୨୦୨୪ରେ ବିଜେଡି ପ୍ରାର୍ଥୀ ହେବାକୁ ୧୦ ହଜାରରୁ ଅଧିକ ଆବେଦନ ଆସିଛି : ପ୍ରଣବ ପ୍ରକାଶ ଦାସ

The Sakala Picture
Published On

ଭୁବନେଶ୍ବର : ବିଜୁ ଜନତା ଦଳ ଓଡ଼ିଶାର ଏକ ନମ୍ବର ଦଳ। ତାହା ଓଡ଼ିଶାବାସୀ ବିଗତ ଦୁଇ ଦଶନ୍ଦି ଧରି ପ୍ରମାଣିତ କରି ଆସିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱ ପ୍ରତି ଲୋକଙ୍କର ୨୦୦୦ ମସିହାରେ ଯେଉଁ ଆସ୍ଥା ଓ ବିଶ୍ୱାସ ଥିଲା ତାହା ଏବେ ଆହୁରି ବଢି ଚାଲିଛି। ଆଉ ମୁଖ୍ୟମନ୍ତ୍ରୀ ମଧ୍ୟ ଓଡ଼ିଶାବାସୀଙ୍କ ପାଇଁ କାମ କରିଚାଲିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବିଜେଡି ପ୍ରତି ରାଜ୍ୟବାସୀଙ୍କର ଥିବା ଭଲପାଇବା ପାଇଁ ୨୦୨୪ରେ ବିଜେଡି […]

ଭୁବନେଶ୍ବର : ବିଜୁ ଜନତା ଦଳ ଓଡ଼ିଶାର ଏକ ନମ୍ବର ଦଳ। ତାହା ଓଡ଼ିଶାବାସୀ ବିଗତ ଦୁଇ ଦଶନ୍ଦି ଧରି ପ୍ରମାଣିତ କରି ଆସିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱ ପ୍ରତି ଲୋକଙ୍କର ୨୦୦୦ ମସିହାରେ ଯେଉଁ ଆସ୍ଥା ଓ ବିଶ୍ୱାସ ଥିଲା ତାହା ଏବେ ଆହୁରି ବଢି ଚାଲିଛି। ଆଉ ମୁଖ୍ୟମନ୍ତ୍ରୀ ମଧ୍ୟ ଓଡ଼ିଶାବାସୀଙ୍କ ପାଇଁ କାମ କରିଚାଲିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବିଜେଡି ପ୍ରତି ରାଜ୍ୟବାସୀଙ୍କର ଥିବା ଭଲପାଇବା ପାଇଁ ୨୦୨୪ରେ ବିଜେଡି ଐତିହାସିକ ବିଜୟ ହାସଲ କରିବ। ଏନେଇ ଦୃଢୋକ୍ତି ପ୍ରକାଶ କରିଛନ୍ତି ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ।

ଆହୁରି ପଢ଼ନ୍ତୁ: ଝାରସୁଗୁଡ଼ା ସରବାହାଲ ସ୍ଥିତ ସପିଂ ମଲ୍ ବିଲ୍ଡିଂରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି

ଏନେଇ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ କହିଛନ୍ତି ‘ ବିଗତ କିଛି ବର୍ଷ ଧରି ଜାତୀୟସ୍ତରର ସବୁ ସର୍ଭେ ରିପୋର୍ଟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଦେଶର ୧ ନମ୍ବର ମୁଖ୍ୟମନ୍ତ୍ରୀ ହୋଇଥିବାର ଗୈାରବ ପ୍ରଦାନ କରିଛି । ସେହିଭଳି ୨୦୨୨ ପଂଚାୟତ ନିର୍ବାଚନରେ ୫୨ ପ୍ରତିଶତରୁ ଅଧିକ ଭୋଟ ହାର ସାଙ୍ଗକୁ ୩୦ ରୁ ୩୦ ଜିଲ୍ଲା ପରିଷଦରେ ଜିତାଇ, ବିଜୁ ଜନତା ଦଳ ଯେ ଓଡ଼ିଶାର ୧ ନମ୍ବର ରାଜନୈତିକ ଦଳ, ଓଡ଼ିଶାବାସୀ ତାହା ପ୍ରମାଣିତ କରିଛନ୍ତି । ଏହି ଦୁଇଟି ନିରାଟ ସତ୍ୟ, ସାଢ଼େ ୪ କୋଟି ଓଡ଼ିଶାବାସୀଙ୍କ ବିଜୁ ଜନତା ଦଳ ଓ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ପ୍ରତି ଭଲପାଇବାକୁ ପ୍ରତିପାଦିତ କରୁଛି । ୨୦୨୪ ସାଧାରଣ ନିର୍ବାଚନରେ ଦଳୀୟ ଟିକେଟ ପାଇଁ ୧୦ ହଜାରରୁ ଅଧିକ ଆବେଦନ ଦଳ ପାଖରେ ପ୍ରାପ୍ତ ହୋଇଛି। ଅତ୍ୟନ୍ତ ଖୁସିର କଥା ଯେ, ବହୁ ସଂଖ୍ୟକ ପେଶାଦାର ବ୍ୟକ୍ତି ଏବଂ ଜାତୀୟ ରାଜନୈତିକ ଦଳମାନଙ୍କର ନେତାମାନେ ମଧ୍ୟ ବିଜେଡି ଟିକେଟ ପାଇଁ ଆବେଦନ କରୁଛନ୍ତି ।’

ଆହୁରି ପଢ଼ନ୍ତୁ: ସୁନ୍ଦରଗଡ ଜିଲ୍ଲାରେ ନିକ୍ଷୟ ମିତ୍ର ପଦକ୍ଷେପ ଜରିଆରେ ଯକ୍ଷ୍ମା ରୋଗୀମାନଙ୍କୁ ସହାୟତା କରୁଛି ବେଦାନ୍ତ ଆଲୁମିନିୟମ

ପ୍ରଣବ ଆହୁରି ମଧ୍ୟ କହିଛନ୍ତି ‘ଆମର ଦୃଢ଼ ବିଶ୍ୱାସ ଏହି ନିର୍ବାଚନରେ ସାଢ଼େ ୪ କୋଟି ଓଡ଼ିଶାବାସୀଙ୍କ ଆଶୀର୍ବାଦ ବଳରେ ବିଜୁ ଜନତା ଦଳ ଏକ ଐତିହାସିକ ବିଜୟ ଆଡକୁ ଗତି କରୁଛି । ଏହି ବିପୁଳ ସଂଖ୍ୟକ ଆବେଦନ ଦର୍ଶାଉଛି, ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ନେତୃତ୍ୱ ପ୍ରତି ଲୋକଙ୍କ ଆସ୍ଥା ଓ ବିଶ୍ୱାସ ବଢ଼ି ବଢ଼ି ଚାଲିଛି। ନବୀନ ବାବୁଙ୍କୁ ଲାଗାତାର ଷଷ୍ଠ ଥର ପାଇଁ ମୁଖ୍ୟମନ୍ତ୍ରୀ ଆସନରେ ବସାଇବା ପାଇଁ ଓଡ଼ିଶାବାସୀ ମନ ସ୍ଥିର କରିସାରିଛନ୍ତି ।’

25 Feb 2024 By The Sakala

୨୦୨୪ରେ ବିଜେଡି ପ୍ରାର୍ଥୀ ହେବାକୁ ୧୦ ହଜାରରୁ ଅଧିକ ଆବେଦନ ଆସିଛି : ପ୍ରଣବ ପ୍ରକାଶ ଦାସ

ଭୁବନେଶ୍ବର : ବିଜୁ ଜନତା ଦଳ ଓଡ଼ିଶାର ଏକ ନମ୍ବର ଦଳ। ତାହା ଓଡ଼ିଶାବାସୀ ବିଗତ ଦୁଇ ଦଶନ୍ଦି ଧରି ପ୍ରମାଣିତ କରି ଆସିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱ ପ୍ରତି ଲୋକଙ୍କର ୨୦୦୦ ମସିହାରେ ଯେଉଁ ଆସ୍ଥା ଓ ବିଶ୍ୱାସ ଥିଲା ତାହା ଏବେ ଆହୁରି ବଢି ଚାଲିଛି। ଆଉ ମୁଖ୍ୟମନ୍ତ୍ରୀ ମଧ୍ୟ ଓଡ଼ିଶାବାସୀଙ୍କ ପାଇଁ କାମ କରିଚାଲିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବିଜେଡି ପ୍ରତି ରାଜ୍ୟବାସୀଙ୍କର ଥିବା ଭଲପାଇବା ପାଇଁ ୨୦୨୪ରେ ବିଜେଡି ଐତିହାସିକ ବିଜୟ ହାସଲ କରିବ। ଏନେଇ ଦୃଢୋକ୍ତି ପ୍ରକାଶ କରିଛନ୍ତି ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ।

ଏନେଇ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ କହିଛନ୍ତି ‘ ବିଗତ କିଛି ବର୍ଷ ଧରି ଜାତୀୟସ୍ତରର ସବୁ ସର୍ଭେ ରିପୋର୍ଟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଦେଶର ୧ ନମ୍ବର ମୁଖ୍ୟମନ୍ତ୍ରୀ ହୋଇଥିବାର ଗୈାରବ ପ୍ରଦାନ କରିଛି । ସେହିଭଳି ୨୦୨୨ ପଂଚାୟତ ନିର୍ବାଚନରେ ୫୨ ପ୍ରତିଶତରୁ ଅଧିକ ଭୋଟ ହାର ସାଙ୍ଗକୁ ୩୦ ରୁ ୩୦ ଜିଲ୍ଲା ପରିଷଦରେ ଜିତାଇ, ବିଜୁ ଜନତା ଦଳ ଯେ ଓଡ଼ିଶାର ୧ ନମ୍ବର ରାଜନୈତିକ ଦଳ, ଓଡ଼ିଶାବାସୀ ତାହା ପ୍ରମାଣିତ କରିଛନ୍ତି । ଏହି ଦୁଇଟି ନିରାଟ ସତ୍ୟ, ସାଢ଼େ ୪ କୋଟି ଓଡ଼ିଶାବାସୀଙ୍କ ବିଜୁ ଜନତା ଦଳ ଓ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ପ୍ରତି ଭଲପାଇବାକୁ ପ୍ରତିପାଦିତ କରୁଛି । ୨୦୨୪ ସାଧାରଣ ନିର୍ବାଚନରେ ଦଳୀୟ ଟିକେଟ ପାଇଁ ୧୦ ହଜାରରୁ ଅଧିକ ଆବେଦନ ଦଳ ପାଖରେ ପ୍ରାପ୍ତ ହୋଇଛି। ଅତ୍ୟନ୍ତ ଖୁସିର କଥା ଯେ, ବହୁ ସଂଖ୍ୟକ ପେଶାଦାର ବ୍ୟକ୍ତି ଏବଂ ଜାତୀୟ ରାଜନୈତିକ ଦଳମାନଙ୍କର ନେତାମାନେ ମଧ୍ୟ ବିଜେଡି ଟିକେଟ ପାଇଁ ଆବେଦନ କରୁଛନ୍ତି ।’

ପ୍ରଣବ ଆହୁରି ମଧ୍ୟ କହିଛନ୍ତି ‘ଆମର ଦୃଢ଼ ବିଶ୍ୱାସ ଏହି ନିର୍ବାଚନରେ ସାଢ଼େ ୪ କୋଟି ଓଡ଼ିଶାବାସୀଙ୍କ ଆଶୀର୍ବାଦ ବଳରେ ବିଜୁ ଜନତା ଦଳ ଏକ ଐତିହାସିକ ବିଜୟ ଆଡକୁ ଗତି କରୁଛି । ଏହି ବିପୁଳ ସଂଖ୍ୟକ ଆବେଦନ ଦର୍ଶାଉଛି, ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ନେତୃତ୍ୱ ପ୍ରତି ଲୋକଙ୍କ ଆସ୍ଥା ଓ ବିଶ୍ୱାସ ବଢ଼ି ବଢ଼ି ଚାଲିଛି। ନବୀନ ବାବୁଙ୍କୁ ଲାଗାତାର ଷଷ୍ଠ ଥର ପାଇଁ ମୁଖ୍ୟମନ୍ତ୍ରୀ ଆସନରେ ବସାଇବା ପାଇଁ ଓଡ଼ିଶାବାସୀ ମନ ସ୍ଥିର କରିସାରିଛନ୍ତି ।’

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର