ରାଜ୍ୟରେ ସାମାନ୍ୟ ବଢ଼ିଲା କରୋନା ସଂକ୍ରମଣ, ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ଆଉ ୪୨୪ ଜଣ କୋଭିଡ୍ ପଜିଟିଭ୍

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ଆଜି ସାମାନ୍ୟ ବଢ଼ିଛି କରୋନା ସଂକ୍ରମଣ । ଦୀର୍ଘ ଦିନ ପରେ ରାଜ୍ୟରେ ଲମ୍ବ ଡିଆଁ ମାରିଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୨୦ ଜିଲ୍ଲାରୁ ଚିହ୍ନଟ ହେଲେ ଆଉ ୪୨୪ ଜଣ କୋଭିଡ୍ ପଜିଟିଭ୍ । ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୪୯ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୭୫ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର […]

ଭୁବନେଶ୍ୱର: ରାଜ୍ୟରେ ଆଜି ସାମାନ୍ୟ ବଢ଼ିଛି କରୋନା ସଂକ୍ରମଣ । ଦୀର୍ଘ ଦିନ ପରେ ରାଜ୍ୟରେ ଲମ୍ବ ଡିଆଁ ମାରିଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୨୦ ଜିଲ୍ଲାରୁ ଚିହ୍ନଟ ହେଲେ ଆଉ ୪୨୪ ଜଣ କୋଭିଡ୍ ପଜିଟିଭ୍ । ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୪୯ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୭୫ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୬୭ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୫୫୫୫୬ କୁ ବୃଦ୍ଧି ପାଇଥିବା ବେଳେ ୧୦୪୪୯୬୨ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୨୦୭୮ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: ଓଡ଼ିଶାରୁ ଚାଉଳ ଉଠାଉନାହିଁ FCI : ହାତ ଟେକିଦେଲେ ଅସହାୟ ଯୋଗାଣମନ୍ତ୍ରୀ; କହିଲେ, କେନ୍ଦ୍ର ଆମ କଥା ଶୁଣୁନି

ରାଜ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ କୋଭିଡ୍ ସଂକ୍ରମିତ ଚିହ୍ନଟ ହେଉଛନ୍ତି । ଖୋର୍ଦ୍ଧାରୁ ୧୭୭ ଜଣ କୋଭିଡ୍ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୮ ଜଣ, ବରଗଡ଼ରୁ ୧୦ ଜଣ, ବରଗଡ଼ରୁ ଜଣେ, ବୌଦ୍ଧରୁ ଜଣେ, କଟକରୁ ୪୫ ଜଣ, ଢେଙ୍କାନାଳରୁ ୩ ଜଣ, ଗଞ୍ଜାମରୁ ୪ ଜଣ, ଗଜତସିଂହପୁରରୁ ୮ ଜଣ, ଯାଜପୁରରୁ ୯ ଜଣ, ଝାରସୁଗୁଡ଼ାରୁ ୧୫ ଜଣ, କଳାହାଣ୍ଡିରୁ ୨ ଜଣ, କେନ୍ଦ୍ରାପଡ଼ାରୁ ଜଣେ, କେନ୍ଦୁଝରରୁ ୧୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ୭ ଜଣ, ପୁରୀରୁ ୧୪ ଜଣ, ରାୟଗଡ଼ାରୁ ୪ ଜଣ, ସମ୍ବଲପୁରରୁ ୧୫ ଜଣ, ସୁନ୍ଦରଗଡ଼ରୁ ୩୮ ଜଣ, ଷ୍ଟେଟପୁଲରୁ ୪୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର