ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ସଂକ୍ରମଣ ହାର। ଦିନେ ବଢିଲେ ଆଉ ଦିନେ କାମୁଛି ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୪୮୮ ଜଣ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୮୫ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୦୩ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୭୭ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୪୧୪୫୭ କୁ ବୃଦ୍ଧି ପାଇଥିବା ବେଳେ ୧୦୨୮୬୯୭ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୪୩7୪ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି।
ରାଜ୍ୟର ୨୩ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୨୫୦ ଜଣ, କଟକରୁ ୫୪ ଜଣ, ମୟୂରଭଞ୍ଜରୁ ୧୯ ଜଣ, ପୁରୀରୁ ୧୫ ଜଣ, ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲାରୁ ୧୩ ଜଣ ଲେଖାଁଏ, ଜଗତସିଂହପୁର ଓ ଯାଜପୁର ଜିଲ୍ଲାରୁ ୯ ଜଣ ଲେଖାଁଏ, ଗଞ୍ଜାମ ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୮ ଜଣ ଲେଖାଁଏ, ରାୟଗଡ଼ାରୁ ୯ ଜଣ, ବାଲେଶ୍ବର, ଢ଼େଙ୍କାନାଳ ଓ ଗଜପତି ଜିଲ୍ଲାରୁ ୫ ଜଣ ଲେଖାଁଏ, ଭଦ୍ରକ ଓ ଝାରସୁଗୁଡ଼ା ଜିଲ୍ଲାରୁ ୩ ଜଣ ଲେଖାଁଏ, ଦେବଗଡ଼ ଓ କଳାହାଣ୍ଡି ଜିଲ୍ଲାରୁ ୨ ଜଣ ଲେଖାଁଏ, ଅନୁଗୁଳ, କେନ୍ଦୁଝର, କୋରାପୁଟ ଓ ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୋଲ୍ରୁ ୫୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।