କରୋନା ମୃତ୍ୟୁରେ ଲାଗୁନି ବ୍ରେକ, ରାଜ୍ୟରେ ଆଜି ଆଉ ୬୪ ଜଣଙ୍କ ଜୀବନ ନେଲା ମହାମାରୀ ଭୁତାଣୁ

The Sakala Picture
Published On

ଭୁବନେଶ୍ବର: ଓଡ଼ିଶାରେ କରୋନା ମୃତ୍ୟୁରେ ଲାଗୁନି ବ୍ରେକ। ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ କମୁଥିବାବେଳେ କମୁନି କରୋନା ଜନିତ ମୃତ୍ୟୁ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୬୪ ଜଣ କରୋନା ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ କରୋନା। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୯୨୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଖୋର୍ଦ୍ଧାରୁ ସର୍ବାଧିକ […]

ଭୁବନେଶ୍ବର: ଓଡ଼ିଶାରେ କରୋନା ମୃତ୍ୟୁରେ ଲାଗୁନି ବ୍ରେକ। ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ କମୁଥିବାବେଳେ କମୁନି କରୋନା ଜନିତ ମୃତ୍ୟୁ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୬୪ ଜଣ କରୋନା ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ କରୋନା। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୯୨୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ଆହୁରି ପଢ଼ନ୍ତୁ: ଯାତ୍ରା ମଞ୍ଚରେ ଉତ୍ତେଜନା: ଅଭିନେତ୍ରୀ ନିଶା ମହାରଣାଙ୍କ ଉପରକୁ ଚେୟାର ଓ ପାଣି ବୋତଲ ମାଡ଼

ଖୋର୍ଦ୍ଧାରୁ ସର୍ବାଧିକ ୨୨ ଜଣଙ୍କର କରୋନାରେ ମୃତ୍ୟୁ ହୋଇଥିବାବେଳେ, ବରଗଡରୁ ୧୦ ଜଣ,, ବାଲେଶ୍ୱରରୁ ୮ ଜଣ, ସୁନ୍ଦରଗଡରୁ ୭ ଜଣ, ଗଞ୍ଜାମରୁ ୬ ଜଣ, କନ୍ଧମାଳ ଓ ସମ୍ବଲପୁରରୁ ୨ ଜଣ ଲେଖାଏଁ, ବୌଦ୍ଧ, କଳାହାଣ୍ଡି, କେନ୍ଦ୍ରାପଡା, ମୟୂରଭଞ୍ଜ, ନୂଆପଡା, ପୁରୀ, ରାୟଗଡାରୁ ଜଣେ ଲେଖାଏଁ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।

ଆହୁରି ପଢ଼ନ୍ତୁ: ଓଡ଼ିଶାରୁ ଚାଉଳ ଉଠାଉ ନାହିଁ ଏଫସିଆଇ: ସମସ୍ୟାର ସମାଧାନ ନହେଲେ ରାଜରାସ୍ତାକୁ ଓହ୍ଲାଇବ ବିଜେଡି

ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍ ୯ ଲକ୍ଷ ୪୯ ହଜାର ୯୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୨୧ ହଜାର ୭୪୨ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯ ଲକ୍ଷ ୨୩ ହଜାର ୨୦୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହା ସହ କରୋନା ଯୋଗୁଁ ୪୯୨୫ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୪୯୧୫୫୦୪ ସାମ୍ପୁଲ ଟେଷ୍ଟ୍ ହୋଇଛି।

ଆହୁରି ପଢ଼ନ୍ତୁ: ଲୁଗା ଶୁଖାଇବା ବେଳେ ଅଘଟଣ: ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ମା’-ଝିଅଙ୍କ ମୃତ୍ୟୁ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର