ରାଜ୍ୟରେ ଆଉ ୬୬ ଜଣଙ୍କ ଜୀବନ ନେଲା ମହାମାରୀ କରୋନା

ଭୁବନେଶ୍ଵର: ରାଜ୍ୟରେ କରୋନା ସଂକ୍ରମଣ ଗ୍ରାଫ ତଳମୁହାଁ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ୬୦ ତଳକୁ ଖସୁ ନାହିଁ। ଗତ ୨୪ ଘଣ୍ଟା ମଧ୍ୟରେ ୧୨୦୮ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୬ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୨୩୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ […]

ଭୁବନେଶ୍ଵର: ରାଜ୍ୟରେ କରୋନା ସଂକ୍ରମଣ ଗ୍ରାଫ ତଳମୁହାଁ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ୬୦ ତଳକୁ ଖସୁ ନାହିଁ। ଗତ ୨୪ ଘଣ୍ଟା ମଧ୍ୟରେ ୧୨୦୮ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୬ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୨୩୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୯ ଜଣ ମୃତ୍ୟୁବରଣ କରିଥିବାବେଳେ, କଟକରୁ ୧୧ ଜଣ, ଗଞ୍ଜାମରୁ ୧୦ ଜଣ, ବାଲେଶ୍ୱରରୁ ୬ ଜଣ, ଅନୁଗୁଳରୁ ୪ ଜଣ, କେନ୍ଦୁଝରରୁ ୩ ଜଣ, ବଲାଙ୍ଗୀର, ମୟୂରଭଞ୍ଜ ଓ ପୁରୀରୁ ୨ ଜଣେ ଲେଖାଏଁ, ଭଦ୍ରକ, କନ୍ଧମାଳ, ନୟାଗଡ, ନୂଆପଡା, ରାୟଗଡା ଓ ସମ୍ବଲପୁରରୁ ଜଣେ ଲେଖାଏଁ ରହିଛନ୍ତି ।

About The Author: The Sakala