ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ…

ଭୁବନେଶ୍ବର: ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଆଜି ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳକୁ ମୌସୁମୀ ବାୟୁ ଅଗ୍ରସର ହୋଇଛି। ସମ୍ପୂର୍ଣ୍ଣ ମାଲକାନାଗିରି, କୋରାପୁଟକୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଅଗ୍ରସର ହୋଇଥିବାବେଳେ ନବରଙ୍ଗପୁର, କଳାହାଣ୍ଡି,ରାୟଗଡ଼ା,ଗଜପତି ଜିଲ୍ଲାର କିଛି କିଛି ଅଞ୍ଚଳକୁ ସ୍ପର୍ଶ କରିଛି ମୌସୁମୀ। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଆଗକୁ ବଢ଼ିବା ପାଇଁ ପାଗ ଅନୁକୂଳ ରହିଛି। ଏପଟେ ବଙ୍ଗୋପସାଗରରେ ସ୍ପଷ୍ଟ ଚିହ୍ନିତ ଲଘୁଚାପଟି ସକ୍ରିୟ ରହିଛି। ୨୪ ଘଣ୍ଟାରେ ଅବପାତରେ ପରିଣତ ହୋଇ […]

ଭୁବନେଶ୍ବର: ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଆଜି ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳକୁ ମୌସୁମୀ ବାୟୁ ଅଗ୍ରସର ହୋଇଛି। ସମ୍ପୂର୍ଣ୍ଣ ମାଲକାନାଗିରି, କୋରାପୁଟକୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଅଗ୍ରସର ହୋଇଥିବାବେଳେ ନବରଙ୍ଗପୁର, କଳାହାଣ୍ଡି,ରାୟଗଡ଼ା,ଗଜପତି ଜିଲ୍ଲାର କିଛି କିଛି ଅଞ୍ଚଳକୁ ସ୍ପର୍ଶ କରିଛି ମୌସୁମୀ। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଆଗକୁ ବଢ଼ିବା ପାଇଁ ପାଗ ଅନୁକୂଳ ରହିଛି।

ଏପଟେ ବଙ୍ଗୋପସାଗରରେ ସ୍ପଷ୍ଟ ଚିହ୍ନିତ ଲଘୁଚାପଟି ସକ୍ରିୟ ରହିଛି। ୨୪ ଘଣ୍ଟାରେ ଅବପାତରେ ପରିଣତ ହୋଇ ଉତ୍ତର ଆଡକୁ ଗତି କରିବ। ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି।ବିଜୁଳି ଘଡଘଡି ସହ ଝଟକା ପବନ ୪୦ ରୁ ୫୦ କିମି ବେଗରେ ବହିବା ସମ୍ଭାବନା ରହିଛି। ୩୧ ରୁ କମିବ ବର୍ଷାର ପରିମାଣ। ସମୁଦ୍ର ଅଶାନ୍ତ ଥିବାରୁ ୩୧ ତାରିଖ ଯାଏ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ରକୁ ନ ଯିବାକୁ ଚେତାବନୀ ଜାରି କରାଯାଇଛି। ଏ ନେଇ ଆଞ୍ଚଳିକ ପାଣିପାଗ ବିଭାଗ ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି।

About The Author: The Sakala