ପୌର ନିର୍ବାଚନ: ୧୨ଟା ସୁଦ୍ଧା ରାଜ୍ଯରେ ୩୨ ପ୍ରତିଶତ ଓ ୩ ମହାନଗର ନିଗମରେ ୨୧ ପ୍ରତିଶତ ମତଦାନ

The Sakala Picture
Published On

ଭୁବନେଶ୍ୱର: ଚାଲିଛି ପୌର ଭୋଟ । ସକାଳ ୮ଟାରୁ ଆରମ୍ଭ ହୋଇଛି ମତଦାନ ।  ଶାନ୍ତି ଶୃଙ୍ଖଳାର ସହ ଚାଲିଛି ମତଦାନ । ତେବେ ସକାଳ ୧୨ଟା ସୁଦ୍ଧା ୩୨ ପ୍ରତିଶତ ମତଦାନ ହୋଇଛି । ରାଜ୍ୟ ନିର୍ବାଚନ କମିଶନଙ୍କ କାର୍ୟ୍ୟାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି । ତେବେ ରାଜ୍ୟର ୩ ମହାନଗର ନିଗମରେ କିନ୍ତୁ ୨୧ ପ୍ରତିଶତ ମତଦାନ ହୋଇଛି । ସେପଟେ ଇଭିଏମ ତ୍ରୁଟି ପାଇଁ କେଉଁଠି ବି ନିର୍ବାଚନ ବନ୍ଦ ହୋଇନାହିଁ […]

ଭୁବନେଶ୍ୱର: ଚାଲିଛି ପୌର ଭୋଟ । ସକାଳ ୮ଟାରୁ ଆରମ୍ଭ ହୋଇଛି ମତଦାନ ।  ଶାନ୍ତି ଶୃଙ୍ଖଳାର ସହ ଚାଲିଛି ମତଦାନ । ତେବେ ସକାଳ ୧୨ଟା ସୁଦ୍ଧା ୩୨ ପ୍ରତିଶତ ମତଦାନ ହୋଇଛି । ରାଜ୍ୟ ନିର୍ବାଚନ କମିଶନଙ୍କ କାର୍ୟ୍ୟାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି । ତେବେ ରାଜ୍ୟର ୩ ମହାନଗର ନିଗମରେ କିନ୍ତୁ ୨୧ ପ୍ରତିଶତ ମତଦାନ ହୋଇଛି । ସେପଟେ ଇଭିଏମ ତ୍ରୁଟି ପାଇଁ କେଉଁଠି ବି ନିର୍ବାଚନ ବନ୍ଦ ହୋଇନାହିଁ ବୋଲି ସୂଚନା ଦେଇଛନ୍ତି ମୁଖ୍ୟ ନିର୍ବାଚନ କମିଶନ ।

ଆହୁରି ପଢ଼ନ୍ତୁ: ମୟୂରଭଞ୍ଜ ଜିଲ୍ଲା ପ୍ରଶାସନର ବଡ଼ କାର୍ଯ୍ୟାନୁଷ୍ଠାନ: ୭୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ମାଇନିଂ ବକେୟା ଆଦାୟ ପାଇଁ ସମ୍ପତ୍ତି ବ୍ୟାଜ୍ୟାପ୍ତି ପ୍ରକ୍ରିୟା ଆରମ୍ଭ

ଏନଏସି, ପୌର ଏବଂ ମହାନଗର ନିଗମର ୧୭ ଶହ ୩୭ ୱାର୍ଡରେ ନିର୍ବାଚନ ଆରମ୍ଭ ହୋଇଛି । ରାଜ୍ୟର ୫୯ଟି ଏନଏସି, ୪୭ଟି ପୌର ପରିଷଦ ଏବଂ ୩ଟି ମହାନଗର ନିଗମରେ ମତ ସାବ୍ୟସ୍ତ କରୁଛନ୍ତି ଜନତା । ୪ ହଜାର ୩୭୩ ବୁଥରେ ମତଦାନ ସାବ୍ୟସ୍ତ କରୁଛନ୍ତି ମୋଟ ୪୦ ଲକ୍ଷରୁ ଅଧିକ ଭୋଟର । ଆଜି ସକାଳ ୮ଟାରୁ ମତଦାନ ଆରମ୍ଭ ହୋଇ ଅପରାହ୍ନ ୫ଟା ପର୍ୟ୍ୟନ୍ତ ଚାଲିବ ଭୋଟ ଗ୍ରହଣ ।

ଆହୁରି ପଢ଼ନ୍ତୁ: ନିଶା ଔଷଧ ସ୍ପ୍ରେ କରି ଘରୁ ୨୫ ଲକ୍ଷର ସୁନା ଗହଣା ସହ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ଅନ୍ୟପଟେ ପୌର ନିର୍ବାଚନକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ହିଂସା ଆଶଙ୍କାରେ ଚଳିତ ଥର ନିର୍ବାଚନରେ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରିଛି । ଚଳିତ ଥର ନିର୍ବାଚନରେ ୧୯୫ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି । ଭୁବନେଶ୍ୱରରେ ୩୦, କଟକରେ ୨୦ ଏବଂ ବ୍ରହ୍ମପୁର ମହାନଗର ନିଗମ ପାଇଁ ୧୦ ପ୍ଲାଟୁନ ଫୋର୍ସ ରହିଛନ୍ତି । ଏହା ସହ ୩୦୦ ମୋବାଇଲ ପାର୍ଟି ମଧ୍ୟ ନିୟୋଜିତ ହୋଇଛନ୍ତି । ନିର୍ବାଚନ ହେଉଥିବା ପ୍ରତ୍ୟେକ ପୌର ପରିଷଦର ପୋଲିସ ଷ୍ଟେସନରେ ଗୋଟିଏ ଲେଖାଏଁ ଷ୍ଟ୍ରାଇକିଂ ଫୋର୍ସ ରହିବେ । ଜିଲ୍ଲାରେ ଜରୁରୀ ପରିସ୍ଥିତି ପାଇଁ ଗୋଟିଏ କିମ୍ବା ଦୁଇ ପ୍ଲାଟୁନ ଫୋର୍ସ ନିୟୋଜିତ କରାଯାଇଛି ।

ଆହୁରି ପଢ଼ନ୍ତୁ: ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ମୟୂରଭଞ୍ଜ ଗସ୍ତ ସମୟରେ ସମସ୍ତ କାର୍ଯ୍ୟକ୍ରମ ସ୍ଥଳକୁ 'ନୋ ଡ୍ରୋନ୍ ଜୋନ୍' ଘୋଷଣା

24 Mar 2022 By The Sakala

ପୌର ନିର୍ବାଚନ: ୧୨ଟା ସୁଦ୍ଧା ରାଜ୍ଯରେ ୩୨ ପ୍ରତିଶତ ଓ ୩ ମହାନଗର ନିଗମରେ ୨୧ ପ୍ରତିଶତ ମତଦାନ

ଭୁବନେଶ୍ୱର: ଚାଲିଛି ପୌର ଭୋଟ । ସକାଳ ୮ଟାରୁ ଆରମ୍ଭ ହୋଇଛି ମତଦାନ ।  ଶାନ୍ତି ଶୃଙ୍ଖଳାର ସହ ଚାଲିଛି ମତଦାନ । ତେବେ ସକାଳ ୧୨ଟା ସୁଦ୍ଧା ୩୨ ପ୍ରତିଶତ ମତଦାନ ହୋଇଛି । ରାଜ୍ୟ ନିର୍ବାଚନ କମିଶନଙ୍କ କାର୍ୟ୍ୟାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି । ତେବେ ରାଜ୍ୟର ୩ ମହାନଗର ନିଗମରେ କିନ୍ତୁ ୨୧ ପ୍ରତିଶତ ମତଦାନ ହୋଇଛି । ସେପଟେ ଇଭିଏମ ତ୍ରୁଟି ପାଇଁ କେଉଁଠି ବି ନିର୍ବାଚନ ବନ୍ଦ ହୋଇନାହିଁ ବୋଲି ସୂଚନା ଦେଇଛନ୍ତି ମୁଖ୍ୟ ନିର୍ବାଚନ କମିଶନ ।

ଏନଏସି, ପୌର ଏବଂ ମହାନଗର ନିଗମର ୧୭ ଶହ ୩୭ ୱାର୍ଡରେ ନିର୍ବାଚନ ଆରମ୍ଭ ହୋଇଛି । ରାଜ୍ୟର ୫୯ଟି ଏନଏସି, ୪୭ଟି ପୌର ପରିଷଦ ଏବଂ ୩ଟି ମହାନଗର ନିଗମରେ ମତ ସାବ୍ୟସ୍ତ କରୁଛନ୍ତି ଜନତା । ୪ ହଜାର ୩୭୩ ବୁଥରେ ମତଦାନ ସାବ୍ୟସ୍ତ କରୁଛନ୍ତି ମୋଟ ୪୦ ଲକ୍ଷରୁ ଅଧିକ ଭୋଟର । ଆଜି ସକାଳ ୮ଟାରୁ ମତଦାନ ଆରମ୍ଭ ହୋଇ ଅପରାହ୍ନ ୫ଟା ପର୍ୟ୍ୟନ୍ତ ଚାଲିବ ଭୋଟ ଗ୍ରହଣ ।

ଅନ୍ୟପଟେ ପୌର ନିର୍ବାଚନକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ହିଂସା ଆଶଙ୍କାରେ ଚଳିତ ଥର ନିର୍ବାଚନରେ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରିଛି । ଚଳିତ ଥର ନିର୍ବାଚନରେ ୧୯୫ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି । ଭୁବନେଶ୍ୱରରେ ୩୦, କଟକରେ ୨୦ ଏବଂ ବ୍ରହ୍ମପୁର ମହାନଗର ନିଗମ ପାଇଁ ୧୦ ପ୍ଲାଟୁନ ଫୋର୍ସ ରହିଛନ୍ତି । ଏହା ସହ ୩୦୦ ମୋବାଇଲ ପାର୍ଟି ମଧ୍ୟ ନିୟୋଜିତ ହୋଇଛନ୍ତି । ନିର୍ବାଚନ ହେଉଥିବା ପ୍ରତ୍ୟେକ ପୌର ପରିଷଦର ପୋଲିସ ଷ୍ଟେସନରେ ଗୋଟିଏ ଲେଖାଏଁ ଷ୍ଟ୍ରାଇକିଂ ଫୋର୍ସ ରହିବେ । ଜିଲ୍ଲାରେ ଜରୁରୀ ପରିସ୍ଥିତି ପାଇଁ ଗୋଟିଏ କିମ୍ବା ଦୁଇ ପ୍ଲାଟୁନ ଫୋର୍ସ ନିୟୋଜିତ କରାଯାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର