ରାଜ୍ୟର ଆଉ ୩ଟି ଜିଲ୍ଲାରେ ମିଳିବ ‘ମୋ ବସ୍’ ସେବା

ଭୁବନେଶ୍ୱର: ବଢୁଛି ମୋ ବସ୍‌ର ଲୋକପ୍ରିୟତା । ରାଜ୍ୟର ଆଉ ୩ଟି ଜିଲ୍ଲାରେ ମିଳିବ ‘ମୋ ବସ୍’ ସେବା । ଝାରସୁଗୁଡା, ସମ୍ବଲପୁର ଓ ଗଞ୍ଜାମ ଜିଲ୍ଲାରେ ମୋ ବସ୍ ଚାଲିବା ନେଇ ନିଷ୍ପତ୍ତି ନେଇଛନ୍ତି ସରକାର । ଏନେଇ ଗୃହ ନିର୍ମାଣ ଓ ସହରାଞ୍ଚଳ ବିକାଶ ବିଭାଗ ପକ୍ଷରୁ ପ୍ରକାଶ ପାଇଛି ବିଧିବଦ୍ଧ ବିଜ୍ଞପ୍ତି । ସମ୍ବଲପୁର-ଝାରସୁଗୁଡ଼ା-ବ୍ରଜରାଜନଗର-ବେଲପାହାଡ଼ କ୍ଲଷ୍ଟର ଏବଂ ବ୍ରହ୍ମପୁର-ଗୋପାଳପୁର-ଛତ୍ରପୁର-ହିଞ୍ଜିଳିକାଟୁ-ଦିଗପହଣ୍ଡି କ୍ଲଷ୍ଟରରେ ଏହା ଚଳାଚଳ କରିବ । କ୍ୟାପିଟାଲ ରିଜିଅନ୍ ଅର୍ବାନ୍ ଟ୍ରନ୍ସପୋର୍ଟ (CRUT) […]

ଭୁବନେଶ୍ୱର: ବଢୁଛି ମୋ ବସ୍‌ର ଲୋକପ୍ରିୟତା । ରାଜ୍ୟର ଆଉ ୩ଟି ଜିଲ୍ଲାରେ ମିଳିବ ‘ମୋ ବସ୍’ ସେବା । ଝାରସୁଗୁଡା, ସମ୍ବଲପୁର ଓ ଗଞ୍ଜାମ ଜିଲ୍ଲାରେ ମୋ ବସ୍ ଚାଲିବା ନେଇ ନିଷ୍ପତ୍ତି ନେଇଛନ୍ତି ସରକାର । ଏନେଇ ଗୃହ ନିର୍ମାଣ ଓ ସହରାଞ୍ଚଳ ବିକାଶ ବିଭାଗ ପକ୍ଷରୁ ପ୍ରକାଶ ପାଇଛି ବିଧିବଦ୍ଧ ବିଜ୍ଞପ୍ତି । ସମ୍ବଲପୁର-ଝାରସୁଗୁଡ଼ା-ବ୍ରଜରାଜନଗର-ବେଲପାହାଡ଼ କ୍ଲଷ୍ଟର ଏବଂ ବ୍ରହ୍ମପୁର-ଗୋପାଳପୁର-ଛତ୍ରପୁର-ହିଞ୍ଜିଳିକାଟୁ-ଦିଗପହଣ୍ଡି କ୍ଲଷ୍ଟରରେ ଏହା ଚଳାଚଳ କରିବ । କ୍ୟାପିଟାଲ ରିଜିଅନ୍ ଅର୍ବାନ୍ ଟ୍ରନ୍ସପୋର୍ଟ (CRUT) ଦ୍ୱାରା ‘ମୋ ବସ୍’ ଚାଲିବା ନେଇ ନଗର ଉନ୍ନୟନ ବିଭାଗ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତିରେ ଉଲ୍ଲେଖ । ଏନେଇ ତୁରନ୍ତ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି ସରକାର।

About The Author: The Sakala