି ବିଭାଗର କମିଶନର ତଥା ସଚିବ ସୁଜାତା ଆର୍ କାର୍ତ୍ତିକେୟନ ପ୍ରକାଶ କରିଛନ୍ତି ।

ଆହୁରି ପଢ଼ନ୍ତୁ: ସୀମା ପୁନଃନିର୍ଦ୍ଧାରଣ ବିଲ୍‌ ପ୍ରସଙ୍ଗରେ ନବୀନଙ୍କ କଡ଼ା ସମାଲୋଚନା: ଓଡ଼ିଶାର ନ୍ୟାଯ୍ୟ ଅଧିକାର ସହ ସାଲିସ୍‌ କରିଛି ରାଜ୍ୟ ବିଜେପି

ଆଜି ଓ୍ବାର୍ଲ୍ଡ ସ୍କିଲ ସେଣ୍ଟରରେ ଆୟୋଜିତ ମହତ୍ମା ଗାନ୍ଧୀ ଜାତୀୟ ଫେଲୋଙ୍କ ଦକ୍ଷତା ବିକାଶ କର୍ମଶାଳାର ଉଦଯାପନୀ ଦିବସରେ ଯୋଗଦେଇ ଶ୍ରୀମତୀ କାର୍ତ୍ତିକେୟନ ରାଜ୍ୟରେ ମିଶନ ଶକ୍ତିର ସଫଳତା ଏବଂ ଆହ୍ଵାନ ସଂପର୍କରେ ଅଧିକାରୀମାନଙ୍କୁ ବିସ୍ତୃତ ସୂଚନା ପ୍ରଦାନ କରିଛନ୍ତି । ଶ୍ରୀମତୀ କାର୍ତ୍ତିକେୟନ କହିଛନ୍ତି ଯେ ଓଡିଶା ସରକାରଙ୍କ ପ୍ରମୁଖ ବିକାଶମୂଳକ ପଦକ୍ଷେପ ମଧ୍ୟରୁ ମହିଳା ସଶକ୍ତିକରଣ ଅନ୍ୟତମ । ମହିଳାମାନଙ୍କର ଆର୍ଥିକ ସଶକ୍ତିକରଣ ସେମାନଙ୍କର ସାମାଜିକ ସଶକ୍ତିକରଣରେ ଯଥେଷ୍ଟ ସହାୟକ ହୋଇଥାଏ । ବିଶେଷ କରି ତୃଣମୂଳସ୍ତରର ମହିଳାମାନେ ନିଷ୍ପତ୍ତି ଗ୍ରହଣରେ ଭାଗନେବା ଆବଶ୍ୟକ । ମିଶନ ଶକ୍ତି ମାଧ୍ୟମରେ ମହିଳାଙ୍କ ନେତୃତ୍ଵ ବିକାଶ ହୋଇପାରିଛି । କୋଭିଡ୍ ସମୟରେ ରାଜ୍ୟର ସ୍ଵୟଂ ସହାୟିକା ଗୋଷ୍ଠୀର ମହିଳାମାନେ ସୂଚାରୁ ରୂପେ ଦାୟିତ୍ୱ ନିର୍ବାହ କରି ଏହାକୁ ପ୍ରମାଣିତ କରିଛନ୍ତି ।

ଆହୁରି ପଢ଼ନ୍ତୁ: ଓସମା କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ଚେତାବନୀ: ଲୋୟର ପିଏମଜିରେ ଗର୍ଜିଲେ ଶତାଧିକ କର୍ମଚାରୀ

ରାଜ୍ୟ ସରକାର ପାଞ୍ଚ ବର୍ଷ ନିମନ୍ତେ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ବ୍ୟବସାୟ ପାଇଁ ୫ ହଜାର କୋଟି ଟଙ୍କାର ପାଣ୍ଠି ଯୋଗାଇଦେବାର ବ୍ୟବସ୍ଥା କରିଛନ୍ତି । ସେହିପରି ଆଗାମୀ ଦିନରେ ପ୍ରତ୍ୟେକ ବ୍ଲକ ଓ ଜିଲ୍ଲା ସ୍ତରରେ ୫୦୦ ମିଶନ ଶକ୍ତି ବଜାର / ଆଉଟଲେଟ ଆରମ୍ଭ କରାଯିବା ନିମନ୍ତେ ଯୋଜନା କରାଯାଇଛି । ଏତଦ୍‌ବ୍ୟତୀତ ପ୍ରତ୍ୟେକ ବ୍ଲକରେ ମିଶନ ଶକ୍ତି କାଫେ ସ୍ଥାପନ କରିବାର ଲକ୍ଷ୍ୟ ରଖାଯାଇଛି । ଏହି କାଫେରେ କାର୍ୟ୍ୟରତ ମହିଳାମାନେ ଇଣ୍ଡିଆନ ଇନଷ୍ଟିଚ୍ୟୁଟ ଅଫ ହୋଟେଲ ମେନେଜମେଣ୍ଟରେ ତାଲିମ ପାଇଛନ୍ତି । ନୂତନ ଓଡିଶା ଗଠନରେ ସ୍ଵୟଂ ସହାୟକ ଗୋଷ୍ଠୀ ସହଯୋଗୀ ଭାବେ ରାଜ୍ୟର ବିକାଶରେ ନେତୃତ୍ଵ ନେବ ବୋଲି ଶ୍ରୀମତୀ କାର୍ତ୍ତିକେୟନ ପ୍ରକାଶ କରିଛନ୍ତି ।

ଆହୁରି ପଢ଼ନ୍ତୁ: ରାଜ୍ୟ ସରକାରଙ୍କ ବଡ଼ ଘୋଷଣା: ଏପ୍ରିଲ ୨୭ରୁ ରାଜ୍ୟର ସମସ୍ତ ସରକାରୀ, ବେସରକାରୀ ସ୍କୁଲ ଛୁଟି

ଏହି କର୍ମଶାଳାରେ କୃଷି ଏବଂ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ଡଃ ଅରବିନ୍ଦ ପାଢୀ ଖାଦ୍ୟର ବିବିଧତା ଏବଂ ଖାଦ୍ୟ ଅପଚୟ ହ୍ରାସ ଉପରେ ଗ୍ରାହକଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବାକୁ ଆହ୍ୱାନ କରିଛନ୍ତି । ସେ କହିଛନ୍ତି ଯେ ସ୍ଵାସ୍ଥ୍ୟକର , ନିରାପଦ ଏବଂ ପୁଷ୍ଟିକର ଖାଦ୍ୟ ପ୍ରତି ଗ୍ରାହକଙ୍କ ଆଗ୍ରହ ବଢାଇବା ନିମନ୍ତେ ସଚେତନତା ଅଭିଯାନର ଆବଶ୍ୟକତା ରହିଛି । ମହିଳାମାନଙ୍କ ପାଇଁ କୃଷିଭିତ୍ତିକ ପ୍ରଯୁକ୍ତିବିଦ୍ୟା ବିକାଶ କରିବା ଜରୁରୀ ଅଟେ । ଚାଷ ଜମି ଉପରେ ମହିଳାଙ୍କ ଅଧିକାର ରହିବା ସହ ନିଷ୍ପତ୍ତି ନେବାର କ୍ଷମତା ମଧ୍ୟ ସେମାନଙ୍କର ହାତରେ ରହିବା ଦରକାର । ଏହା ଦ୍ଵାରା କୃଷି କ୍ଷେତ୍ରରେ ମଧ୍ୟ ମହିଳା ସଶକ୍ତିକରଣ ହୋଇପାରିବ । ଅକ୍ଷୟ ଶକ୍ତିର ବ୍ୟବହାର , ଡିଜିଟାଲ ମାଧ୍ୟମରେ କୃଷି ସୂଚନା ଏବଂ ସେବାର ସମୟାନୁବର୍ତ୍ତୀ ବିତରଣ ଉପରେ ସେ ଗୁରୁତ୍ୱାରୋପ କରିଛନ୍ତି ।

ଏହି ଅବସରରେ ସିଟିଟିସି , ସିପେଟ୍‌ , ଓର୍ମାସ୍ , ଅରେଞ୍ଜ କ୍ରସ୍ ଏବଂ ଟାଟା ଷ୍ଟ୍ରାଇଭ୍ ସଂସ୍ଥାର ପ୍ରତିନିଧିମାନେ ପ୍ରଦାନ କରୁଥିବା ଦକ୍ଷତା ବିକାଶ ତାଲିମ ସଂପର୍କରେ ସୂଚନା ପ୍ରଦାନ କରିଥିଲେ । ଶେଷରେ ଏହି ୨୯ ଜଣ ଅଧିକାରୀ ୪ ଗୋଟି ଦଳରେ ବିଭକ୍ତ ହୋଇ ଆଗାମୀ ବର୍ଷ ନିମନ୍ତେ ଏକ ଯୋଜନା ପ୍ରସ୍ତୁତ କରି ଉପସ୍ଥାପନ କରିଥିଲେ । ଓଡିଶା ଦକ୍ଷତା ବିକାଶ ପ୍ରାଧିକରଣର ସିଇଓ ରେଘୁ ଜି ଧନ୍ୟବାଦ ଅର୍ପଣ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର ବରିଷ୍ଠ ଅଧିକାରୀ , ନିୟୋଜନ ନିର୍ଦ୍ଦେଶାଳୟର ଅଧିକାରୀ ଏବଂ ବିଭିନ୍ନ ଜିଲ୍ଲା ନିୟୋଜନ ଅଧିକାରୀମାନେ ଉପସ୍ଥିତ ଥିଲେ ।

27 Sep 2022 By The Sakala

ଆର୍ଥିକ ଓ ସାମାଜିକ ସଶକ୍ତିକରଣ ସହ ମହିଳାମାନଙ୍କ ନେତୃତ୍ୱ ବିକାଶ କରିପାରିଛି ମିଶନ ଶକ୍ତି: ସୁଜାତା କାର୍ତ୍ତିକେୟନ

ଭୁବନେଶ୍ବର : ମିଶନ ଶକ୍ତି ମହିଳାମାନଙ୍କୁ ଏକ ସ୍ଵତନ୍ତ୍ର ପରିଚୟ ଦେଇଛି । ମିଶନ ଶକ୍ତି ଅଧୀନରେ କାର୍ଯ୍ୟ କରୁଥିବା ସ୍ଵୟଂ ସହାୟକ ଗୋଷ୍ଠୀର ମହିଳାମାନେ ସରକାର ଏବଂ ସମାଜ ମଧ୍ୟରେ ସେତୁ ସଦୃଶ କାର୍ଯ୍ୟ କରୁଛନ୍ତି ବୋଲି ମିଶନ ଶକ୍ତି ବିଭାଗର କମିଶନର ତଥା ସଚିବ ସୁଜାତା ଆର୍ କାର୍ତ୍ତିକେୟନ ପ୍ରକାଶ କରିଛନ୍ତି ।

ଆଜି ଓ୍ବାର୍ଲ୍ଡ ସ୍କିଲ ସେଣ୍ଟରରେ ଆୟୋଜିତ ମହତ୍ମା ଗାନ୍ଧୀ ଜାତୀୟ ଫେଲୋଙ୍କ ଦକ୍ଷତା ବିକାଶ କର୍ମଶାଳାର ଉଦଯାପନୀ ଦିବସରେ ଯୋଗଦେଇ ଶ୍ରୀମତୀ କାର୍ତ୍ତିକେୟନ ରାଜ୍ୟରେ ମିଶନ ଶକ୍ତିର ସଫଳତା ଏବଂ ଆହ୍ଵାନ ସଂପର୍କରେ ଅଧିକାରୀମାନଙ୍କୁ ବିସ୍ତୃତ ସୂଚନା ପ୍ରଦାନ କରିଛନ୍ତି । ଶ୍ରୀମତୀ କାର୍ତ୍ତିକେୟନ କହିଛନ୍ତି ଯେ ଓଡିଶା ସରକାରଙ୍କ ପ୍ରମୁଖ ବିକାଶମୂଳକ ପଦକ୍ଷେପ ମଧ୍ୟରୁ ମହିଳା ସଶକ୍ତିକରଣ ଅନ୍ୟତମ । ମହିଳାମାନଙ୍କର ଆର୍ଥିକ ସଶକ୍ତିକରଣ ସେମାନଙ୍କର ସାମାଜିକ ସଶକ୍ତିକରଣରେ ଯଥେଷ୍ଟ ସହାୟକ ହୋଇଥାଏ । ବିଶେଷ କରି ତୃଣମୂଳସ୍ତରର ମହିଳାମାନେ ନିଷ୍ପତ୍ତି ଗ୍ରହଣରେ ଭାଗନେବା ଆବଶ୍ୟକ । ମିଶନ ଶକ୍ତି ମାଧ୍ୟମରେ ମହିଳାଙ୍କ ନେତୃତ୍ଵ ବିକାଶ ହୋଇପାରିଛି । କୋଭିଡ୍ ସମୟରେ ରାଜ୍ୟର ସ୍ଵୟଂ ସହାୟିକା ଗୋଷ୍ଠୀର ମହିଳାମାନେ ସୂଚାରୁ ରୂପେ ଦାୟିତ୍ୱ ନିର୍ବାହ କରି ଏହାକୁ ପ୍ରମାଣିତ କରିଛନ୍ତି ।

ରାଜ୍ୟ ସରକାର ପାଞ୍ଚ ବର୍ଷ ନିମନ୍ତେ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ବ୍ୟବସାୟ ପାଇଁ ୫ ହଜାର କୋଟି ଟଙ୍କାର ପାଣ୍ଠି ଯୋଗାଇଦେବାର ବ୍ୟବସ୍ଥା କରିଛନ୍ତି । ସେହିପରି ଆଗାମୀ ଦିନରେ ପ୍ରତ୍ୟେକ ବ୍ଲକ ଓ ଜିଲ୍ଲା ସ୍ତରରେ ୫୦୦ ମିଶନ ଶକ୍ତି ବଜାର / ଆଉଟଲେଟ ଆରମ୍ଭ କରାଯିବା ନିମନ୍ତେ ଯୋଜନା କରାଯାଇଛି । ଏତଦ୍‌ବ୍ୟତୀତ ପ୍ରତ୍ୟେକ ବ୍ଲକରେ ମିଶନ ଶକ୍ତି କାଫେ ସ୍ଥାପନ କରିବାର ଲକ୍ଷ୍ୟ ରଖାଯାଇଛି । ଏହି କାଫେରେ କାର୍ୟ୍ୟରତ ମହିଳାମାନେ ଇଣ୍ଡିଆନ ଇନଷ୍ଟିଚ୍ୟୁଟ ଅଫ ହୋଟେଲ ମେନେଜମେଣ୍ଟରେ ତାଲିମ ପାଇଛନ୍ତି । ନୂତନ ଓଡିଶା ଗଠନରେ ସ୍ଵୟଂ ସହାୟକ ଗୋଷ୍ଠୀ ସହଯୋଗୀ ଭାବେ ରାଜ୍ୟର ବିକାଶରେ ନେତୃତ୍ଵ ନେବ ବୋଲି ଶ୍ରୀମତୀ କାର୍ତ୍ତିକେୟନ ପ୍ରକାଶ କରିଛନ୍ତି ।

ଏହି କର୍ମଶାଳାରେ କୃଷି ଏବଂ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ଡଃ ଅରବିନ୍ଦ ପାଢୀ ଖାଦ୍ୟର ବିବିଧତା ଏବଂ ଖାଦ୍ୟ ଅପଚୟ ହ୍ରାସ ଉପରେ ଗ୍ରାହକଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବାକୁ ଆହ୍ୱାନ କରିଛନ୍ତି । ସେ କହିଛନ୍ତି ଯେ ସ୍ଵାସ୍ଥ୍ୟକର , ନିରାପଦ ଏବଂ ପୁଷ୍ଟିକର ଖାଦ୍ୟ ପ୍ରତି ଗ୍ରାହକଙ୍କ ଆଗ୍ରହ ବଢାଇବା ନିମନ୍ତେ ସଚେତନତା ଅଭିଯାନର ଆବଶ୍ୟକତା ରହିଛି । ମହିଳାମାନଙ୍କ ପାଇଁ କୃଷିଭିତ୍ତିକ ପ୍ରଯୁକ୍ତିବିଦ୍ୟା ବିକାଶ କରିବା ଜରୁରୀ ଅଟେ । ଚାଷ ଜମି ଉପରେ ମହିଳାଙ୍କ ଅଧିକାର ରହିବା ସହ ନିଷ୍ପତ୍ତି ନେବାର କ୍ଷମତା ମଧ୍ୟ ସେମାନଙ୍କର ହାତରେ ରହିବା ଦରକାର । ଏହା ଦ୍ଵାରା କୃଷି କ୍ଷେତ୍ରରେ ମଧ୍ୟ ମହିଳା ସଶକ୍ତିକରଣ ହୋଇପାରିବ । ଅକ୍ଷୟ ଶକ୍ତିର ବ୍ୟବହାର , ଡିଜିଟାଲ ମାଧ୍ୟମରେ କୃଷି ସୂଚନା ଏବଂ ସେବାର ସମୟାନୁବର୍ତ୍ତୀ ବିତରଣ ଉପରେ ସେ ଗୁରୁତ୍ୱାରୋପ କରିଛନ୍ତି ।

ଏହି ଅବସରରେ ସିଟିଟିସି , ସିପେଟ୍‌ , ଓର୍ମାସ୍ , ଅରେଞ୍ଜ କ୍ରସ୍ ଏବଂ ଟାଟା ଷ୍ଟ୍ରାଇଭ୍ ସଂସ୍ଥାର ପ୍ରତିନିଧିମାନେ ପ୍ରଦାନ କରୁଥିବା ଦକ୍ଷତା ବିକାଶ ତାଲିମ ସଂପର୍କରେ ସୂଚନା ପ୍ରଦାନ କରିଥିଲେ । ଶେଷରେ ଏହି ୨୯ ଜଣ ଅଧିକାରୀ ୪ ଗୋଟି ଦଳରେ ବିଭକ୍ତ ହୋଇ ଆଗାମୀ ବର୍ଷ ନିମନ୍ତେ ଏକ ଯୋଜନା ପ୍ରସ୍ତୁତ କରି ଉପସ୍ଥାପନ କରିଥିଲେ । ଓଡିଶା ଦକ୍ଷତା ବିକାଶ ପ୍ରାଧିକରଣର ସିଇଓ ରେଘୁ ଜି ଧନ୍ୟବାଦ ଅର୍ପଣ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର ବରିଷ୍ଠ ଅଧିକାରୀ , ନିୟୋଜନ ନିର୍ଦ୍ଦେଶାଳୟର ଅଧିକାରୀ ଏବଂ ବିଭିନ୍ନ ଜିଲ୍ଲା ନିୟୋଜନ ଅଧିକାରୀମାନେ ଉପସ୍ଥିତ ଥିଲେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର