ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

କୋଟିଏ ମହିଳାଙ୍କର ଏକ ବିରାଟ ଆନ୍ଦୋଳନରେ ପରିଣତ ହେବ ମିଶନ ଶକ୍ତି : ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ବର : ୨୦୦୧ ମାର୍ଚ୍ଚ ୮ ତାରିଖରେ ଲାଗିଥିବା ଗୋଟିଏ ଚାରା ଆଜି ଏକ ବିରାଟ ଗଛରେ ପରିଣତ ହୋଇଛି। ୮୦ ଲକ୍ଷ ମାଆମାନଙ୍କ ପାଇଁ ଆଶାର ବୃକ୍ଷ ହୋଇଯାଇଛି। ଏହି ଗଛର ପ୍ରତିଟି ପତ୍ରରେ ରହିଛି ଗୋଟିଏ ଗୋଟିଏ ସଫଳ କାହାଣୀ। ସେହି କାହାଣୀ ହେଉଛି ଆମର ମିଶନ ଶକ୍ତି। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନସିଂ ଜରିଆରେ ରାଜ୍ୟସ୍ତରୀୟ ବିଶ୍ଵ ମହିଳା ଦିବସ ପାଳନ ଅବସରରେ ଏହା କହିଛନ୍ତି। ମିଶନ ଶକ୍ତିର ଏ […]

ଭୁବନେଶ୍ବର : ୨୦୦୧ ମାର୍ଚ୍ଚ ୮ ତାରିଖରେ ଲାଗିଥିବା ଗୋଟିଏ ଚାରା ଆଜି ଏକ ବିରାଟ ଗଛରେ ପରିଣତ ହୋଇଛି। ୮୦ ଲକ୍ଷ ମାଆମାନଙ୍କ ପାଇଁ ଆଶାର ବୃକ୍ଷ ହୋଇଯାଇଛି। ଏହି ଗଛର ପ୍ରତିଟି ପତ୍ରରେ ରହିଛି ଗୋଟିଏ ଗୋଟିଏ ସଫଳ କାହାଣୀ। ସେହି କାହାଣୀ ହେଉଛି ଆମର ମିଶନ ଶକ୍ତି। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନସିଂ ଜରିଆରେ ରାଜ୍ୟସ୍ତରୀୟ ବିଶ୍ଵ ମହିଳା ଦିବସ ପାଳନ ଅବସରରେ ଏହା କହିଛନ୍ତି।

ଆହୁରି ପଢ଼ନ୍ତୁ: କେନ୍ଦ୍ରରେ ଡିଜି ପାହ୍ୟା ପଦବୀ ପାଇଁ ଓଡ଼ିଶା କ୍ୟାଡରର ୨ ଆଇପିଏସ ଅଫିସର ସୁଧାଂଶୁ ଷଡ଼ଙ୍ଗୀ ଏବଂ ପଦ୍ମାକର ଏସ୍ ମନୋନୀତ

ମିଶନ ଶକ୍ତିର ଏ ସଫଳତା ଅଧିକରୁ ଅଧିକ ମାଆମାନଙ୍କୁ ପ୍ରେରଣା ଦେବ ଏବଂ ମିଶନ ଶକ୍ତି ଖୁବଶୀଘ୍ର ଏକ କୋଟି ମହିଳାଙ୍କର ଏକ ବିରାଟ ଆନ୍ଦୋଳନରେ ପରିଣତ ହେବ ବୋଲି ମୁଖ୍ୟମନ୍ତ୍ରୀ ଦୃଢୋକ୍ତି ପ୍ରକାଶ କରିଥିଲେ। ଓଡିଶାର ଘରେ ଘରେ ସଶକ୍ତ ଓଡିଶାର ବାର୍ତ୍ତା ଦେବ। ମିଶନ ଶକ୍ତି ସ୍ଵତନ୍ତ୍ର ବିଭାଗ ନିଷ୍ପତ୍ତି ବିଷୟ ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହାକୁ ମାଆମାନେ ଖୁବ ସ୍ଵାଗତ କରିଛନ୍ତି। ସେ କହିଥିଲେ ଯେ, ମିଶନ ଶକ୍ତି ଆଜି ଏକ ବଡ ସାମାଜିକ ଓ ଅର୍ଥନୈତିକ ଆନ୍ଦୋଳନରେ ପରିଣତ ହୋଇଛି। ଗାଁ ଅର୍ଥନୀତିକୁ ଚଳଚଞ୍ଚଳ କରିପାରିଛି। ମିଶନ ଶକ୍ତି କେବଳ ଦେଶରେ ନୁହେଁ ସାରା ବିଶ୍ବରେ ସବୁଠାରୁ ବଡ ଆନ୍ଦୋଳନରେ ପରିଣତ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଥିଲେ।

ଆହୁରି ପଢ଼ନ୍ତୁ: ମହିଳାଙ୍କୁ ନିର୍ଯାତନା ଦେଇ ଉତ୍ସବ ମନାଉଛନ୍ତି ସରକାର: ବିଜେଡି

ଆହୁରି ପଢ଼ନ୍ତୁ: କେନ୍ଦ୍ରାପଡ଼ାରେ ଅଭାବନୀୟ ଘଟଣା: ରଜ ଦୋଳି ଉପରକୁ ମାଡ଼ିଗଲା ବୋଲେରୋ, ୨ ଶିଶୁ ଗୁରୁତର

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, କୋଭିଡର ଆହ୍ଵାନ ମୂଳକ ସମୟରେ ମାଆମାନେ ହିଁ ସରକାରଙ୍କ ମୁଖ୍ୟ ସହଯୋଗୀ ହୋଇ କୋଭିଡ ମୁକାବିଲାରେ ଅଗ୍ରଣୀ ଭୂମିକା ଗ୍ରହଣ କରିଥିଲେ। ମିଶନ ଶକ୍ତିର ମାଆମାନଙ୍କ ଠାରୁ ଆରମ୍ଭ କରି ଅଙ୍ଗନବାଡି, ଆଶା କର୍ମୀ, ସ୍ୱାସ୍ଥ୍ୟ କର୍ମୀ ଆଦି ସବୁ ମାଆମାନେ ସବୁଠାରୁ ବେଶୀ ଦାୟିତ୍ଵର ସହ କାମ କରିଛନ୍ତି। ପରିବାରକୁ ସଚେତନ ମଧ୍ୟ କରିଛନ୍ତି। ସେଥିପାଇଁ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କ ପକ୍ଷରୁ ସେମାନଙ୍କୁ ଧନ୍ୟବାଦ ଦେଇଥିଲେ।

ନବୀନ କହିଥିଲେ ଯେ, ରାଜ୍ୟ ସରକାର ସବୁବେଳେ ମିଶନ ଶକ୍ତିର ମାଆମାନଙ୍କ ପାଇଁ ନିଷ୍ଠାର ସହ କାମ କରୁଛନ୍ତି । ସେମାନଙ୍କ ପାଇଁ ୫ ହଜାର କୋଟି ଟଙ୍କାର କାମ ଘୋଷଣା କରାଯାଇଛି ଏବଂ ସେମାନେ ଦକ୍ଷତାର ସହ କାମ କରି ସରକାରଙ୍କ ବିଶ୍ବାସକୁ ବୃଦ୍ଧି କରିଛନ୍ତି। ଯେଉଁ ଦେଶରେ ମାଆମାନେ ଯେତେ ଆଗୁଆ ସେ ଦେଶ ସେତେ ଉନ୍ନତ। ମାଆମାନଙ୍କ ସମୃଦ୍ଧି ଓ ଅଧିକାର ପାଇଁ ତାଙ୍କର ଉଦ୍ୟମ ଜାରି ରହିବ ବୋଲି ସେ କହିଥିଲେ।

ଏହି କାର୍ଯ୍ୟକ୍ରମରେ  ସଚିବାଳୟରେ ଉପସ୍ଥିତ ଥିବା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନୀ ସାହୁ କହିଛନ୍ତି ଯେ, ମହିଳାମାନଙ୍କ ଅନ୍ତର୍ନିହିତ ଶକ୍ତି ଓ ଦକ୍ଷତାକୁ ଉପଯୋଗ କରି ବିକାଶକୁ ଆଗେଇ ନେବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୁରଦୃଷ୍ଟି ଯୋଗୁଁ ଆଜି ଓଡିଶା ମହିଳା ବିକାଶ କ୍ଷେତ୍ରରେ ନୂଆ ଇତିହାସ ସୃଷ୍ଟି କରିପାରିଛି। ମିଶନ ଶକ୍ତି ମାଆମାନଙ୍କୁ ନୂଆ ପରିଚୟ ଦେଇଛି ବୋଲି ପ୍ରକାଶ କରି ଏଥିପାଇଁ ସେ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଥିଲେ।

କାର୍ଯ୍ୟକ୍ରମ ପ୍ରାରମ୍ଭରେ ମହିଳା ଓ ଶିଶୁ ବିକାଶ ବିଭାଗ ପ୍ରମୁଖ ସଚିବ ଅନୁ ଗର୍ଗ ସ୍ଵାଗତ ଭାଷଣ ଦେଇ କହିଥିଲେ ରାଜ୍ୟ ସରକାର ମହିଳାମାନଙ୍କୁ ହିତାଧିକାରୀ ନୁହେଁ ବରଂ ବିକାଶର ସହ ଭାଗୀଦାର ବୋଲି ମନେକରନ୍ତି। ମହିଳାମାନଙ୍କ ବିକାଶ ପାଇଁ ରାଜ୍ୟ ସରକାର କେବଳ ଗୋଟିଏ ଦିନ ନୁହେଁ ବରଂ ପୁରା ୩୬୫ ଦିନ ସମର୍ପିତ ହୋଇ କାମ କରୁଛନ୍ତି ବୋଲି ସେ କହିଥିଲେ।

ମିଶନ ଶକ୍ତିର କମିଶନର ତଥା ନିର୍ଦେଶିକା ସୁଜାତା କାର୍ତ୍ତିକେୟନ ଧନ୍ୟବାଦ ଅର୍ପଣ କରି କହିଥିଲେ ଯେ ୨୦୦୧ ରେ ମିଶନ ଶକ୍ତି ଏକ ଯୋଜନା ହୋଇ ଆରମ୍ଭ ହୋଇଥିଲା, ଆଜି ଏହା ଏକ ସ୍ଵତନ୍ତ୍ର ବିଭାଗ ହୋଇଛି। ମୁଖ୍ୟମନ୍ତ୍ରୀ ମିଶନ ଶକ୍ତିର ମାଆମାନଙ୍କ ପାଇଁ ଯେଉଁ ୫ ହଜାର କୋଟି ଟଙ୍କା ଘୋଷଣା କରିଥିଲେ ଆଜି ମାଆମାନେ ୨୫୦୦ କୋଟି ଟଙ୍କାରୁ ଅଧିକ ଟଙ୍କାର ବ୍ୟବସାୟ ଆରମ୍ଭ କରି ସାରିଛନ୍ତି। ମାଆମାନଙ୍କ ପାଇଁ ୩୨୦୦ କୋଟି ଟଙ୍କାର ଋଣ ଲକ୍ଷ୍ୟ ଥିଲାବେଳେ ବର୍ତ୍ତମାନ ସୁଧା ୪୦୦୦ କୋଟି ଟଙ୍କାରୁ ଅଧିକ ଋଣ ମିଳିପାରିଛି।

ଆଜିର କାର୍ଯ୍ୟକ୍ରମରେ ମହିଳା ଓ ଶିଶୁ ବିକାଶ ବିଭାଗ ଓ ମିଶନ ଶକ୍ତିର କାର୍ଯ୍ୟକ୍ରମ ସମ୍ପର୍କରେ ଦୁଇଟି ଭିଡିଓ ଚିତ୍ର ପ୍ରଦର୍ଶିତ ହୋଇଛି। ଝାରସୁଗୁଡା, ଯାଜପୁର ଓ ଭୁବନେଶ୍ବରରେ ତିନୋଟି କର୍ମଜୀବୀ ମହିଳା ହଷ୍ଟେଲ ଉଦଘାଟିତ ହୋଇଛି। ହଷ୍ଟେଲ ପରିଚାଳନା, ସ୍ଵଧାର ଓ ଉଜ୍ଜ୍ଵଳ ଆଦି ଯୋଜନା ପାଇଁ ନୂଆ ପୋର୍ଟାଲ, ମିଶନ ଶକ୍ତି ୱେବସାଇଟ, ମୋବାଇଲ ଆପ ଓ ବ୍ୟାଙ୍କମାନଙ୍କ ଋଣ ପ୍ରଦାନ ସମ୍ପର୍କରେ ଏକ ସ୍ଵତନ୍ତ୍ର ପୋର୍ଟାଲ ଉନ୍ମୋଚିତ ହୋଇଛି। ଡାଆଣି କୁପ୍ରଥାର ବିଲୋପ ପାଇଁ ଆଇଇସି ମଧ୍ୟ ଉନ୍ମୋଚିତ ହୋଇଛି। ଏହି ଅବସରରେ ଶ୍ରେଷ୍ଠ ପ୍ରଦର୍ଶନକାରୀ ଜିଲ୍ଲା, ସ୍ଵୟଂ ସହାୟକ ଗୋଷ୍ଠୀ, ଅଧିକାରୀ ଓ ବ୍ୟାଙ୍କମାନଙ୍କୁ ପୁରସ୍କାର ପ୍ରଦାନ କରଯାଇଛି।

08 Mar 2021 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର