ପୌର ନିର୍ବାଚନ ଭୋଟ ଗଣତି : ଶଙ୍ଖମୟ ସହର, ବହୁ ପଛରେ ପଦ୍ମ ଓ ହାତ

The Sakala Picture
Published On

ଭୁବନେଶ୍ବର : ରାଜ୍ୟରେ ଜାରି ରହିଛି ପୌର ନିର୍ବାଚନର ମତ ଗଣନା। ଏହାର ପ୍ରାରମ୍ଭିକ ଟ୍ରେଣ୍ଡରୁ ଜଣାପଡ଼ୁଛି ଯେ ଗତ ପଞ୍ଚାୟତ ନିର୍ବାଚନ ଭଳି ପୌର ନିର୍ବାଚନରେ ବି ବିଜେଡି ଆଗରେ ରହିଛି। ସକାଳ ୧୧ଟା ସୁଦ୍ଧା ମିଳିଥିବା ଟ୍ରେଣ୍ଡ ମୁତାବକ  କାଉନସିଲର ଓ କର୍ପୋରେଟର ଆସନରେ ମଧ୍ୟ ବିଜେଡି ଯଥେଷ୍ଟ ଆଗରେ ରହିଥିବାବେଳେ ବିରୋଧୀ ପଛରେ ପଡ଼ିଛନ୍ତି । ବର୍ତ୍ତମାନ ସୂଚନା ଅନୁଯାୟୀ, କର୍ପୋରେଟରରେ ବିଜେଡି ୧୦୦୯, ବିଜେପି ୨୩୯, କଂଗ୍ରେସ ୧୦୭, ସ୍ୱାଧୀନ ୮୩ଏବଂ […]

ଭୁବନେଶ୍ବର : ରାଜ୍ୟରେ ଜାରି ରହିଛି ପୌର ନିର୍ବାଚନର ମତ ଗଣନା। ଏହାର ପ୍ରାରମ୍ଭିକ ଟ୍ରେଣ୍ଡରୁ ଜଣାପଡ଼ୁଛି ଯେ ଗତ ପଞ୍ଚାୟତ ନିର୍ବାଚନ ଭଳି ପୌର ନିର୍ବାଚନରେ ବି ବିଜେଡି ଆଗରେ ରହିଛି। ସକାଳ ୧୧ଟା ସୁଦ୍ଧା ମିଳିଥିବା ଟ୍ରେଣ୍ଡ ମୁତାବକ  କାଉନସିଲର ଓ କର୍ପୋରେଟର ଆସନରେ ମଧ୍ୟ ବିଜେଡି ଯଥେଷ୍ଟ ଆଗରେ ରହିଥିବାବେଳେ ବିରୋଧୀ ପଛରେ ପଡ଼ିଛନ୍ତି । ବର୍ତ୍ତମାନ ସୂଚନା ଅନୁଯାୟୀ, କର୍ପୋରେଟରରେ ବିଜେଡି ୧୦୦୯, ବିଜେପି ୨୩୯, କଂଗ୍ରେସ ୧୦୭, ସ୍ୱାଧୀନ ୮୩ଏବଂ ଅନ୍ୟାନ୍ୟ ଗୋଟିଏ ପଦରେ ଆଗୁଆ । ମେୟରରେ ବିଜେଡି ୭୩, ବିଜେପି ୧୭, କଂଗ୍ରେସ ୮, ସ୍ୱାଧୀନ ୮ ରେ ଆଗୁଆ ।

ଆହୁରି ପଢ଼ନ୍ତୁ: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଖସିଗଲା ହୁଲକ୍ ଗିବନ୍, ପର୍ଯ୍ୟଟକ ପାଟି ଶୁଣି ପୁଣି ନିଜେ ଫେରିଲା ଖୁଆଡ଼କୁ

ସକାଳ ୮ଟାରୁ ପୌର ନିର୍ବାଚନର ଭୋଟ୍ ଗଣତି ଆରମ୍ଭ ହୋଇଛି। ପୌର ନିର୍ବାଚନରେ କାଉନସିଲର/କର୍ପୋରେଟର, ପୌରାଧ୍ୟକ୍ଷ/ମେୟର ପଦବି ପାଇଁ ୨୪ ତାରିଖରେ ନିର୍ବାଚନ ଶେଷ ହୋଇଥିବା ବେଳେ ଆଜି ସକାଳ୮ଟାରୁ ଭୋଟ୍ ଗଣତି ଜାରି ରହିଥିବା ଜଣାଯାଇଛି। ଇଭିଏମରେ ମତଦାନ ହୋଇଥିବାରୁ ଅପରାହ୍ନ ସୁଦ୍ଧା କେଉଁ ପ୍ରାର୍ଥୀ ବିଜୟ ମୁକୁଟ ପିନ୍ଧିବେ ତାହା ଜଣାପଡ଼ିଯିବ।

ଆହୁରି ପଢ଼ନ୍ତୁ: ପାଠ୍ୟପୁସ୍ତକରେ ବ୍ୟାପକ ତ୍ରୁଟି ପ୍ରସଙ୍ଗରେ ସରକାରଙ୍କ ଉପରେ ବର୍ଷିଲା ବିଜେଡି, '୩ ମାସ ପରେ ମଧ୍ୟ ତ୍ରୁଟିଶୂନ୍ୟ ପୁସ୍ତକ ପ୍ରଦାନରେ ରାଜ୍ୟ ସରକାର ବିଫଳ'

ସକାଳ ୮ଟାରୁ ଆରମ୍ଭ ହୋଇଥିବା ଭୋଟ୍ ଗଣତି ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରିଛନ୍ତି ରାଜ୍ୟ ନିର୍ବାଚନ କମିଶନ । ପ୍ରତି ଏନଏସିରେ କାଉନସିଲର ଓ ଅଧ୍ୟକ୍ଷ ପଦ ପାଇଁ ୨ଟି ଲେଖାଏଁ ଟେବୁଲ ରହିଛି । ମ୍ୟୁନିସିପାଲିଟିରେ କର୍ପୋରେଟର ଓ ଅଧ୍ୟକ୍ଷ ପଦ ପାଇଁ ୫ଟି ଲେଖାଏଁ ଟେବୁଲରେ ଗଣତି ହେଉଛି । ମହାନଗର ନିଗମରେ କର୍ପୋରେଟର ଓ ମେୟର ପ୍ରାର୍ଥୀଙ୍କ ଭୋଟ ଗଣତି ପାଇଁ ୧୨ଟି ଲେଖାଏଁ ଟେବୁଲରେ ଭୋଟ୍ ଗଣତି ଚାଲିଛି ।

ଆହୁରି ପଢ଼ନ୍ତୁ: ଆବାସିକ ଦ୍ୟାଳୟରେ ରାଗିଂ: ଷଷ୍ଠ ଶ୍ରେଣୀ ଛାତ୍ରଙ୍କୁ ନିର୍ଧୁମ ମାଡ଼ ମାରିବା ସହ କାମ କରାଇଲେ ଦଶମ ଶ୍ରେଣୀ ଛାତ୍ର !

ପ୍ରତି ଟେବୁଲରେ ଜଣେ କାଉଁଟିଂ ଅଫିସର, ଜଣେ କାଉଁଟିଂ ଆସିଷ୍ଟାଂଟ ଓ ସହାୟତା କରିବାକୁ ଜଣେ ଗ୍ରୁପ-ଡି କର୍ମଚାରୀ ନିୟୋଜିତ ଅଛନ୍ତି । କାଉନସିଲର ଓ କର୍ପୋରେଟର ଭୋଟ ଗଣତି ପାଇଁ ପ୍ରତି ୱାର୍ଡରେ ଜଣେ ଲେଖାଏଁ ଏଜେଂଟ ମଧ୍ୟ ରହିଛନ୍ତି । ଫଳାଫଳ ଆସିବା ପରେ ସ୍ପଷ୍ଟ ହୋଇଯିବ କାହାକୁ ଭୋଟ ଦେଇଛନ୍ତି ସହରୀ ଭୋଟର । ଫଳାଫଳ ଆସିବା ପୂର୍ବରୁ ହାତ ଟେକି ଦେଇଛନ୍ତି ବିରୋଧୀ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର