ସୁସ୍ଥ ହେଉଛନ୍ତି ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାର, ଖୁବଶୀଘ୍ର ମେଡିକାଲରୁ ହୋଇପାରନ୍ତି ଡିସଚାର୍ଜ

Madhusudan Das Picture
Published On

ଭୁବନେଶ୍ୱର: ଅଭିଜିତ ମଜୁମଦାରଙ୍କୁ ନେଇ ଆସିଲା ବଡ଼ ଖବର । ସୁସ୍ଥ ହେଉଛନ୍ତି ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ୍ ମଜୁମଦାର। ଖୁବଶୀଘ୍ର ଏମ୍ସରୁ ଡିସଚାର୍ଜ ହୋଇପାରନ୍ତି ଅଭିଜିତ୍ । ଏ ନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ଏମ୍ସର ନିର୍ଦ୍ଦେଶକ ଡାକ୍ତର ଆଶୁତୋଷ ବିଶ୍ୱାସ । ଅସୁସ୍ଥତା କାରଣରୁ ଗତ ସେପ୍ଟେମ୍ବର ମାସରୁ ଡାକ୍ତରଖାନାରେ ଭର୍ତ୍ତି ହୋଇ ଚିକିତ୍ସିତ ହେଉଛନ୍ତି ଅଭିଜିତ୍ । ସେ ଏବେ ବିପଦମୁକ୍ତ ଅଛନ୍ତି ବୋଲି ସୂଚନା ଦେଇଛନ୍ତି ଏମ୍ସ ନିର୍ଦ୍ଦେଶକ । 

ଆହୁରି ପଢ଼ନ୍ତୁ: ଗୁରୁ ଦିବସରେ ଗାନ୍ଧିମାର୍ଗରେ ସ୍କୁଲ ଓ କଲେଜ ଶିକ୍ଷକଙ୍କ ବିକ୍ଷୋଭ, ଗ୍ରାଣ୍ଟ-ଇନ୍-ଏଡ୍ ସମେତ ବିଭିନ୍ନ ଦାବି

ସେପ୍ଟେମ୍ବର ୪ରେ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି ହୋଇଥିଲେ । ପ୍ରଥମେ ନ୍ୟୁରୋ ସମସ୍ୟା ନେଇ ସେ ଭର୍ତ୍ତି ହୋଇଥିଲେ । କିନ୍ତୁ ପରବର୍ତ୍ତୀ ସମୟରେ ତାଙ୍କ ଦେହ ଅଧିକ ଅସୁସ୍ଥ ହୋଇପଡିଥିଲେ। ଦେହ ଖରାପ ଲାଗି ତାଙ୍କ ଦେହରେ ଅନେକ ଅଙ୍ଗ କାମ କରୁନଥିଲା । ସେ ଆଇସିୟୁରେ ଥିଲେ। ଧୀରେ ଧୀରେ ତାଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଆସୁଛି । ବର୍ତ୍ତମାନ ତାଙ୍କ ସବୁ ଅର୍ଗାନ ଠିକ୍ ଭାବେ କାମ କରୁଛି । ତେଣୁ ତାଙ୍କୁ ଖୁବଶୀଘ୍ର ମେଡିକାଲକୁ ଡିସଚାର୍ଜ କରାଯିବ ।

ଆହୁରି ପଢ଼ନ୍ତୁ: ବାଲେଶ୍ୱରରେ ୫ ଓରାଙ୍ଗଓଟାନ ଛୁଆ ଉଦ୍ଧାର ଘଟଣା: ହଜାର ହଜାର କିଲୋମିଟର ଦୂରରୁ କିପରି ଆସିଲେ ଏହି ବିରଳ ବନ୍ୟଜନ୍ତୁ?

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର