ରାଜ୍ୟର ଅଧିକାଂଶ ସ୍ଥାନରେ ମୌସୁମୀ ବର୍ଷା ଜାରି, ୩୧ରୁ ଆହୁରି ବଢ଼଼ିବ ବର୍ଷା

The Sakala Picture
Published On

ଭୁବନେଶ୍ୱର: କ୍ରମାଗତ ଲଘୁଚାପ ସୃଷ୍ଟି ଯୋଗୁଁ ମୌସୁମୀ ସକ୍ରିୟ ରହିଛି। ରାଜ୍ୟର ଅଧିକାଂଶ ସ୍ଥାନରେ ମୌସୁମୀ ବର୍ଷା ଜାରି ରହିଛି। ୩୧ ତାରିଖରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଘୁର୍ଣ୍ଣିବଳୟ। ଆଗକୁ ଏହା ଲଘୁଚାପର ରୂପ ନେଇପାରେ। ଏହାର ପ୍ରଭାବରେ ରାଜ୍ୟରେ ଆସନ୍ତା ୩୧ରୁ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି କହିଛି ପାଣିପାଗ କେନ୍ଦ୍ର। ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଥିବା ବେଳେ ୨୪ ଘଣ୍ଟାରେ ଉତ୍ତର ଓ ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶା ଓ ଉପକୂଳ […]

ଭୁବନେଶ୍ୱର: କ୍ରମାଗତ ଲଘୁଚାପ ସୃଷ୍ଟି ଯୋଗୁଁ ମୌସୁମୀ ସକ୍ରିୟ ରହିଛି। ରାଜ୍ୟର ଅଧିକାଂଶ ସ୍ଥାନରେ ମୌସୁମୀ ବର୍ଷା ଜାରି ରହିଛି। ୩୧ ତାରିଖରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଘୁର୍ଣ୍ଣିବଳୟ। ଆଗକୁ ଏହା ଲଘୁଚାପର ରୂପ ନେଇପାରେ। ଏହାର ପ୍ରଭାବରେ ରାଜ୍ୟରେ ଆସନ୍ତା ୩୧ରୁ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି କହିଛି ପାଣିପାଗ କେନ୍ଦ୍ର। ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଥିବା ବେଳେ ୨୪ ଘଣ୍ଟାରେ ଉତ୍ତର ଓ ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶା ଓ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ସହ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଆହୁରି ପଢ଼ନ୍ତୁ: କାକବନ୍ଧ ଆଶ୍ରମ ବିଦ୍ୟାଳୟର ଛାତ୍ରୀ ମୃତ୍ୟୁ ମାମଲା: ବିଜେଡିର ୧୨ଘଣ୍ଟିଆ ମୟୂରଭଞ୍ଜ ହରତାଳ

ଏହି ଲଘୁଚାପ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବାରୁ ବର୍ଷାର ପ୍ରଭାବ ଉତ୍ତର ଓଡ଼ିଶାରେ ଅଧିକ ରହିବା ନେଇ ଆକଳନ କରାଯାଇଛି। ଏହି ଲଘୁଚାପ ଯୋଗୁଁ ରାଜ୍ୟରେ ପ୍ରାୟ ଅଗଷ୍ଟ ୩ ତାରିଖ ପର୍ଯ୍ୟନ୍ତ ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଅନ୍ୟପଟେ ମଙ୍ଗଳବାର ପାଇଁ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା କରି ଏହି ଜିଲ୍ଲାଗୁଡ଼ିକ ପାଇଁ ପାଣିପାଗ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରିଛି। ୩୧ ତାରିଖ ବେଳକୁ ଘୁର୍ଣ୍ଣିବଳୟ ପ୍ରଭାବରେ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। କଟକ, ନୟାଗଡ଼, ଢେଙ୍କାନାଳ, ଅନୁଗୋଳ ଓ ଢେଙ୍କାନାଳ ଜିଲ୍ଲାରେ ଅତି ପ୍ରବଳ ବର୍ଷାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ବୌଦ୍ଧ, ଖୋର୍ଦ୍ଧା, କେନ୍ଦ୍ରାପଡ଼ା, ଜଗତସିଂହପୁର, କୋରାପୁଟ, ମାଲକାନଗିରି, ଦେବଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା କରି ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆହୁରି ପଢ଼ନ୍ତୁ: ଭୋଟର ଲିଷ୍ଟରୁ ୯.୮ଲକ୍ଷ ଭୋଟରଙ୍କ ନାଁ କଟିବା ପ୍ରସଙ୍ଗ: ପୁନର୍ବିଚାର ପାଇଁ ମୁଖ୍ୟ ନିର୍ବାଚନ କମିଶନରଙ୍କୁ ଚିଠି ଲେଖିଲେ ସସ୍ମିତ ପାତ୍ର

ଚଳିତ ମୌସୁମୀ ଋତୁରେ ରାଜ୍ୟରେ ଜୁନ ୧ରୁ ଏଯାବତ ୪୭୮.୮ ମିମି ବର୍ଷା ରେକର୍ଡ ହୋଇଛି। ବର୍ଷା ସତ୍ତ୍ବେ ଏବେ ବି ବର୍ଷାର ପରିମାଣ ୯ ପ୍ରତିଶତ ନିଅଣ୍ଟିଆ ରହିଛି। ଏହି ସମୟ ସୁଦ୍ଧା ସ୍ୱାଭାବିକ ବର୍ଷା ୫୨୬.୪ ମିମି ହେବକଥା। ଗୋଟିଏ ଜିଲ୍ଲା ମାଲକାନଗିରିରେ ସ୍ୱାଭାବିକ ଠାରୁ ଅତ୍ୟଧିକ ବର୍ଷା ହୋଇଥିବା ବେଳେ ୩ ଜିଲ୍ଲାରେ ଅଧିକ ବର୍ଷା ଓ ୧୫ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଛି। ସେହିପରି ୧୧ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି।

ଆହୁରି ପଢ଼ନ୍ତୁ: ସରିଥିଲା ନିର୍ବନ୍ଧ, ବିବାହର କିଛି ଦିନ ପୂର୍ବରୁ ଯୁବତୀଙ୍କୁ ବୀଭତ୍ସ ହତ୍ୟା

30 Jul 2024 By The Sakala

ରାଜ୍ୟର ଅଧିକାଂଶ ସ୍ଥାନରେ ମୌସୁମୀ ବର୍ଷା ଜାରି, ୩୧ରୁ ଆହୁରି ବଢ଼଼ିବ ବର୍ଷା

ଭୁବନେଶ୍ୱର: କ୍ରମାଗତ ଲଘୁଚାପ ସୃଷ୍ଟି ଯୋଗୁଁ ମୌସୁମୀ ସକ୍ରିୟ ରହିଛି। ରାଜ୍ୟର ଅଧିକାଂଶ ସ୍ଥାନରେ ମୌସୁମୀ ବର୍ଷା ଜାରି ରହିଛି। ୩୧ ତାରିଖରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଘୁର୍ଣ୍ଣିବଳୟ। ଆଗକୁ ଏହା ଲଘୁଚାପର ରୂପ ନେଇପାରେ। ଏହାର ପ୍ରଭାବରେ ରାଜ୍ୟରେ ଆସନ୍ତା ୩୧ରୁ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି କହିଛି ପାଣିପାଗ କେନ୍ଦ୍ର। ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଥିବା ବେଳେ ୨୪ ଘଣ୍ଟାରେ ଉତ୍ତର ଓ ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶା ଓ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ସହ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଏହି ଲଘୁଚାପ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବାରୁ ବର୍ଷାର ପ୍ରଭାବ ଉତ୍ତର ଓଡ଼ିଶାରେ ଅଧିକ ରହିବା ନେଇ ଆକଳନ କରାଯାଇଛି। ଏହି ଲଘୁଚାପ ଯୋଗୁଁ ରାଜ୍ୟରେ ପ୍ରାୟ ଅଗଷ୍ଟ ୩ ତାରିଖ ପର୍ଯ୍ୟନ୍ତ ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଅନ୍ୟପଟେ ମଙ୍ଗଳବାର ପାଇଁ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା କରି ଏହି ଜିଲ୍ଲାଗୁଡ଼ିକ ପାଇଁ ପାଣିପାଗ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରିଛି। ୩୧ ତାରିଖ ବେଳକୁ ଘୁର୍ଣ୍ଣିବଳୟ ପ୍ରଭାବରେ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। କଟକ, ନୟାଗଡ଼, ଢେଙ୍କାନାଳ, ଅନୁଗୋଳ ଓ ଢେଙ୍କାନାଳ ଜିଲ୍ଲାରେ ଅତି ପ୍ରବଳ ବର୍ଷାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ବୌଦ୍ଧ, ଖୋର୍ଦ୍ଧା, କେନ୍ଦ୍ରାପଡ଼ା, ଜଗତସିଂହପୁର, କୋରାପୁଟ, ମାଲକାନଗିରି, ଦେବଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା କରି ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଚଳିତ ମୌସୁମୀ ଋତୁରେ ରାଜ୍ୟରେ ଜୁନ ୧ରୁ ଏଯାବତ ୪୭୮.୮ ମିମି ବର୍ଷା ରେକର୍ଡ ହୋଇଛି। ବର୍ଷା ସତ୍ତ୍ବେ ଏବେ ବି ବର୍ଷାର ପରିମାଣ ୯ ପ୍ରତିଶତ ନିଅଣ୍ଟିଆ ରହିଛି। ଏହି ସମୟ ସୁଦ୍ଧା ସ୍ୱାଭାବିକ ବର୍ଷା ୫୨୬.୪ ମିମି ହେବକଥା। ଗୋଟିଏ ଜିଲ୍ଲା ମାଲକାନଗିରିରେ ସ୍ୱାଭାବିକ ଠାରୁ ଅତ୍ୟଧିକ ବର୍ଷା ହୋଇଥିବା ବେଳେ ୩ ଜିଲ୍ଲାରେ ଅଧିକ ବର୍ଷା ଓ ୧୫ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଛି। ସେହିପରି ୧୧ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର