ମହାଶିବରାତ୍ରିରେ ମହାନଦୀରୁ ଶହେରୁ ଅଧିକ ନାଗମୂର୍ତ୍ତି, ଶିବଲିଙ୍ଗ ଓ ବୃଷଭ ମୂର୍ତ୍ତି ଉଦ୍ଧାର

The Sakala Picture
Published On

କଟକ: ଶହେରୁ ଅଧିକ ତମ୍ବା ଓ ପିତ୍ତଳ ନାଗମୂର୍ତ୍ତି, ଶିବଲିଙ୍ଗ ଏବଂ ବୃଷଭ ମୂର୍ତ୍ତି ଉଦ୍ଧାର। କଟକ ଜିଲ୍ଲା ବାଙ୍କୀ ନିକଟ ମହାନଦୀର ସୁବର୍ଣ୍ଣପୁର ଘାଟରୁ ଶହେରୁ ଅଧିକ ତମ୍ବା ଓ ପିତ୍ତଳ ନାଗମୂର୍ତ୍ତି, ଶିବଲିଙ୍ଗ ଏବଂ ଦୁଇଟି ବୃଷଭ ମୂର୍ତ୍ତି ଉଦ୍ଧାର କରାଯାଇଛି। ବାଙ୍କୀ ମହାନଦୀ ପଠାର ସୁବର୍ଣ୍ଣପୁର ଘାଟରେ କିଛି ପିଲା ଗାଧୋଉଥିବା ବେଳେ ପାଣିରେ ମୂର୍ତ୍ତି ପଡ଼ିଥିବା ଜାଣିବାକୁ ପାଇଥିଲେ। ପରେ ମତ୍ସ୍ୟଜୀବୀଙ୍କ ସହାୟତାରେ ଏହି ନାଗମୂର୍ତ୍ତି ଗୁଡିକ ଉଦ୍ଧାର କରାଯାଇଥିଲା। ଏସବୁ […]

କଟକ: ଶହେରୁ ଅଧିକ ତମ୍ବା ଓ ପିତ୍ତଳ ନାଗମୂର୍ତ୍ତି, ଶିବଲିଙ୍ଗ ଏବଂ ବୃଷଭ ମୂର୍ତ୍ତି ଉଦ୍ଧାର। କଟକ ଜିଲ୍ଲା ବାଙ୍କୀ ନିକଟ ମହାନଦୀର ସୁବର୍ଣ୍ଣପୁର ଘାଟରୁ ଶହେରୁ ଅଧିକ ତମ୍ବା ଓ ପିତ୍ତଳ ନାଗମୂର୍ତ୍ତି, ଶିବଲିଙ୍ଗ ଏବଂ ଦୁଇଟି ବୃଷଭ ମୂର୍ତ୍ତି ଉଦ୍ଧାର କରାଯାଇଛି। ବାଙ୍କୀ ମହାନଦୀ ପଠାର ସୁବର୍ଣ୍ଣପୁର ଘାଟରେ କିଛି ପିଲା ଗାଧୋଉଥିବା ବେଳେ ପାଣିରେ ମୂର୍ତ୍ତି ପଡ଼ିଥିବା ଜାଣିବାକୁ ପାଇଥିଲେ। ପରେ ମତ୍ସ୍ୟଜୀବୀଙ୍କ ସହାୟତାରେ ଏହି ନାଗମୂର୍ତ୍ତି ଗୁଡିକ ଉଦ୍ଧାର କରାଯାଇଥିଲା। ଏସବୁ ପ୍ରାଚୀନ ମୂର୍ତ୍ତି ହୋଇଥିବା ଅନୁମାନ କରାଯାଉଛି।

ଆହୁରି ପଢ଼ନ୍ତୁ: ରାଜ୍ୟରେ ପୁଣି ବନ୍ୟା ସ୍ଥିତି: ବିପଦ ସଙ୍କେତ ଉପରେ ସୁବର୍ଣ୍ଣରେଖା ଓ ବୈତରଣୀ, ଅନେକ ଗାଁ ଜଳମଗ୍ନ

ଉଦ୍ଧାର ପରେମୂର୍ତ୍ତିଗୁଡିକୁ ସ୍ଥାନୀୟ ପଞ୍ଚାୟତ ଅଫିସରେ ରଖାଯାଇଛି। ଏହାକୁ ଦେଖିବା ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗିଛି। ଆଜି ପବିତ୍ର ଜାଗର ଅବସରରେ ନାଗମୂର୍ତ୍ତି, ଶିବଲିଙ୍ଗ ଏବଂ ଦୁଇଟି ବୃଷଭ ମୂର୍ତ୍ତି ମିଳିଥିବାରୁ ଦେଖିବାକୁ ମହାନଦୀ ପଠାରେ ଲୋକମାନେ ଭିଡ଼ ଲଗାଇଛନ୍ତି । ଲୋକମାନେ କ୍ଷୀର ଢାଳି ପୂଜା ଆରମ୍ଭ କରିଦେଇଛନ୍ତି। ସେଠାରେ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଛି। ପୋଲିସ ପହଞ୍ଚିଥିବା ବେଳେ ଗାଁରେ ଥିବା ମଠରେ ମୂର୍ତ୍ତିସବୁ ରଖିବାକୁ ପ୍ରଶାସନ ନିକଟରେ ଗ୍ରାମବାସୀ ଦାବି କରିଛନ୍ତି । ଏସବୁ ମୂର୍ତ୍ତି କେଉଁଠାରୁ ଆସିଲା ତାହା ଜଣାପଡ଼ିନାହିଁ ।

ଆହୁରି ପଢ଼ନ୍ତୁ: ଓଡ଼ିଶାରୁ ଏଫ୍‌ସିଆଇ ଚାଉଳ ନ ଉଠାଇବା ପ୍ରସଙ୍ଗ: ସରକାରଙ୍କ ଅପାରଗତା ପାଇଁ ଯୋଗାଣ ବ୍ୟବସ୍ଥା ଫେଲ୍‌ ମାରିଛି କହିଲା ବିଜେଡି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର