ମାର୍ଚ୍ଚ ୨ ରୁ ମୁଖ୍ୟମନ୍ତ୍ରୀ ରିସର୍ଚ୍ଚ ଫେଲୋସିପ୍ ପରୀକ୍ଷା, ୩୦୦ ଛାତ୍ରଛାତ୍ରୀଙ୍କୁ ମିଳିବ ମାସିକ ୩୦ ହଜାର

The Sakala Picture
Published On

ଭୁବନେଶ୍ବର : ଚଳିତ ଶିକ୍ଷାବର୍ଷରେ ମୁଖ୍ୟମନ୍ତ୍ରୀ ରିସର୍ଚ୍ଚ ଫେଲୋସିପ୍ ପାଇଁ ମାର୍ଚ୍ଚ ୨ରୁ ପରୀକ୍ଷା ଆରମ୍ଭ ହେବ। ଦୁଇଟି ସିଟିଂରେ ଏହି ପରୀକ୍ଷା ହେବ। ପ୍ରଥମ ସିଟିଂ ସକାଳ ୧୦ଟାରୁ ଓ ଦ୍ଵିତୀୟ ସିଟିଂ ଅପରାହ୍ଣ ୨ଟାରୁ ଆରମ୍ଭ ହେବ। ପରୀକ୍ଷା ପାଇଁ ୨ ଘଣ୍ଟା ସମୟ ରହିଛି। ଭିନ୍ନକ୍ଷମମାନଙ୍କୁ ଅଧିକ ୪୦ ମିନିଟ୍ ଦିଆଯିବ। ମାର୍ଚ୍ଚ ୨ ଓ ୪ ତାରିଖରେ ଦୁଇଟି ଲେଖାଏଁ ସିଟିଂରେ ପରୀକ୍ଷା ହେବାକୁ ଥିବା ବେଳେ ୬ ତାରିଖ ଦିନ […]

ଭୁବନେଶ୍ବର : ଚଳିତ ଶିକ୍ଷାବର୍ଷରେ ମୁଖ୍ୟମନ୍ତ୍ରୀ ରିସର୍ଚ୍ଚ ଫେଲୋସିପ୍ ପାଇଁ ମାର୍ଚ୍ଚ ୨ରୁ ପରୀକ୍ଷା ଆରମ୍ଭ ହେବ। ଦୁଇଟି ସିଟିଂରେ ଏହି ପରୀକ୍ଷା ହେବ। ପ୍ରଥମ ସିଟିଂ ସକାଳ ୧୦ଟାରୁ ଓ ଦ୍ଵିତୀୟ ସିଟିଂ ଅପରାହ୍ଣ ୨ଟାରୁ ଆରମ୍ଭ ହେବ। ପରୀକ୍ଷା ପାଇଁ ୨ ଘଣ୍ଟା ସମୟ ରହିଛି। ଭିନ୍ନକ୍ଷମମାନଙ୍କୁ ଅଧିକ ୪୦ ମିନିଟ୍ ଦିଆଯିବ। ମାର୍ଚ୍ଚ ୨ ଓ ୪ ତାରିଖରେ ଦୁଇଟି ଲେଖାଏଁ ସିଟିଂରେ ପରୀକ୍ଷା ହେବାକୁ ଥିବା ବେଳେ ୬ ତାରିଖ ଦିନ ଗୋଟିଏ ସିଟିଂରେ ପରୀକ୍ଷା ହେବ। ଏଥିପାଇଁ ଭୁବନେଶ୍ବର ଜୋନ୍‌ରୁ ସମୁଦାୟ ୨୬୮୯ଜଣ ପରୀକ୍ଷାର୍ଥୀ ଥିବା ବେଳେ ବାଲେଶ୍ବର ଜୋନ୍‌ର ୬୫୨ ଓ ସମ୍ବଲପୁର ଜୋନ୍‌ରେ ୬୯୮ଜଣ ପରୀକ୍ଷାର୍ଥୀ ଅଛନ୍ତି। ଏହାସହ ବ୍ରହ୍ମପୁର ଓ ଜୟପୁର ଜୋନ୍‌ରେ ପରୀକ୍ଷାର୍ଥୀ ମଧ୍ୟ ରହିଛନ୍ତି।

ଆହୁରି ପଢ଼ନ୍ତୁ: ବାଲିଅନ୍ତା ସୌମ୍ୟ ହତ୍ୟା ମାମଲା: ଓମ୍ ସତ କହିଥିବା ଲାଇ ଡିଟେକ୍ସନ ଟେଷ୍ଟ ରିପୋର୍ଟରୁ ସ୍ପଷ୍ଟ, ୫/୬ ଅଭିଯୁକ୍ତ ଏବେ ବି ଫେରାର

ଭୁବନେଶ୍ବର ଜୋନ୍ ପାଇଁ ବକ୍ସି ଜଗବନ୍ଧୁ (ବିଜେବି) ସ୍ଵୟଂଶାସିତ ମହାବିଦ୍ୟାଳୟକୁ ପରୀକ୍ଷା କେନ୍ଦ୍ର ଭାବେ ଚୟନ କରାଯାଇଥିବା ବେଳେ ବାଲେଶ୍ବର ପାଇଁ କୁନ୍ତଳା କୁମାରୀ ସାବତ ମହିଳା ମହାବିଦ୍ୟାଳୟ ଓ ସମ୍ବଲପୁର ପାଇଁ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ମହାବିଦ୍ୟାଳୟକୁ ପରୀକ୍ଷା କେନ୍ଦ୍ର ଭାବେ ଚୟନ କରାଯାଇଛି। ପରୀକ୍ଷା କେନ୍ଦ୍ର ସମ୍ପର୍କରେ ସୁନିଶ୍ଚିତ କରିବାକୁ ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ସହମତି ପତ୍ର ଦେବାକୁ କୁହାଯାଇଛି।

ଆହୁରି ପଢ଼ନ୍ତୁ: ବିଜେପି ସରକାରଙ୍କ ଅପାରଗତା ଯୋଗୁଁ ସଂକଟରେ ସ୍କୁଲ ଶିକ୍ଷା : ବିଜେଡି

ସୂଚନାଯୋଗ୍ୟ, ଚଳିତ ଶିକ୍ଷାବର୍ଷରୁ ପ୍ରଥମଥର ପାଇଁ ମୁଖ୍ୟମନ୍ତ୍ରୀ ରିସର୍ଚ୍ଚ ଫେଲୋସିପ୍‌ ପ୍ରଦାନ କରାଯାଉଛି। ସ୍ନାତକୋତ୍ତର ଛାତ୍ରଛାତ୍ରୀଙ୍କୁ ଗବେଷଣା ପାଇଁ ପ୍ରୋତ୍ସାହିତ କରିବା ପାଇଁ ଏହି ଫେଲୋସିପ ଦିଆଯାଉଛି। ଏଥିରେ ଛାତ୍ରଛାତ୍ରୀଙ୍କୁ ମାସକୁ ୩୦ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯିବ। ରାଜ୍ୟର ୩୦୦ ସ୍ନାତ୍ତକୋତର ଛାତ୍ରଛାତ୍ରୀଙ୍କୁ ୫ ବର୍ଷ ପର୍ଯ୍ୟନ୍ତ ଏହି ଛାତ୍ରବୃତ୍ତି ଦିଆଯିବ। ଏହାସହ ବିଜ୍ଞାନରେ ସ୍ନାତକୋତ୍ତର କରୁଥିବା ଛାତ୍ରଛାତ୍ରୀଙ୍କୁ ୫୦ ହଜାର ଓ ସାମାଜିକ ବିଜ୍ଞାନରେ ସ୍ନାତକୋତ୍ତର ପାଇଁ ବାର୍ଷିକ ୩୦ହଜାର ଟଙ୍କା ସହାୟତା ପ୍ରଦାନ କରିବାର ପ୍ରାବଧାନ ରହିଛି।

ଆହୁରି ପଢ଼ନ୍ତୁ: ଆଜି ବାହୁଡ଼ିବେ ମହାବାହୁ: ମଧ୍ୟାହ୍ନ ୧୨ଟାରୁ ୨ଟା ୩୦ ମଧ୍ୟରେ ବାହୁଡ଼ା ପହଣ୍ଡି, ଅପରାହ୍ଣ ୪ଟାରେ ରଥଟଣା

20 Feb 2024 By The Sakala

ମାର୍ଚ୍ଚ ୨ ରୁ ମୁଖ୍ୟମନ୍ତ୍ରୀ ରିସର୍ଚ୍ଚ ଫେଲୋସିପ୍ ପରୀକ୍ଷା, ୩୦୦ ଛାତ୍ରଛାତ୍ରୀଙ୍କୁ ମିଳିବ ମାସିକ ୩୦ ହଜାର

ଭୁବନେଶ୍ବର : ଚଳିତ ଶିକ୍ଷାବର୍ଷରେ ମୁଖ୍ୟମନ୍ତ୍ରୀ ରିସର୍ଚ୍ଚ ଫେଲୋସିପ୍ ପାଇଁ ମାର୍ଚ୍ଚ ୨ରୁ ପରୀକ୍ଷା ଆରମ୍ଭ ହେବ। ଦୁଇଟି ସିଟିଂରେ ଏହି ପରୀକ୍ଷା ହେବ। ପ୍ରଥମ ସିଟିଂ ସକାଳ ୧୦ଟାରୁ ଓ ଦ୍ଵିତୀୟ ସିଟିଂ ଅପରାହ୍ଣ ୨ଟାରୁ ଆରମ୍ଭ ହେବ। ପରୀକ୍ଷା ପାଇଁ ୨ ଘଣ୍ଟା ସମୟ ରହିଛି। ଭିନ୍ନକ୍ଷମମାନଙ୍କୁ ଅଧିକ ୪୦ ମିନିଟ୍ ଦିଆଯିବ। ମାର୍ଚ୍ଚ ୨ ଓ ୪ ତାରିଖରେ ଦୁଇଟି ଲେଖାଏଁ ସିଟିଂରେ ପରୀକ୍ଷା ହେବାକୁ ଥିବା ବେଳେ ୬ ତାରିଖ ଦିନ ଗୋଟିଏ ସିଟିଂରେ ପରୀକ୍ଷା ହେବ। ଏଥିପାଇଁ ଭୁବନେଶ୍ବର ଜୋନ୍‌ରୁ ସମୁଦାୟ ୨୬୮୯ଜଣ ପରୀକ୍ଷାର୍ଥୀ ଥିବା ବେଳେ ବାଲେଶ୍ବର ଜୋନ୍‌ର ୬୫୨ ଓ ସମ୍ବଲପୁର ଜୋନ୍‌ରେ ୬୯୮ଜଣ ପରୀକ୍ଷାର୍ଥୀ ଅଛନ୍ତି। ଏହାସହ ବ୍ରହ୍ମପୁର ଓ ଜୟପୁର ଜୋନ୍‌ରେ ପରୀକ୍ଷାର୍ଥୀ ମଧ୍ୟ ରହିଛନ୍ତି।

ଭୁବନେଶ୍ବର ଜୋନ୍ ପାଇଁ ବକ୍ସି ଜଗବନ୍ଧୁ (ବିଜେବି) ସ୍ଵୟଂଶାସିତ ମହାବିଦ୍ୟାଳୟକୁ ପରୀକ୍ଷା କେନ୍ଦ୍ର ଭାବେ ଚୟନ କରାଯାଇଥିବା ବେଳେ ବାଲେଶ୍ବର ପାଇଁ କୁନ୍ତଳା କୁମାରୀ ସାବତ ମହିଳା ମହାବିଦ୍ୟାଳୟ ଓ ସମ୍ବଲପୁର ପାଇଁ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ମହାବିଦ୍ୟାଳୟକୁ ପରୀକ୍ଷା କେନ୍ଦ୍ର ଭାବେ ଚୟନ କରାଯାଇଛି। ପରୀକ୍ଷା କେନ୍ଦ୍ର ସମ୍ପର୍କରେ ସୁନିଶ୍ଚିତ କରିବାକୁ ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ସହମତି ପତ୍ର ଦେବାକୁ କୁହାଯାଇଛି।

ସୂଚନାଯୋଗ୍ୟ, ଚଳିତ ଶିକ୍ଷାବର୍ଷରୁ ପ୍ରଥମଥର ପାଇଁ ମୁଖ୍ୟମନ୍ତ୍ରୀ ରିସର୍ଚ୍ଚ ଫେଲୋସିପ୍‌ ପ୍ରଦାନ କରାଯାଉଛି। ସ୍ନାତକୋତ୍ତର ଛାତ୍ରଛାତ୍ରୀଙ୍କୁ ଗବେଷଣା ପାଇଁ ପ୍ରୋତ୍ସାହିତ କରିବା ପାଇଁ ଏହି ଫେଲୋସିପ ଦିଆଯାଉଛି। ଏଥିରେ ଛାତ୍ରଛାତ୍ରୀଙ୍କୁ ମାସକୁ ୩୦ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯିବ। ରାଜ୍ୟର ୩୦୦ ସ୍ନାତ୍ତକୋତର ଛାତ୍ରଛାତ୍ରୀଙ୍କୁ ୫ ବର୍ଷ ପର୍ଯ୍ୟନ୍ତ ଏହି ଛାତ୍ରବୃତ୍ତି ଦିଆଯିବ। ଏହାସହ ବିଜ୍ଞାନରେ ସ୍ନାତକୋତ୍ତର କରୁଥିବା ଛାତ୍ରଛାତ୍ରୀଙ୍କୁ ୫୦ ହଜାର ଓ ସାମାଜିକ ବିଜ୍ଞାନରେ ସ୍ନାତକୋତ୍ତର ପାଇଁ ବାର୍ଷିକ ୩୦ହଜାର ଟଙ୍କା ସହାୟତା ପ୍ରଦାନ କରିବାର ପ୍ରାବଧାନ ରହିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର