ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ସଂକ୍ରମଣ ହାର। ଦିନେ ବଢିଲେ ଆଉ ଦିନେ କମୁଛି ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ଆଉ ୧୯୭ ଜଣ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୧୫ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୮୨ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୨୫ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୪୮୮୮୦ କୁ ବୃଦ୍ଧି ପାଇଥିବା ବେଳେ ୧୦୩୮୦୮୫ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୨୩୩୩ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।
କରୋନାର ନୂତନ ଭାରିଏଣ୍ଟ ଓମିକ୍ରନ ଦୁନିଆ ପାଇଁ ଚିନ୍ତାର କାରଣ ପାଲଟିଛି। ଦକ୍ଷିଣ ଆଫ୍ରିକାରୁ ମିଳିଥିବା ଏହି ନୂଆ ଭାରିଏଣ୍ଟକୁ ନେଇ ବିଶ୍ୱରେ ବାଜିଛି ସତର୍କ ଘଣ୍ଟି । ଦକ୍ଷିଣ ଆଫ୍ରିକା ସମେତ ବୋସୱାନା, ହଂକଂ, ଇସ୍ରାଏଲ ଏବଂ ବେଲ୍ଜିୟମ ଆଦି ୫ଟି ଦେଶକୁ ଏହା ବ୍ୟାପି ସାରିଲାଣି।କରୋନାର ନୂଆ ଭାରିଏଣ୍ଟକୁ ନେଇ ସାରା ବିଶ୍ବକୁ ସତର୍କ କରାଇଛି ବିଶ୍ବ ସ୍ବାସ୍ଥ୍ୟ ସଂଗଠନ। କରୋନାର ଏହି ନୂଆ B.୧.୧.୫୨୯ ଭାଇରସକୁ ‘ଭାରିଏଣ୍ଟ ଅଫ କନର୍ସନ’ ଘୋଷଣା କରିଛି ବିଶ୍ବ ସ୍ବାସ୍ଥ୍ୟ ସଂଗଠନ। କେବଳ ଏତିକି ନୁହେଁ ଦକ୍ଷିଣ ଆଫ୍ରିକାରୁ ବିଶ୍ବକୁ ବ୍ୟାପିଥିବା ଏହି ନୂଆ ଭାରିଏଣ୍ଟର ନାମ ‘ଓମିକ୍ରନ୍’। ଏହି କରୋନା ଭାଇରସ ପୂର୍ବରୁ ଦେଖାଯାଇଥିବା ଡେଲଟା ଭାଇରସଠାରୁ ଅଧିକ ମାରତ୍ମକ ବୋଲି ବିଶେଷଜ୍ଞ କହିଛନ୍ତି ।