ସାଂସଦ ଭର୍ତ୍ତୃହରି ମହତାବ ଅସୁସ୍ଥ: ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ
ନୂଆଦିଲ୍ଲୀ: କଟକ ଲୋକସଭା ବିଜେଡି ସାଂସଦ ଭର୍ତ୍ତୃହରି ମହତାବ ହୃଦଘାତ ଜନିତ ଅସୁସ୍ଥତା ଅନୁଭବ କରିବାକୁ ରବିବାର ନୂଆଦିଲ୍ଲୀସ୍ଥିତ ରାମ ମନୋହର ଲୋହିଆ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଶେଷ ଖବର ସୁଦ୍ଧା ଶ୍ରୀ ମହତାବଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରୀ ମହତାବଙ୍କ ପୁଅଙ୍କ ସହ ଫୋନ୍ରେ କଥା ହୋଇ ତାଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଟୁଇଟ୍ କରି ସୂଚନା ଦେଇଛନ୍ତି। ତାଙ୍କର ଆଶୁ ଆରୋଗ୍ୟ ଓ ଉତ୍ତମ […]
ନୂଆଦିଲ୍ଲୀ: କଟକ ଲୋକସଭା ବିଜେଡି ସାଂସଦ ଭର୍ତ୍ତୃହରି ମହତାବ ହୃଦଘାତ ଜନିତ ଅସୁସ୍ଥତା ଅନୁଭବ କରିବାକୁ ରବିବାର ନୂଆଦିଲ୍ଲୀସ୍ଥିତ ରାମ ମନୋହର ଲୋହିଆ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଶେଷ ଖବର ସୁଦ୍ଧା ଶ୍ରୀ ମହତାବଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରୀ ମହତାବଙ୍କ ପୁଅଙ୍କ ସହ ଫୋନ୍ରେ କଥା ହୋଇ ତାଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଟୁଇଟ୍ କରି ସୂଚନା ଦେଇଛନ୍ତି। ତାଙ୍କର ଆଶୁ ଆରୋଗ୍ୟ ଓ ଉତ୍ତମ ସ୍ୱାସ୍ଥ୍ୟ କାମନା କରିଛନ୍ତି।
କଟକ ସାଂସଦ ଶ୍ରୀ ଭତୃହରି ମହତାବ ଅସୁସ୍ଥତା କାରଣରୁ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଜାଣିବା ପରେ ପୁଅଙ୍କ ସହ ଫୋନରେ କଥା ହୋଇ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ବୁଝିଲି। ତାଙ୍କର ଆଶୁଆରୋଗ୍ୟ ଓ ଉତ୍ତମ ସ୍ୱାସ୍ଥ୍ୟ କାମନା କରୁଛି।
ଆହୁରି ପଢ଼ନ୍ତୁ: କ୍ଲାସ ରୁମରୁ କଣ୍ଟ୍ରୋଲ ରୁମ୍: ଲାଞ୍ଜିଗଡରେ ମହିଳାଙ୍କୁ ସଶକ୍ତ କରୁଛି ବେଦାନ୍ତ ଆଲୁମିନିୟମ, ଉଦାହରଣ ସାଜିଛନ୍ତି ପ୍ରିୟଙ୍କା— Naveen Patnaik (@Naveen_Odisha) December 20, 2021
ସେହିପରି କେନ୍ଦ୍ର ସ୍ଵାସ୍ଥ୍ୟ ମନ୍ତ୍ରୀ ମନସୁଖ ମାଣ୍ଡଭିୟ ମଧ୍ୟ ଭର୍ତ୍ତୃହରି ମହତାବଙ୍କ ସ୍ୱାସ୍ଥ୍ୟ ଅବସ୍ଥା ପଚାରି ବୁଝିଛନ୍ତି। ଭର୍ତ୍ତୃହରି ଏବେ ସଂସଦର ଶୀତକାଳୀନ ଅଧିବେଶନ ଚାଲୁଥିବାରୁ ଦିଲ୍ଲୀରେ ରହିଥିଲେ। ଏହାପରେ ତାଙ୍କ ଶରୀର ଅସୁସ୍ଥ ହେବାର ଖବର ଆସିଛି। ଚଳିତ ଅଧିବେଶନରେ ଭର୍ତ୍ତୃହରି ପ୍ରତ୍ୟେକ ଦିନ ସଂସଦରେ ଉପସ୍ଥିତ ରହୁଥିଲେ।
ସାଂସଦ ଭର୍ତ୍ତୃହରି ମହତାବ ଅସୁସ୍ଥ: ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ
ନୂଆଦିଲ୍ଲୀ: କଟକ ଲୋକସଭା ବିଜେଡି ସାଂସଦ ଭର୍ତ୍ତୃହରି ମହତାବ ହୃଦଘାତ ଜନିତ ଅସୁସ୍ଥତା ଅନୁଭବ କରିବାକୁ ରବିବାର ନୂଆଦିଲ୍ଲୀସ୍ଥିତ ରାମ ମନୋହର ଲୋହିଆ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଶେଷ ଖବର ସୁଦ୍ଧା ଶ୍ରୀ ମହତାବଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରୀ ମହତାବଙ୍କ ପୁଅଙ୍କ ସହ ଫୋନ୍ରେ କଥା ହୋଇ ତାଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଟୁଇଟ୍ କରି ସୂଚନା ଦେଇଛନ୍ତି। ତାଙ୍କର ଆଶୁ ଆରୋଗ୍ୟ ଓ ଉତ୍ତମ ସ୍ୱାସ୍ଥ୍ୟ କାମନା କରିଛନ୍ତି।
କଟକ ସାଂସଦ ଶ୍ରୀ ଭତୃହରି ମହତାବ ଅସୁସ୍ଥତା କାରଣରୁ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଜାଣିବା ପରେ ପୁଅଙ୍କ ସହ ଫୋନରେ କଥା ହୋଇ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ବୁଝିଲି। ତାଙ୍କର ଆଶୁଆରୋଗ୍ୟ ଓ ଉତ୍ତମ ସ୍ୱାସ୍ଥ୍ୟ କାମନା କରୁଛି।
— Naveen Patnaik (@Naveen_Odisha) December 20, 2021