ରାଜ୍ୟରେ କରୋନା ସଂକ୍ରମଣରେ ଲାଗୁନି ବ୍ରେକ, ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ଆଉ ୧୧୩୦ ଜଣ ପଜିଟିଭ

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣରେ ଲାଗୁନି ବ୍ରେକ । ଦୈନିକ ସଂକ୍ରମଣ ଗ୍ରାଫ ଉପର ତଳ ହେଉଛି। କେତେବେଳେ ଏକ ହଜାର ପାର କରିଯାଉଛି ତ କେତେବେଳେ ହଜାରେ ତଳକୁ ଦୈନିକ ସଂକ୍ରମଣ ରହୁଛି। ଗତକାଲି ପରି ଆଜି ମଧ୍ୟ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ଏକ ହଜାର ଉପରେ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧୩୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୬୨ ଜଣ […]

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣରେ ଲାଗୁନି ବ୍ରେକ । ଦୈନିକ ସଂକ୍ରମଣ ଗ୍ରାଫ ଉପର ତଳ ହେଉଛି। କେତେବେଳେ ଏକ ହଜାର ପାର କରିଯାଉଛି ତ କେତେବେଳେ ହଜାରେ ତଳକୁ ଦୈନିକ ସଂକ୍ରମଣ ରହୁଛି। ଗତକାଲି ପରି ଆଜି ମଧ୍ୟ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ଏକ ହଜାର ଉପରେ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧୩୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୬୨ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୪୬୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୪୩ ଜଣ ସଂକ୍ରମିତ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଆହୁରି ପଢ଼ନ୍ତୁ: ମିଠା କିଣାକୁ ନେଇ ବଚସା; ରାଜଧାନୀରେ ଦୋକାନୀଙ୍କୁ ମରଣାନ୍ତକ ଆକ୍ରମଣ

ରାଜ୍ୟରେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୨୨୫ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେହିପରି ଦ୍ଵିତୀୟରେ ଅଛି ଖୋର୍ଦ୍ଧା ଜିଲ୍ଲା ଯେଉଁଠି ୨୦୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେହିପରି ଅନ୍ୟ ଜିଲ୍ଲାଗୁଡ଼ିକ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨ଜଣ, ବାଲେଶ୍ୱର ଜିଲ୍ଲାରୁ ୨୫ଜଣ, ବରଗଡ଼ ଜିଲ୍ଲାରୁ ୨୩ଜଣ, ଭଦ୍ରକ ଜିଲ୍ଲାରୁ ୧୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୭ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୧୧ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଢେଙ୍କାନାଳ ଜିଲ୍ଲାରୁ ୩ଜଣ, ଗଜପତି ଜିଲ୍ଲାରୁ ୫ଜଣ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୧୦ଜଣ, ଯାଜପୁର ଜିଲ୍ଲାରୁ ୩୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୫ଜଣ, କଳାହାଣ୍ଡି ଜିଲ୍ଲାରୁ ୯ଜଣ, କନ୍ଧମାଳ ଜିଲ୍ଲାରୁ ୧୭ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୮ଜଣ, କେନ୍ଦୁଝର ଜିଲ୍ଲାରୁ ୧୧ଜଣ, କୋରାପୁଟ ଜିଲ୍ଲାରୁ ୧୧ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୯୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୯ଜଣ, ନୟାଗଡ଼ ଜିଲ୍ଲାରୁ ୩୩ଜଣ, ନୂଆପଡ଼ା ଜିଲ୍ଲାରୁ ୧୬ଜଣ, ପୁରୀ ଜିଲ୍ଲାରୁ ୧୪ଜଣ, ରାୟଗଡ଼ା ଜିଲ୍ଲାରୁ ୧୪ଜଣ, ସମ୍ବଲପୁର ଜିଲ୍ଲାରୁ ୧୦୬ଜଣ, ସୋନପୁର ଜିଲ୍ଲାରୁ ୧୮ଜଣ, , ଷ୍ଟେଟ ପୁଲ୍‌ରୁ ୪୭ଜଣ ରହିଛନ୍ତି ।

23 Jul 2022 By The Sakala

https://www.thesakala.in/latest-odisha-news/more-1130-covid-positive-patient-detected-in-odisha-in-last-24-hours/article-13535
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର