ଓଡ଼ିଶା ଛାଡ଼ିଲା ବଙ୍ଗୋପସାଗର ଅବପାତ: ସ୍ୱାଭାବିକ ଅବସ୍ଥାକୁ ଫେରିଲା ମୌସୁମୀ

The Sakala Picture
Published On

ଭୁବନେଶ୍ୱର : ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଜାରି ରହିଛି। ଲଘୁଚାପ ଘନୀଭୂତ ହୋଇ ଅବପାତରେ ପରିଣତ ହୋଇଥିବାରୁ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ସ୍ୱାଭାବିକଠାରୁ ୨୭୦ ପ୍ରତିଶତ ଅଧିକ ବର୍ଷା ରେକର୍ଡ କରାଯାଇଛି। ଗତ ୩୬ ଘଣ୍ଟା ମଧ୍ୟରେ ଢେଙ୍କାନାଳରେ ରାଜ୍ୟର ସର୍ବାଧିକ ୧୬୯ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ ବାଲେଶ୍ୱରରେ ୧୦୮ ମିମି ବର୍ଷା ହୋଇଛି। ସେହିପରି ମାଲକାନଗିରିରେ […]

ଭୁବନେଶ୍ୱର : ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଜାରି ରହିଛି। ଲଘୁଚାପ ଘନୀଭୂତ ହୋଇ ଅବପାତରେ ପରିଣତ ହୋଇଥିବାରୁ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ସ୍ୱାଭାବିକଠାରୁ ୨୭୦ ପ୍ରତିଶତ ଅଧିକ ବର୍ଷା ରେକର୍ଡ କରାଯାଇଛି। ଗତ ୩୬ ଘଣ୍ଟା ମଧ୍ୟରେ ଢେଙ୍କାନାଳରେ ରାଜ୍ୟର ସର୍ବାଧିକ ୧୬୯ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ ବାଲେଶ୍ୱରରେ ୧୦୮ ମିମି ବର୍ଷା ହୋଇଛି। ସେହିପରି ମାଲକାନଗିରିରେ ୯୦ ମିମି ଓ ଦାରିଙ୍ଗବାଡ଼ିରେ ୮୧ ମିମି ବର୍ଷା ହୋଇଛି। ପାରାଦୀପରେ ୭୦ ମିମି ଓ ବଲାଙ୍ଗିରରେ ୯୩ ମିମି ବର୍ଷା ହୋଇଛି। ବାକି ଜିଲ୍ଲାଗୁଡ଼ିକରେ ମଧ୍ୟ ୫୦ ମିମିରୁ ଊର୍ଦ୍ଧ୍ବ ବର୍ଷା ରେକର୍ଡ ହୋଇଛି।

ଆହୁରି ପଢ଼ନ୍ତୁ: ବିରୂପା ନଦୀରୁ ଦୁଇ ଭାଇଙ୍କ ମୃତଦେହ ଉଦ୍ଧାର, ଦୁଇଦିନ ତଳୁ ନିଖୋଜ ଥିଲେ

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଦକ୍ଷିଣ ଓଡ଼ିଶା ଉପରେ ସକ୍ରିୟ ଥିବା ଅବପାତ ଘଣ୍ଟା ପ୍ରତି ୨୫କିମି ବେଗରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରୁଛି। ଏବେ ଏହା ଭବାନୀପାଟଣାଠାରୁ ଦକ୍ଷିଣ ପୂର୍ବ ଦିଗରେ ୧୦କିମି ଦୂରରେ କେନ୍ଦ୍ରୀଭୂତ ରହିଛି। ଆଗାମୀ ୨୪ଘଣ୍ଟା ମଧ୍ୟରେ ଏହା ନିଜର ଗତିର ଦିଗ ବଜାୟ ରଖିବା ସହ ଦକ୍ଷିଣ ଓଡ଼ିଶା ଏବଂ ଦକ୍ଷିଣ ଛତିଶଗଡ଼ ଦେଇ ଗତିକରିବା ସହ ଧୀରେଧୀରେ ଦୁର୍ବଳ ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ସୋମବାର ରାଜ୍ୟର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ମୁଖ୍ୟତଃ କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର, ନୂଆପଡ଼ା, ବରଗଡ଼, ସୋନପୁର, ବଲାଙ୍ଗିର, ବୌଦ୍ଧ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ ଆଦି ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଆହୁରି ପଢ଼ନ୍ତୁ: ଫାଇଲିନ ଘରେ ଚାଲିଛି ମଦ ଦୋକାନ: କୃଷ୍ଣପ୍ରସାଦ ତହସିଲଦାରଙ୍କୁ ଘେରିଲେ ମହିଳା ସଂଘ

ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଳର୍ଟ ଜାରି କରାଯାଇଛି। ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି ଯେ ରବିବାର ସନ୍ଧ୍ୟା ସୁଦ୍ଧା ଲଘୁଚାପ ଓଡ଼ିଶା ସ୍ଥଳଭାଗ ଅତିକ୍ରମ କରି ଛତିଶଗଡ଼ରେ ପ୍ରବେଶ କରିଛି। ଆସନ୍ତା ୨୪ ଘଣ୍ଟାରେ ଉତ୍ତର ଉପକୂଳ ଓ ସଂଲଗ୍ନ ଜିଲ୍ଲାରେ ମଧ୍ୟମରୁ ଭାରି ବର୍ଷା ହେବାକୁ ଥିବା ବେଳେ ବାଲେଶ୍ୱର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବାକି ଜିଲ୍ଲାରେ ସ୍ୱଳ୍ପ ବର୍ଷା ହେବା ବେଳେ ୧୩ରେ ଉପକୂଳ ଓ ସଂଲଗ୍ନ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ବର୍ଷା ହେବାକୁ ଥିବା ବେଳେ ୧୪ରେ ଉପକୂଳରେ ବର୍ଷା ବଢ଼଼ିବାର ଅଛି। ପଶ୍ଚିମବଙ୍ଗ ସଂଲଗ୍ନ ଅଞ୍ଚଳରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଉପକୂଳରେ ସାଧାରଣ ଭାବେ ମଧ୍ୟମରୁ ପ୍ରବଳ ଓ ଉତ୍ତର ଆଭ୍ୟନ୍ତରୀଣରେ ମଧ୍ୟମ ବର୍ଷାର ସମ୍ଭାବନା ରହିଛି।

ଆହୁରି ପଢ଼ନ୍ତୁ: ଗାଧୋଇବାବେଳେ ପୋଖରୀରେ ବୁଡ଼ି ୨ ନାବାଳକ ଭାଇ ମୃତ

୧୫ରେ ମଧ୍ୟ, ଉପକୂଳ ଓ ସଂଲଗ୍ନ ଜିଲ୍ଲାର ବର୍ଷା ଲାଗି ରହିବ। ଆସନ୍ତା ୭୨ ଘଣ୍ଟା ଭିତରେ ଉତ୍ତର ଉପକୂଳ ଓ ସଂଲଗ୍ନ ଜିଲ୍ଲାରେ ୬୦-୧୦୦ ମିମି, ଉତ୍ତର ଆଭ୍ୟନ୍ତରୀଣରେ ୪୦-୬୦ ମିମି ଓ ଦକ୍ଷିଣ ଉପକୂଳ ଓ ଆଭ୍ୟନ୍ତରୀଣରେ ୨୦ ମିମି ବର୍ଷା ହୋଇପାରେ ବୋଲି ପ୍ରଫେସର ପଶୁପାଳକ କହିଛନ୍ତି। ଲଘୁଚାପ ଯୋଗୁଁ ମୌସୁମୀ ନିମ୍ନ-ଚାପ ରେଖା ନିଜର ସାଧାରଣ ଅବସ୍ଥାନଠାରୁ ଦକ୍ଷିଣରେ ରହିବା ସହ ଗୁଜୁରାଟର ନଲିଆରୁ ବାହାରି ଅହମ୍ମଦାବାଦ, ବ୍ରହ୍ମପୁରୀ, ଜଗଦଲପୁର, ଦକ୍ଷିଣ ଓଡ଼ିଶା ଉପରେ ଅବପାତର କେନ୍ଦ୍ର ଠାରୁ, ପୂର୍ବ-ଦକ୍ଷିଣପୂର୍ବ ଦିଗରେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଯାଏଁ ଲମ୍ୱିଛି।

12 Sep 2022 By The Sakala

ଓଡ଼ିଶା ଛାଡ଼ିଲା ବଙ୍ଗୋପସାଗର ଅବପାତ: ସ୍ୱାଭାବିକ ଅବସ୍ଥାକୁ ଫେରିଲା ମୌସୁମୀ

ଭୁବନେଶ୍ୱର : ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଜାରି ରହିଛି। ଲଘୁଚାପ ଘନୀଭୂତ ହୋଇ ଅବପାତରେ ପରିଣତ ହୋଇଥିବାରୁ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ସ୍ୱାଭାବିକଠାରୁ ୨୭୦ ପ୍ରତିଶତ ଅଧିକ ବର୍ଷା ରେକର୍ଡ କରାଯାଇଛି। ଗତ ୩୬ ଘଣ୍ଟା ମଧ୍ୟରେ ଢେଙ୍କାନାଳରେ ରାଜ୍ୟର ସର୍ବାଧିକ ୧୬୯ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ ବାଲେଶ୍ୱରରେ ୧୦୮ ମିମି ବର୍ଷା ହୋଇଛି। ସେହିପରି ମାଲକାନଗିରିରେ ୯୦ ମିମି ଓ ଦାରିଙ୍ଗବାଡ଼ିରେ ୮୧ ମିମି ବର୍ଷା ହୋଇଛି। ପାରାଦୀପରେ ୭୦ ମିମି ଓ ବଲାଙ୍ଗିରରେ ୯୩ ମିମି ବର୍ଷା ହୋଇଛି। ବାକି ଜିଲ୍ଲାଗୁଡ଼ିକରେ ମଧ୍ୟ ୫୦ ମିମିରୁ ଊର୍ଦ୍ଧ୍ବ ବର୍ଷା ରେକର୍ଡ ହୋଇଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଦକ୍ଷିଣ ଓଡ଼ିଶା ଉପରେ ସକ୍ରିୟ ଥିବା ଅବପାତ ଘଣ୍ଟା ପ୍ରତି ୨୫କିମି ବେଗରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରୁଛି। ଏବେ ଏହା ଭବାନୀପାଟଣାଠାରୁ ଦକ୍ଷିଣ ପୂର୍ବ ଦିଗରେ ୧୦କିମି ଦୂରରେ କେନ୍ଦ୍ରୀଭୂତ ରହିଛି। ଆଗାମୀ ୨୪ଘଣ୍ଟା ମଧ୍ୟରେ ଏହା ନିଜର ଗତିର ଦିଗ ବଜାୟ ରଖିବା ସହ ଦକ୍ଷିଣ ଓଡ଼ିଶା ଏବଂ ଦକ୍ଷିଣ ଛତିଶଗଡ଼ ଦେଇ ଗତିକରିବା ସହ ଧୀରେଧୀରେ ଦୁର୍ବଳ ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ସୋମବାର ରାଜ୍ୟର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ମୁଖ୍ୟତଃ କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର, ନୂଆପଡ଼ା, ବରଗଡ଼, ସୋନପୁର, ବଲାଙ୍ଗିର, ବୌଦ୍ଧ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ ଆଦି ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଳର୍ଟ ଜାରି କରାଯାଇଛି। ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି ଯେ ରବିବାର ସନ୍ଧ୍ୟା ସୁଦ୍ଧା ଲଘୁଚାପ ଓଡ଼ିଶା ସ୍ଥଳଭାଗ ଅତିକ୍ରମ କରି ଛତିଶଗଡ଼ରେ ପ୍ରବେଶ କରିଛି। ଆସନ୍ତା ୨୪ ଘଣ୍ଟାରେ ଉତ୍ତର ଉପକୂଳ ଓ ସଂଲଗ୍ନ ଜିଲ୍ଲାରେ ମଧ୍ୟମରୁ ଭାରି ବର୍ଷା ହେବାକୁ ଥିବା ବେଳେ ବାଲେଶ୍ୱର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବାକି ଜିଲ୍ଲାରେ ସ୍ୱଳ୍ପ ବର୍ଷା ହେବା ବେଳେ ୧୩ରେ ଉପକୂଳ ଓ ସଂଲଗ୍ନ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ବର୍ଷା ହେବାକୁ ଥିବା ବେଳେ ୧୪ରେ ଉପକୂଳରେ ବର୍ଷା ବଢ଼଼ିବାର ଅଛି। ପଶ୍ଚିମବଙ୍ଗ ସଂଲଗ୍ନ ଅଞ୍ଚଳରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଉପକୂଳରେ ସାଧାରଣ ଭାବେ ମଧ୍ୟମରୁ ପ୍ରବଳ ଓ ଉତ୍ତର ଆଭ୍ୟନ୍ତରୀଣରେ ମଧ୍ୟମ ବର୍ଷାର ସମ୍ଭାବନା ରହିଛି।

୧୫ରେ ମଧ୍ୟ, ଉପକୂଳ ଓ ସଂଲଗ୍ନ ଜିଲ୍ଲାର ବର୍ଷା ଲାଗି ରହିବ। ଆସନ୍ତା ୭୨ ଘଣ୍ଟା ଭିତରେ ଉତ୍ତର ଉପକୂଳ ଓ ସଂଲଗ୍ନ ଜିଲ୍ଲାରେ ୬୦-୧୦୦ ମିମି, ଉତ୍ତର ଆଭ୍ୟନ୍ତରୀଣରେ ୪୦-୬୦ ମିମି ଓ ଦକ୍ଷିଣ ଉପକୂଳ ଓ ଆଭ୍ୟନ୍ତରୀଣରେ ୨୦ ମିମି ବର୍ଷା ହୋଇପାରେ ବୋଲି ପ୍ରଫେସର ପଶୁପାଳକ କହିଛନ୍ତି। ଲଘୁଚାପ ଯୋଗୁଁ ମୌସୁମୀ ନିମ୍ନ-ଚାପ ରେଖା ନିଜର ସାଧାରଣ ଅବସ୍ଥାନଠାରୁ ଦକ୍ଷିଣରେ ରହିବା ସହ ଗୁଜୁରାଟର ନଲିଆରୁ ବାହାରି ଅହମ୍ମଦାବାଦ, ବ୍ରହ୍ମପୁରୀ, ଜଗଦଲପୁର, ଦକ୍ଷିଣ ଓଡ଼ିଶା ଉପରେ ଅବପାତର କେନ୍ଦ୍ର ଠାରୁ, ପୂର୍ବ-ଦକ୍ଷିଣପୂର୍ବ ଦିଗରେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଯାଏଁ ଲମ୍ୱିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର