ଗରମ ଓ ଗୁଳୁଗୁଳିରୁ ମିଳିବ ତ୍ରାହି, ୪୮ ଘଣ୍ଟା ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ

The Sakala Picture
Published On

ଭୁବନେଶ୍ବର : ଗରମ ଓ ଗୁଳୁଗୁଳିରୁ ମିଳିବ ତ୍ରାହି। ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରାକ୍‍ ମୌସୁମୀ ବର୍ଷା ଆରମ୍ଭ ହୋଇଛି। ଆଗାମୀ ୪୮ ଘଣ୍ଟା ମଧ୍ୟରେ ସାରା ରାଜ୍ୟରେ ମୌସୁମୀ ଛୁଇଁବ ବୋଲି ଅନୁମାନ କରିଛି ପାଣିପାଗ ବିଭାଗ। ରଜକୁ ବର୍ଷା ଭିଜାଇବ ବୋଲି ପୂର୍ବାନୁମାନ କରିଥିଲା ପାଣିପାଗ ବିଭାଗ । ଗତ ଦୁଇଦିନ ତଳେ ରାଜ୍ୟର ଅଧିକାଂଶ ସ୍ଥାନରେ ପାଗ ଥଣ୍ଡା ରହିଥିଲା । ଏଭଳି ରଜ ପାଗ ଜାରି ରହିବ ବୋଲି ଆଶା ଥିଲା […]

ଭୁବନେଶ୍ବର : ଗରମ ଓ ଗୁଳୁଗୁଳିରୁ ମିଳିବ ତ୍ରାହି। ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରାକ୍‍ ମୌସୁମୀ ବର୍ଷା ଆରମ୍ଭ ହୋଇଛି। ଆଗାମୀ ୪୮ ଘଣ୍ଟା ମଧ୍ୟରେ ସାରା ରାଜ୍ୟରେ ମୌସୁମୀ ଛୁଇଁବ ବୋଲି ଅନୁମାନ କରିଛି ପାଣିପାଗ ବିଭାଗ। ରଜକୁ ବର୍ଷା ଭିଜାଇବ ବୋଲି ପୂର୍ବାନୁମାନ କରିଥିଲା ପାଣିପାଗ ବିଭାଗ । ଗତ ଦୁଇଦିନ ତଳେ ରାଜ୍ୟର ଅଧିକାଂଶ ସ୍ଥାନରେ ପାଗ ଥଣ୍ଡା ରହିଥିଲା । ଏଭଳି ରଜ ପାଗ ଜାରି ରହିବ ବୋଲି ଆଶା ଥିଲା । ହେଲେ ପାଣିପାଗ ବିଭାଗର ସାନି ଆକଳନକୁ ବିଶ୍ୱାସ କଲେ ଆସନ୍ତା ଦୁଇ ଦିନ ଭିତରେ ମୌସୁମୀ ଆସିବ ବୋଲି ସ୍ପଷ୍ଟ କରିଛି ପାଣିପାଗ କେନ୍ଦ୍ର।

ଆହୁରି ପଢ଼ନ୍ତୁ: ମଧ୍ୟପ୍ରଦେଶରେ ବଡ଼ ଅଘଟଣ: ନାଳର ପ୍ରଖର ସ୍ରୋତରେ ଭାସିଗଲା କାର୍‌, ୮ ଓଡ଼ିଆ ଶ୍ରଦ୍ଧାଳୁ ମୃତ

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି କି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆଉ ୪୮ ଘଣ୍ଟା ଭିତରେ ଓଡ଼ିଶା ଛୁଇଁବାର ସମ୍ଭାବନା ରହିଛି। ଏଥିପାଇଁ ପାଗ ଅନୁକୂଳ ରହିଛି।ଦକ୍ଷିଣ- ଓଡିଶା ର କିଛି ଅଞ୍ଚଳରେ ପ୍ରାକ ମୌସୁମୀ ବର୍ଷା ସକ୍ରିୟ ରହିଛି। ଆଗାମୀ ୪୮ ଘଣ୍ଟା ମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡିଶା ପ୍ରବେଶ କରିବା ପାଇଁ ପାଗ ଅନୁକୂଳ ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଟ୍ବିଟ କରି କହିଛି।

ଆହୁରି ପଢ଼ନ୍ତୁ: ରାଜଧାନୀରେ ଫେସବୁକ୍ ଲାଇଭ୍‌କୁ ନେଇ ସଂଘର୍ଷ: ୨ ରାଉଣ୍ଡ ଗୁଳିଚାଳନା, ୫ ଆହତ

ସୂଚନାଯୋଗ୍ୟ, ଗତ ୧୩ ତାରିଖ ଦିନ ୧୫ କିମ୍ବା ୧୬ ତାରିଖ ସୁଦ୍ଧା ଓଡ଼ିଶା ମୌସୁମୀ ଛୁଇଁପାରେ ବୋଲି ଭାରତୀୟ ପାଣିପାଗ କେନ୍ଦ୍ର(ଆଇଏମ୍‌ଡି) ବରିଷ୍ଠ ବୈଜ୍ଞାନିକ ରାଜେନ୍ଦ୍ର ଜେନାମଣି ସୂଚନା ଦେଇଥିଲେ।୧୬ତାରିଖ ସକାଳ ସୁଦ୍ଧା ଦକ୍ଷିଣ ଓଡିଶାର ବିଭିନ୍ନ ଅଞ୍ଚଳ ମୌସୁମୀ ବର୍ଷାରେ ଭିଜିବ। ଏହାପରେ ଧିରେଧିରେ ସମଗ୍ର ଓଡିଶାରେ ମୌସୁମୀ ବାୟୁ ପ୍ରଭାବରେ ବର୍ଷା ଅନୁଭୂତ ହେବ ବୋଲି ଭାରତୀୟ ପାଣିପାଗ ବିଭାଗର ବରିଷ୍ଠ ବୈଜ୍ଞାନିକ ଆର.କେ ଜେନାମଣି କହିଥିଲେ।

ଆହୁରି ପଢ଼ନ୍ତୁ: ପୁରୀ ସମୁଦ୍ରକୂଳରେ ଲାଗିଲା ନାଲି ପତାକା: ଅଶାନ୍ତ ସମୁଦ୍ର ଯୋଗୁଁ ସ୍ନାନ ଉପରେ କଟକଣା ଲଗାଇଲା ପ୍ରଶାସନ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର