ମୋ ସ୍କୁଲ୍ ଅଭିଯାନରେ ୧୨୩୮ ସ୍କୁଲ୍‌ରେ ୧୬ କୋଟି ୩୧ ଲକ୍ଷ ଟଙ୍କାର ପ୍ରକଳ୍ପକୁ ମଞ୍ଜୁରୀ

The Sakala Picture
Published On

ଭୁବନେଶ୍ବର : ‘ମୋ ସ୍କୁଲ୍‌ ଅଭିଯାନ’ର ୨୮ତମ କାର୍ଯ୍ୟ ର୍ନିବାହୀ ପରିଷଦ ବୈଠକ ସୋମବାର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଭର୍ଚୁଆଲ୍‌ ମୋଡ୍‌ରେ ଅନୁଷ୍ଠିତ ହୋଇଥିବା ଏହି ବୈଠକରେ ଓଡ଼ିଶାର ୨୫ଟି ଜିଲ୍ଲାର ୧୨୩୮ ବିଦ୍ୟାଳୟରେ ମୋଟ ୧୬ କୋଟି ୩୧ ଲକ୍ଷ ଟଙ୍କାର ପ୍ରକଳ୍ପକୁ ଅନୁମୋଦନ ମିଳିଛି । ଗତ ୧ ମାସ ମଧ୍ୟରେ ୧୬ ହଜାର ପୁରାତନ ଛାତ୍ରଛାତ୍ରୀ ‘ମୋ ସ୍କୁଲ୍‌ […]

ଭୁବନେଶ୍ବର : ‘ମୋ ସ୍କୁଲ୍‌ ଅଭିଯାନ’ର ୨୮ତମ କାର୍ଯ୍ୟ ର୍ନିବାହୀ ପରିଷଦ ବୈଠକ ସୋମବାର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଭର୍ଚୁଆଲ୍‌ ମୋଡ୍‌ରେ ଅନୁଷ୍ଠିତ ହୋଇଥିବା ଏହି ବୈଠକରେ ଓଡ଼ିଶାର ୨୫ଟି ଜିଲ୍ଲାର ୧୨୩୮ ବିଦ୍ୟାଳୟରେ ମୋଟ ୧୬ କୋଟି ୩୧ ଲକ୍ଷ ଟଙ୍କାର ପ୍ରକଳ୍ପକୁ ଅନୁମୋଦନ ମିଳିଛି । ଗତ ୧ ମାସ ମଧ୍ୟରେ ୧୬ ହଜାର ପୁରାତନ ଛାତ୍ରଛାତ୍ରୀ ‘ମୋ ସ୍କୁଲ୍‌ ଅଭିଯାନ’ ସହ ଯୋଡ଼ି ହୋଇଥିବା ବେଳେ ସେମାନେ ନିଜ ନିଜ ବିଦ୍ୟାଳୟର ବିକାଶ ପାଇଁ ୫ କୋଟି ୪୩ ଲକ୍ଷ ଟଙ୍କା ପ୍ରଦାନ କରିଛନ୍ତି ।

ଆହୁରି ପଢ଼ନ୍ତୁ: ଛାତ୍ର ସଂସଦ ନିର୍ବାଚନରେ ପକ୍ଷପାତିତା ହେଉଥିବା ବିଜେଡିର ଅଭିଯୋଗ: 'କ୍ୟାମ୍ପସ ରାଜନୀତିରେ ବିଜେପି ନେତାଙ୍କ ହସ୍ତକ୍ଷେପ ଅଗ୍ରହଣୀୟ'

ବାଲେଶ୍ୱରରେ ସର୍ବାଧିକ ୧ କୋଟି ୬୧ ଲକ୍ଷ, ଯାଜପୁରରେ ୫୦ ଲକ୍ଷ ୧୦ ହଜାର, କଟକରେ ୨୭ ଲକ୍ଷ ୩୯ ହଜାର, ଭଦ୍ରକରେ ୨୫ ଲକ୍ଷ ୮୭ ହଜାର ଏବଂ ବଲାଙ୍ଗୀରରେ ୨୪ ଲକ୍ଷ ୯୨ ହଜାର ଟଙ୍କା ପୁରାତନ ଛାତ୍ରଛାତ୍ରୀମାନେ ପ୍ରଦାନ କରିଛନ୍ତି । ଚଳିତ ମାସରେ ବାଲେଶ୍ୱର ଜିଲ୍ଲାରେ ପୁଣିଥରେ ରେକର୍ଡ ସଂଖ୍ୟାରେ ପୁରାତନ ଛାତ୍ରଛାତ୍ରୀମାନେ ‘ମୋ ସ୍କୁଲ୍‌ ଅଭିଯାନ’ ସହ ଯୋଡ଼ି ହୋଇଥିବାବେଳେ କ୍ରମାଗତ ୯ମ ଥର ପାଇଁ ରାଜ୍ୟସ୍ତରରେ ସର୍ବାଧିକ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି । ସେହିଭଳି ଯାଜପୁର ଜିଲ୍ଲା ଏଥର ପ୍ରଥମଥର ପାଇଁ ୫୦ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ସହ ଦ୍ୱିତୀୟ ସ୍ଥାନରେ ରହିଛି । ଚଳିତ ମାସରେ ଜିଲ୍ଲାରେ ରେକର୍ଡ ସଂଖ୍ୟକ ପୁରାତନ ଛାତ୍ରଛାତ୍ରୀ ନିଜ ନିଜ ବିଦ୍ୟାଳୟ ସହ ଯୋଡ଼ିହୋଇ ବିଦ୍ୟାଳୟର ସର୍ବାଙ୍ଗୀନ ବିକାଶ ପାଇଁ ସହାୟତାର ହାତ ବଢାଇଛନ୍ତି ।

ଆହୁରି ପଢ଼ନ୍ତୁ: ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍କଳ ବିଶ୍ୱବିଦ୍ୟାଳୟରେ ଉତ୍ତେଜନା: ବୋମାମାଡ଼ ଆତଙ୍କ ପରେ କ୍ୟାମ୍ପସରେ ପୋଲିସ ଛାଉଣି

ପ୍ରଥମଥର ପାଇଁ ‘ମୋ ସ୍କୁଲ୍ ଅଭିଯାନ’ରେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟକୁ ସାମିଲ କରାଯାଇଥିବା ବେଳେ ରାଜ୍ୟରେ ଥିବା ସମସ୍ତ ଷ୍ଟାଣ୍ଡ୍‌ଆଲୋନ୍ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ‘ମୋ ସ୍କୁଲ୍‌’ କାର୍ଯ୍ୟକ୍ରମକୁ ତ୍ୱରାନ୍ୱିତ କରାଯିବାକୁ ନିଷ୍ପତ୍ତି ହୋଇଛି । ନିକଟରେ ଭୁବନେଶ୍ୱରସ୍ଥିତ ବିଜେବି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପୁରାତନ ଛାତ୍ରଛାତ୍ରୀଙ୍କୁ ନେଇ ଏକ ଆଲୋଚନା କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା । ଏଥିରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପ୍ରମୁଖ ସଚିବ ଶ୍ରୀ ସତ୍ୟବ୍ରତ ସାହୁ ଯୋଗଦେଇ ପ୍ରାଥମିକ, ଉଚ୍ଚ ପ୍ରାଥମିକ ଏବଂ ଉଚ୍ଚ ବିଦ୍ୟାଳୟ ଭଳି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ‘ମୋ ସ୍କୁଲ୍‌’କୁ ଏକ ସଫଳ ଅଭିଯାନରେ ପରିଣତ କରିବାକୁ ଆହ୍ୱାନ ଦେଇଥିଲେ ।

ଆହୁରି ପଢ଼ନ୍ତୁ: ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍କଳ ବିଶ୍ବବିଦ୍ୟାଳୟ କ୍ୟାମ୍ପସରେ ଉତ୍ତେଜନା; ଦୁଇ ଛାତ୍ର ଗୋଷ୍ଠୀ ମଧ୍ୟରେ ସଂଘର୍ଷ

‘୫ଟି- ହାଇସ୍କୁଲ୍ ଟ୍ରାନ୍ସଫର୍‌ମେଶନ କାର୍ଯ୍ୟକ୍ରମ’ରେ ଅନ୍ତର୍ଭୁକ୍ତ ହୋଇଥିବା ହାଇସ୍କୁଲ୍‌ଗୁଡ଼ିକରେ ଶୈକ୍ଷିକ ବ୍ୟବସ୍ଥାକୁ ସୁଦୃଢ କରିବାକୁ ‘ମୋ ସ୍କୁଲ୍‌’ ସମସ୍ତ ପ୍ରକାର ସହଯୋଗ ଯୋଗାଇଦେବାକୁ ବୈଠକରେ ଆଲୋଚନା ହୋଇଥିଲା । ରାଜ୍ୟ ସରକାରଙ୍କ ‘୫ଟି- ହାଇସ୍କୁଲ୍ ଟ୍ରାନ୍ସଫର୍‌ମେଶନ କାର୍ଯ୍ୟକ୍ରମ’ର ଦ୍ୱିତୀୟ ପର୍ଯ୍ୟାୟ ବିଦ୍ୟାଳୟ ରୂପାନ୍ତରଣ କାର୍ଯ୍ୟ ଆରମ୍ଭ ହେବାକୁ ଯାଉଥିବା ବେଳେ ଏହାପୂର୍ବରୁ ଅତିରିକ୍ତ ବଜେଟରେ ‘ମୋ ସ୍କୁଲ୍‌’କୁ ୮୮୭ କୋଟି ଟଙ୍କା ପ୍ରଦାନ କରିବାକୁ କାର୍ଯ୍ୟନିର୍ବାହୀ ପରିଷଦ ରାଜ୍ୟ ସରକାରଙ୍କ ନିକଟରେ ପ୍ରସ୍ତାବ ଆଗତ କରିଛି ।

 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର