ବିସ୍ଫୋରଣମୁହାଁ ଦୈନିକ କରୋନା ସଂକ୍ରମଣ, ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ଆଉ ୧୦୬୫ ଜଣ ନୂଆ ପଜିଟିଭ୍

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ପୁଣି ଉପର ମୁହାଁ କରୋନା ଗ୍ରାଫ । କ୍ରମାଗତ ଭାବ ବଢିବାରେ ଲାଗିଛି ଦୈନିକ ସଂକ୍ରମଣ । ଗତକାଲି ପରି ଆଜି ମଧ୍ୟ ସଂକ୍ରମିତଙ୍କ ସଂଖ୍ୟା ଏକ ହଜାର ପାର୍‌ କରିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୬୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୨୪ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୪୪୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିଭଳି ୧୮ ବର୍ଷ […]

ଭୁବନେଶ୍ୱର: ରାଜ୍ୟରେ ପୁଣି ଉପର ମୁହାଁ କରୋନା ଗ୍ରାଫ । କ୍ରମାଗତ ଭାବ ବଢିବାରେ ଲାଗିଛି ଦୈନିକ ସଂକ୍ରମଣ । ଗତକାଲି ପରି ଆଜି ମଧ୍ୟ ସଂକ୍ରମିତଙ୍କ ସଂଖ୍ୟା ଏକ ହଜାର ପାର୍‌ କରିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୬୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୨୪ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୪୪୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୨୨ ଜଣ ସଂକ୍ରମିତ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଆହୁରି ପଢ଼ନ୍ତୁ: ଘରେ ଶୋଇଥିବା ବେଳେ ହଠାତ୍ ଲାଗିଗଲା ନିଆଁ, ଜୀବନ୍ତ ଦଗ୍ଧ ହୋଇଗଲେ ଯୁବକ

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୬୧ଜଣ ଏବଂ କଟକରୁ ୧୩୫ଜଣ ନୂଆ ପଜିଟିଭ୍ ବାହାରିଛନ୍ତି । ସେହିପରି ବାଲେଶ୍ୱର ଜିଲ୍ଲାରୁ ୧୪ ଜଣ, ଭଦ୍ରକ ଜିଲ୍ଲାରୁ ୫ଜଣ, ବଲାଙ୍ଗୀର ଜିଲ୍ଲାରୁ ୮ଜଣ, ବୌଦ୍ଧ ଜିଲ୍ଲାରୁ ୧ଜଣ, ଦେଓଗଡ଼ ଜିଲ୍ଲାରୁ ୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୬ଜଣ, ଜଗତସିଂହପୁର ଜିଲ୍ଲାରୁ ୨୧ଜଣ, ଯାଜପୁର ଜିଲ୍ଲାରୁ ୨୧ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୮ଜଣ, କଳାହାଣ୍ଡି ଜିଲ୍ଲାରୁ ୧୪ ଜଣ, କନ୍ଧମାଳ ଜିଲ୍ଲାରୁ ୬ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୮ଜଣ, କେନ୍ଦୁଝର ଜିଲ୍ଲାରୁ ୪ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମାଲକାନଗିରିରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୫୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୫ଜଣ, ନୟାଗଡ଼ ଜିଲ୍ଲାରୁ ୧୮ଜଣ, ନୂଆପଡ଼ା ଜିଲ୍ଲାରୁ ୧୧ଜଣ, ପୁରୀ ଜିଲ୍ଲାରୁ ୪୪ଜଣ, ରାୟଗଡ଼ା ଜିଲ୍ଲାରୁ ୧୩ ଜଣ, ସମ୍ବଲପୁର ଜିଲ୍ଲାରୁ ୫୮ଜଣ, ସୋନପୁର ଜିଲ୍ଲାରୁ ୩୧ଜଣ, ସୁନ୍ଦରଗଡ ଜିଲ୍ଲାରୁ ୧୧୧ଜଣ, ଷ୍ଟେଟ ପୁଲ୍‌ରୁ ୭୬ ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୯୮୨୪୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୩୭୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୮୩୬୮ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୨୩୩୩୬୪୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।

16 Jul 2022 By The Sakala

https://www.thesakala.in/latest-odisha-news/more-1065-new-covid-positive-patient-detected-from-odisha-in-last-24-hours/article-13330
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର