ଆଜି ରାଜ୍ୟରୁ ଚିହ୍ନଟ ହେଲେ ଆଉ ୨୧୨ ଜଣ ନୂଆ କରୋନା ଆକ୍ରାନ୍ତ

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ସଂକ୍ରମଣ ହାର। ଦିନେ ବଢିଲେ ଆଉ ଦିନେ କମୁଛି ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ଆଉ ୨୧୨ ଜଣ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୨୩ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୮୯ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୭୦ ଜଣ ପଜିଟିଭ ରହିଛନ୍ତି। ଏଥିସହ […]

ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ସଂକ୍ରମଣ ହାର। ଦିନେ ବଢିଲେ ଆଉ ଦିନେ କମୁଛି ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ଆଉ ୨୧୨ ଜଣ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୨୩ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୮୯ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୭୦ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୪୭୩୮୬ କୁ ବୃଦ୍ଧି ପାଇଥିବା ବେଳେ ୧୦୩୬୭୪୬ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୨୧୯୧ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି।

ଆହୁରି ପଢ଼ନ୍ତୁ: ବିଜେପି ସରକାରଙ୍କ ଅଢେଇ ବର୍ଷର ଶାସନରେ ରାଜ୍ୟର ଶିକ୍ଷା ବ୍ୟବସ୍ଥା ଭୁଶୁଡିବା ସ୍ଥିତିରେ ପହଞ୍ଚିଛି: ବିଜେଡି

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୬ଟି ଜିଲ୍ଲାରୁ ୨୧୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୯୦ ଜଣ, ସୁନ୍ଦରଗଡ଼ରୁ ୩୯ ଜଣ, ମୟୂରଭଞ୍ଜ ଓ ସମ୍ବଲପୁର ଜିଲ୍ଲାରୁ ୧୩ ଜଣ ଲେଖାଁଏ, ପୁରୀରୁ ୯ ଜଣ, ଯାଜପୁରରୁ ୮ ଜଣ, ବାଲେଶ୍ବର ଓ ଜଗତସିଂହପୁର ଜିଲ୍ଲାରୁ ୩ ଜଣ ଲେଖାଁଏ, କଟକ, ଗଞ୍ଜାମ,ଝାରସୁଗୁଡ଼ା ଓ କୋରାପୁଟ ଜିଲ୍ଲାରୁ ୨ ଜଣ ଲୋଖାଁଏ, ଭଦ୍ରକ, ବୌଦ୍ଧ, କେନ୍ଦ୍ରାପଡ଼ା ଓ ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୋଲ୍ରୁ ୨୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର