ଚାକିରିରୁ ବିଦା ହେଲେ ନବରଙ୍ଗପୁର ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ ରାଉତ, ବାଧ୍ୟତାମୂଳକ ଅବସର ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଚାକିରିରୁ ବିଦା ହେଲେ ପ୍ରଶାନ୍ତ ରାଉତ । ନବରଙ୍ଗପୁର ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ ରାଉତଙ୍କୁ ଚାକିରିରୁ ବାଧ୍ୟତାମୁଳକ ଅବସର ଦିଆଯାଇଛି । ପ୍ରଶାନ୍ତଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୋଟି କୋଟି ଟଙ୍କା ବେଆଇନ ସମ୍ପତ୍ତି ଠୁଳ କରିଥିଲେ ପ୍ରଶାନ୍ତ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଦୁଇଦିନ ତଳେ ପ୍ରଶାନ୍ତ ରାଉତଙ୍କୁ ଗିରଫ କରିଥିଲା ଭିଜିଲାନ୍ସ ବିଭାଗ । ଆୟଠାରୁ ୫୦୦% ଅଧିକ ସମ୍ପତ୍ତି ଠାବ କରିଥିଲା ଭିଜିଲାନ୍ସ […]

ଭୁବନେଶ୍ୱର: ଚାକିରିରୁ ବିଦା ହେଲେ ପ୍ରଶାନ୍ତ ରାଉତ । ନବରଙ୍ଗପୁର ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ ରାଉତଙ୍କୁ ଚାକିରିରୁ ବାଧ୍ୟତାମୁଳକ ଅବସର ଦିଆଯାଇଛି । ପ୍ରଶାନ୍ତଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୋଟି କୋଟି ଟଙ୍କା ବେଆଇନ ସମ୍ପତ୍ତି ଠୁଳ କରିଥିଲେ ପ୍ରଶାନ୍ତ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଦୁଇଦିନ ତଳେ ପ୍ରଶାନ୍ତ ରାଉତଙ୍କୁ ଗିରଫ କରିଥିଲା ଭିଜିଲାନ୍ସ ବିଭାଗ । ଆୟଠାରୁ ୫୦୦% ଅଧିକ ସମ୍ପତ୍ତି ଠାବ କରିଥିଲା ଭିଜିଲାନ୍ସ । ୩ କୋଟିରୁ ଅଧିକ ନଗଦ ଟଙ୍କା ସହ ମୋଟ ୫ କୋଟି ଆୟ ବହିର୍ଭୂତ ସମ୍ପତ୍ତି ଠାବ ହୋଇଛି ତାଙ୍କଠାରୁ ।

About The Author: The Sakala