ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ: ଜୁନ ୧୯ ଯାଏଁ ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା

Madhusudan Das Picture
Published On

ଭୁବନେଶ୍ୱର: ଓଡ଼ିଶାରେ ପ୍ରବେଶ କଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ମୌସୁମୀ ବାୟୁ ଓଡିଶା ଛୁଇଁଲା ପରେ ଗ୍ରୀଷ୍ମ ପ୍ରବାହରୁ ଲୋକଙ୍କୁ ଆଶ୍ୱସ୍ତି ମିଳିବା ସହ ଚାଷ କାର୍ଯ୍ୟ ପାଇଁ ଅନୁକୂଳ ପରିବେଶ ସୃଷ୍ଟି ହେବ ।

ଆହୁରି ପଢ଼ନ୍ତୁ: ସ୍ତ୍ରୀ ମୃତ୍ୟୁର ଦିନକ ପରେ ସାପ କାମୁଡ଼ାରେ ଚାଲିଗଲା ସ୍ୱାମୀଙ୍କ ଜୀବନ

ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ମୌସୁମୀ ପ୍ରଥମେ ଉପକୂଳବର୍ତ୍ତୀ ଜିଲ୍ଲା ଯଥା ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଏବଂ ବାଲେଶ୍ୱର ଦେଇ ରାଜ୍ୟରେ ପ୍ରବେଶ କରିଛି। ମୌସୁମୀ ଆଗମନ ଫଳରେ ଉତ୍ତର ଓଡ଼ିଶାର କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି।

ଆହୁରି ପଢ଼ନ୍ତୁ: ମିଛ ଗୁଜବ ଶୁଣି ପୁଲିସ ନାକେଦମ୍‌‌; ଶବ ଖୋଜୁଖୋଜୁ ମିଳିଲା ଅଣ୍ଡା

ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଆଗାମୀ ଜୁନ ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ତେବେ ମୌସୁମୀର ଆନୁଷ୍ଠାନିକ ଆଗମନ ପୂର୍ବରୁ ଗତ କିଛି ଦିନ ଧରି ଓଡ଼ିଶାର ଅନେକ ଅଞ୍ଚଳରେ ପ୍ରାକ-ମୌସୁମୀ ବର୍ଷା ଅନୁଭୂତ ହେଉଥିଲା।

ଆହୁରି ପଢ଼ନ୍ତୁ: ଝାରସୁଗୁଡ଼ା-ଖଡ଼ଗପୁର ୪ ଲେନ୍‌ ରେଲୱେ ଟ୍ରାକ୍‌କୁ ଅର୍ଥନୈତିକ ବ୍ୟାପାର କ୍ୟାବିନେଟ୍‌ କମିଟିର ଅନୁମୋଦନ

ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁର ଆଗମନ ଯୋଗୁଁ ରାଜ୍ୟବାସୀଙ୍କୁ ପ୍ରବଳ ଗ୍ରୀଷ୍ମ ପ୍ରବାହରୁ ବହୁ ପ୍ରତୀକ୍ଷିତ ଆଶ୍ୱସ୍ତି ମିଳିବ। ଏହା ସହିତ କୃଷି କାର୍ଯ୍ୟ, ବିଶେଷ କରି ରାଜ୍ୟରେ ଧାନ ଚାଷ ଓ ତଳି ରୁଆ ପ୍ରକ୍ରିୟାକୁ ଏହା ବେଶ ସହାୟକ ହେବ ବୋଲି ବିଶେଷଜ୍ଞ ମତବ୍ୟକ୍ତ କରିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର