ଆଜି ରାଜ୍ୟର ୨୩ ଜିଲ୍ଲାରୁ ଚିହ୍ନଟ ହେଲେ ଆଉ ୨୨୮ ଜଣ ନୂଆ କରୋନା ଆକ୍ରାନ୍ତ

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ସଂକ୍ରମଣ ହାର। ଦିନେ ବଢିଲେ ଆଉ ଦିନେ କମୁଛି ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ଆଉ ୨୨୮ ଜଣ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୩୪ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୯୪ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୩୫ ଜଣ ପଜିଟିଭ ରହିଛନ୍ତି। ଏଥିସହ […]

ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ସଂକ୍ରମଣ ହାର। ଦିନେ ବଢିଲେ ଆଉ ଦିନେ କମୁଛି ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ଆଉ ୨୨୮ ଜଣ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୩୪ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୯୪ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୩୫ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୪୯୧୦୮ କୁ ବୃଦ୍ଧି ପାଇଥିବା ବେଳେ ୧୦୩୮୩୦୬ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୨୩୩୮ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: OTET ପ୍ରଶ୍ନପତ୍ର ଲିକ ମାମଲା: ପୂର୍ବତନ ବୋର୍ଡ ଉପସଭାପତିଙ୍କ ସମେତ ୮ ଅଭିଯୁକ୍ତଙ୍କୁ ସର୍ତ୍ତମୂଳକ ଜାମିନ୍

କରୋନା ପ୍ରକୋପ ଏକପ୍ରକାର ସରି ଆସୁଥିବା ବେ ଏବେ ଭୂତାଣୁର ନୂଆ ଭ୍ୟାରିଆଣ୍ଟ ‘ଓମିକ୍ରନ’କୁ ନେଇ ସାରା ବିଶ୍ବରେ ପୁଣି ଭୟ ବାତାବରଣ ସୃଷ୍ଟି ହୋଇଛି।ଦକ୍ଷିଣ ଆଫ୍ରିକାରୁ ପ୍ରଥମେ ଚିହ୍ନଟ ହୋଇଥିବା ଏହି ଭ୍ୟାରିଆ ମାତ୍ର ୬ ଦିନ ମଧ୍ୟରେ ୧୬ଟି ରାଷ୍ଟ୍ରରେ ପହଞ୍ଚି ସାରିଥିବା ବେଳେ ଏହା ସାରା ବିଶ୍ବ ପାଇଁ ଘାତକ ହେବାର ସମ୍ଭାବନା ଯଥେଷ୍ଟ ଅଧିକ ବୋଲି ସୋମବାର ବିଶ୍ବ ସ୍ବାସ୍ଥ୍ୟ ସଂଗଠନ(ହୁ) ପକ୍ଷରୁ ଚେତାବନୀ ଦିଆଯାଇଛି। ଏହି ଭ୍ୟାରିଆଣ୍ଟର ବିଭିନ୍ନ ଦିଗକୁ ନେଇ ବିଶ୍ବସ୍ତରରେ ବୈଜ୍ଞାନିକମାନେ ବିଶ୍ଳେଷଣ କରିବା ଆରମ୍ଭ କରି ଦେଇଛନ୍ତି। ହେଲେ ଅତି କମ୍ ସମୟ ମଧ୍ୟରେ ଏହା ବହୁବାର ରୂପ ବଦଳାଇବା (ମ୍ୟୁଟାଣ୍ଟ) ସବୁଠାରୁ ଚିନ୍ତାଜନକ ହୋଇପଡ଼ିଥିବା କୁହାଯାଇଛି। ଫଳରେ ପୂର୍ବରୁ କରୋନା ଭୂତାଣୁର ବିଭିନ୍ନ ଭ୍ୟାରିଆଣ୍ଟକୁ ନେଇ ବଢିଥିବା ସଂକ୍ରମଣ ଏବଂ ଏହା ଯୋଗୁଁ ସୃଷ୍ଟି ହୋଇଥିବା ସ୍ଥିତିର ପୁନରାବୃତ୍ତି ଘଟିପାରେ ବୋଲି ବିଶ୍ବ ସ୍ବାସ୍ଥ୍ୟ ସଂଗଠନ(ହୁ) ପକ୍ଷରୁ କୁହାଯାଇଛି।

30 Nov 2021 By The Sakala

https://www.thesakala.in/latest-odisha-news/more-228-corona-positive-patients-detected-from-odisha-in-last-24-hours/article-7260
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର