ମନ୍ତ୍ରୀ ନବ ଦାସଙ୍କ ହତ୍ୟା ମାମଲା, ଗୋପାଳ ଘରେ କ୍ରାଇମବ୍ରାଞ୍ଚ ଟିମ୍

The Sakala Picture
Published On

ଭୁବନେଶ୍ବର: ମନ୍ତ୍ରୀ ନବ ଦାସଙ୍କୁ ହତ୍ୟା ଘଟଣାରେ କ୍ରାଇମବ୍ରାଞ୍ଚ ତଦନ୍ତ ଜାରି ରହିଛି। ଅଧିକ ତଥ୍ଯ ପାଇଁ କ୍ରାଇମବ୍ରାଞ୍ଚର ଏକ ୪ ଜଣିଆ ଟିମ୍‌ ବ୍ରହ୍ମପୁରର ବୈଦ୍ୟନାଥପୁର ଥାନା ଆଙ୍କୁଲି ଶିଳ୍ପାଞ୍ଚଳସ୍ଥିତ ଗୋପାଳର ଘରକୁ ପହଞ୍ଚିଛନ୍ତି। ଗୋପାଳର ପତ୍ନୀ ଜୟନ୍ତୀ ଦାସ ଓ ପୁତୁରାକୁ କ୍ରାଇମବ୍ରାଞ୍ଚ ଟିମ୍‌ ପଚରାଉଚରା କରୁଛି। କ୍ରାଇମବ୍ରାଞ୍ଚ ଟିମ୍‌ ପୂର୍ବରୁ ଗୋପାଳର ଭାଇଙ୍କୁ ପଚରାଉଚରା କରିଥିଲେ। ସୂଚନାଯୋଗ୍ୟ, ନବ ଦାସଙ୍କୁ ହତ୍ୟା ଘଟଣାରେ କ୍ରାଇମବ୍ରାଞ୍ଚ ଅଭିଯୁକ୍ତ ଗୋପାଳ ଦାସକୁ ୪ ଦିନିଆ ରିମାଣ୍ଡରେ […]

ଭୁବନେଶ୍ବର: ମନ୍ତ୍ରୀ ନବ ଦାସଙ୍କୁ ହତ୍ୟା ଘଟଣାରେ କ୍ରାଇମବ୍ରାଞ୍ଚ ତଦନ୍ତ ଜାରି ରହିଛି। ଅଧିକ ତଥ୍ଯ ପାଇଁ କ୍ରାଇମବ୍ରାଞ୍ଚର ଏକ ୪ ଜଣିଆ ଟିମ୍‌ ବ୍ରହ୍ମପୁରର ବୈଦ୍ୟନାଥପୁର ଥାନା ଆଙ୍କୁଲି ଶିଳ୍ପାଞ୍ଚଳସ୍ଥିତ ଗୋପାଳର ଘରକୁ ପହଞ୍ଚିଛନ୍ତି। ଗୋପାଳର ପତ୍ନୀ ଜୟନ୍ତୀ ଦାସ ଓ ପୁତୁରାକୁ କ୍ରାଇମବ୍ରାଞ୍ଚ ଟିମ୍‌ ପଚରାଉଚରା କରୁଛି। କ୍ରାଇମବ୍ରାଞ୍ଚ ଟିମ୍‌ ପୂର୍ବରୁ ଗୋପାଳର ଭାଇଙ୍କୁ ପଚରାଉଚରା କରିଥିଲେ।

ଆହୁରି ପଢ଼ନ୍ତୁ: ଅସୁରକ୍ଷିତ ରାଜଧାନୀ: ଡେଲିଭରୀ ବୟଙ୍କୁ ଗୋଡ଼ାଇ ଗୋଡ଼ାଇ ଖଣ୍ଡାରେ ହାଣିଲେ ଦୁର୍ବୃତ୍ତ

ସୂଚନାଯୋଗ୍ୟ, ନବ ଦାସଙ୍କୁ ହତ୍ୟା ଘଟଣାରେ କ୍ରାଇମବ୍ରାଞ୍ଚ ଅଭିଯୁକ୍ତ ଗୋପାଳ ଦାସକୁ ୪ ଦିନିଆ ରିମାଣ୍ଡରେ ନେଇଛି। ଏହି ରିମାଣ୍ଡ ଅବଧି ଆଜି ସରିବ। କ୍ରାଇମବ୍ରାଞ୍ଚ ପୁଣି ତାଙ୍କୁ ରିମାଣ୍ଡରେ ନେବ କି ନାହିଁ ସ୍ପଷ୍ଟ ସୂଚନା ମିଳିପାରିନାହିଁ । କ୍ରାଇମବ୍ରାଞ୍ଚ ଗତ ୧ ତାରିଖରୁ ଗୋପାଳଙ୍କୁ ରିମାଣ୍ଡରେ ଆଣି ତନାଘନା କରୁଛି। ରିମାଣ୍ଡ ବେଳେ ଅନେକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ହାସଲ କରିଛି କ୍ରାଇମବ୍ରାଞ୍ଚ । ହେଲେ ଏଯାଏଁ ହତ୍ୟାର କାରଣ କ’ଣ ତାହା ଜଣାପଡ଼ିନାହିଁ। ଅଧିକ ତଦନ୍ତ ପାଇଁ ପୁଣି ଥରେ ଗୋପାଳ ଦାସଙ୍କୁ ରିମାଣ୍ଡରେ ଆଣିପାରେ କ୍ରାଇମବ୍ରାଞ୍ଚ । ସେହିପରି ଗୋପାଳ ଦାସଙ୍କୁ କ୍ରାଇମସ୍ପଟକୁ ନେଇ କ୍ରାଇମସିନ୍ ରିକ୍ରିଏସନ୍ କରିପାରେ କ୍ରାଇମବ୍ରାଞ୍ଚ । ଗୋପାଳଙ୍କ ଲିଙ୍କରେ ଯେଉଁମାନେ ରହିଛନ୍ତି ସମସ୍ତଙ୍କୁ ତଦନ୍ତ ପରିସରଭୁକ୍ତ କରାଯାଉଛି।

ଆହୁରି ପଢ଼ନ୍ତୁ: ଅସହ୍ୟ ଗରମ ଓ ଗୁଳୁଗୁଳିର କଲବଲ ରାଜଧାନୀବାସୀ; ସାଢ଼େ ୧୧ଟା ସୁଦ୍ଧା ୩୮ ଡିଗ୍ରୀ ତାପମାତ୍ରାରେ ୪୯ ଡିଗ୍ରୀ ପରି ତାତି

ଅନ୍ୟପଟେ, ନବ ଦାସ ହତ୍ୟା ମାମଲାର ତଦନ୍ତ କରୁଥିବା କ୍ରାଇମବ୍ରାଞ୍ଚକୁ ମିଳିଛି ଅଭିଯୁକ୍ତ ଗୋପାଳ ଦାସର ଡାଏରୀ। ତଦନ୍ତ ଅଗ୍ରଗତି ନେଇ ଆଜି କ୍ରାଇମବ୍ରାଞ୍ଚ ପକ୍ଷରୁ ଜାରି ସୂଚନାରେ ଡାଏରୀ ତଥ୍ୟ ବିଷୟରେ ଉଲ୍ଲେଖ କରାଯାଇଛି। ସେହିପରି ଝାରସୁଗୁଡ଼ା ଏୟାରପୋର୍ଟ ଥାନା ପାଇଖାନା ଟାଙ୍କିରୁ ମିଳିଥିବା ୨୨ ଟୁକୁଡ଼ା କାଗଜ ଚିହ୍ନଟ କରିଛି ଗୋପାଳ। ହାତଲେଖା ତା’ର ବୋଲି ଗୋପାଳ ଚିହ୍ନଟ କରିଥିବା କହିଛି କ୍ରାଇମବ୍ରାଞ୍ଚ। ଟୁକୁଡ଼ା କାଗଜକୁ ଯୋଡ଼ି ରହସ୍ୟ କାଢ଼ିବାକୁ ହ୍ୟାଣ୍ଡରାଇଟିଂ ଏକ୍ସପର୍ଟଙ୍କ ଉଦ୍ୟମ ଆରମ୍ଭ ହୋଇଛି। ଏହା ଗୋପାଳର ହାତ ଲେଖା କି ନୁହେଁ ତାହା ସ୍ପଷ୍ଟ ହେବାକୁ ପରୀକ୍ଷା ପାଇଁ ହ୍ୟାଣ୍ଡ ରାଇଟିଂ ଏଜେନ୍ସିକୁ ପଠାଯିବ ବୋଲି କ୍ରାଇମବ୍ରାଞ୍ଚ କହିଛି।

ଆହୁରି ପଢ଼ନ୍ତୁ: କୋଟିଆରେ ଆନ୍ଧ୍ର ପ୍ରଦେଶର ଆଦିବାସୀ କଲ୍ୟାଣ ମନ୍ତ୍ରୀ, ବିରୋଧରେ ଓଡିଶା ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲା ଓଡ଼ିଆ ଅସ୍ମିତା ପରିଷଦ

04 Feb 2023 By The Sakala

ମନ୍ତ୍ରୀ ନବ ଦାସଙ୍କ ହତ୍ୟା ମାମଲା, ଗୋପାଳ ଘରେ କ୍ରାଇମବ୍ରାଞ୍ଚ ଟିମ୍

ଭୁବନେଶ୍ବର: ମନ୍ତ୍ରୀ ନବ ଦାସଙ୍କୁ ହତ୍ୟା ଘଟଣାରେ କ୍ରାଇମବ୍ରାଞ୍ଚ ତଦନ୍ତ ଜାରି ରହିଛି। ଅଧିକ ତଥ୍ଯ ପାଇଁ କ୍ରାଇମବ୍ରାଞ୍ଚର ଏକ ୪ ଜଣିଆ ଟିମ୍‌ ବ୍ରହ୍ମପୁରର ବୈଦ୍ୟନାଥପୁର ଥାନା ଆଙ୍କୁଲି ଶିଳ୍ପାଞ୍ଚଳସ୍ଥିତ ଗୋପାଳର ଘରକୁ ପହଞ୍ଚିଛନ୍ତି। ଗୋପାଳର ପତ୍ନୀ ଜୟନ୍ତୀ ଦାସ ଓ ପୁତୁରାକୁ କ୍ରାଇମବ୍ରାଞ୍ଚ ଟିମ୍‌ ପଚରାଉଚରା କରୁଛି। କ୍ରାଇମବ୍ରାଞ୍ଚ ଟିମ୍‌ ପୂର୍ବରୁ ଗୋପାଳର ଭାଇଙ୍କୁ ପଚରାଉଚରା କରିଥିଲେ।

ସୂଚନାଯୋଗ୍ୟ, ନବ ଦାସଙ୍କୁ ହତ୍ୟା ଘଟଣାରେ କ୍ରାଇମବ୍ରାଞ୍ଚ ଅଭିଯୁକ୍ତ ଗୋପାଳ ଦାସକୁ ୪ ଦିନିଆ ରିମାଣ୍ଡରେ ନେଇଛି। ଏହି ରିମାଣ୍ଡ ଅବଧି ଆଜି ସରିବ। କ୍ରାଇମବ୍ରାଞ୍ଚ ପୁଣି ତାଙ୍କୁ ରିମାଣ୍ଡରେ ନେବ କି ନାହିଁ ସ୍ପଷ୍ଟ ସୂଚନା ମିଳିପାରିନାହିଁ । କ୍ରାଇମବ୍ରାଞ୍ଚ ଗତ ୧ ତାରିଖରୁ ଗୋପାଳଙ୍କୁ ରିମାଣ୍ଡରେ ଆଣି ତନାଘନା କରୁଛି। ରିମାଣ୍ଡ ବେଳେ ଅନେକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ହାସଲ କରିଛି କ୍ରାଇମବ୍ରାଞ୍ଚ । ହେଲେ ଏଯାଏଁ ହତ୍ୟାର କାରଣ କ’ଣ ତାହା ଜଣାପଡ଼ିନାହିଁ। ଅଧିକ ତଦନ୍ତ ପାଇଁ ପୁଣି ଥରେ ଗୋପାଳ ଦାସଙ୍କୁ ରିମାଣ୍ଡରେ ଆଣିପାରେ କ୍ରାଇମବ୍ରାଞ୍ଚ । ସେହିପରି ଗୋପାଳ ଦାସଙ୍କୁ କ୍ରାଇମସ୍ପଟକୁ ନେଇ କ୍ରାଇମସିନ୍ ରିକ୍ରିଏସନ୍ କରିପାରେ କ୍ରାଇମବ୍ରାଞ୍ଚ । ଗୋପାଳଙ୍କ ଲିଙ୍କରେ ଯେଉଁମାନେ ରହିଛନ୍ତି ସମସ୍ତଙ୍କୁ ତଦନ୍ତ ପରିସରଭୁକ୍ତ କରାଯାଉଛି।

ଅନ୍ୟପଟେ, ନବ ଦାସ ହତ୍ୟା ମାମଲାର ତଦନ୍ତ କରୁଥିବା କ୍ରାଇମବ୍ରାଞ୍ଚକୁ ମିଳିଛି ଅଭିଯୁକ୍ତ ଗୋପାଳ ଦାସର ଡାଏରୀ। ତଦନ୍ତ ଅଗ୍ରଗତି ନେଇ ଆଜି କ୍ରାଇମବ୍ରାଞ୍ଚ ପକ୍ଷରୁ ଜାରି ସୂଚନାରେ ଡାଏରୀ ତଥ୍ୟ ବିଷୟରେ ଉଲ୍ଲେଖ କରାଯାଇଛି। ସେହିପରି ଝାରସୁଗୁଡ଼ା ଏୟାରପୋର୍ଟ ଥାନା ପାଇଖାନା ଟାଙ୍କିରୁ ମିଳିଥିବା ୨୨ ଟୁକୁଡ଼ା କାଗଜ ଚିହ୍ନଟ କରିଛି ଗୋପାଳ। ହାତଲେଖା ତା’ର ବୋଲି ଗୋପାଳ ଚିହ୍ନଟ କରିଥିବା କହିଛି କ୍ରାଇମବ୍ରାଞ୍ଚ। ଟୁକୁଡ଼ା କାଗଜକୁ ଯୋଡ଼ି ରହସ୍ୟ କାଢ଼ିବାକୁ ହ୍ୟାଣ୍ଡରାଇଟିଂ ଏକ୍ସପର୍ଟଙ୍କ ଉଦ୍ୟମ ଆରମ୍ଭ ହୋଇଛି। ଏହା ଗୋପାଳର ହାତ ଲେଖା କି ନୁହେଁ ତାହା ସ୍ପଷ୍ଟ ହେବାକୁ ପରୀକ୍ଷା ପାଇଁ ହ୍ୟାଣ୍ଡ ରାଇଟିଂ ଏଜେନ୍ସିକୁ ପଠାଯିବ ବୋଲି କ୍ରାଇମବ୍ରାଞ୍ଚ କହିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର