ମର୍ମଦୁନ୍ତ ସଡ଼କ ଦୁର୍ଘଟଣାରେ ୩ ବାଇକ୍ ଆରୋହୀ ମୃତ, ୪ ବର୍ଷର ଶିଶୁ ଗୁରୁତର

The Sakala Picture
Published On

ଉମରକୋଟ: ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ଚାଲିଗଲା ୩ ବାଇକ ଆରୋହୀଙ୍କ ଜୀବନ । ନବରଙ୍ଗପୁର ଠାରୁ ଉମରକୋଟକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାର ବକଡାବେଡା ନିକଟରେ ପିକଅପ ଭ୍ୟାନ ଓ ବାଇକ ମୁହାଁମୁହିଁ ଧକ୍କା ହେବ ଯୋଗୁଁ ଘଟଣାସ୍ଥଳରେ ୩ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଛି । ସୂଚନା ଅନୁସାରେ, ୨ ଜଣ ପୁରୁଷ ଓ ଜଣେ ମହିଳା ୪ ବର୍ଷର ଶିଶୁକୁ ଧରି ଗୋଟିଏ ବାଇକରେ ଧୋଡ୍ରା ମଣ୍ଡେଇ ଦେଖି ଆସୁଥିଲେ । ଫେରିବା ସମୟରେ […]

ଉମରକୋଟ: ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ଚାଲିଗଲା ୩ ବାଇକ ଆରୋହୀଙ୍କ ଜୀବନ । ନବରଙ୍ଗପୁର ଠାରୁ ଉମରକୋଟକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାର ବକଡାବେଡା ନିକଟରେ ପିକଅପ ଭ୍ୟାନ ଓ ବାଇକ ମୁହାଁମୁହିଁ ଧକ୍କା ହେବ ଯୋଗୁଁ ଘଟଣାସ୍ଥଳରେ ୩ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଛି ।

ଆହୁରି ପଢ଼ନ୍ତୁ: ପାଠ୍ୟପୁସ୍ତକରେ ବ୍ୟାପକ ତ୍ରୁଟି ପ୍ରସଙ୍ଗରେ ସରକାରଙ୍କ ଉପରେ ବର୍ଷିଲା ବିଜେଡି, '୩ ମାସ ପରେ ମଧ୍ୟ ତ୍ରୁଟିଶୂନ୍ୟ ପୁସ୍ତକ ପ୍ରଦାନରେ ରାଜ୍ୟ ସରକାର ବିଫଳ'

ସୂଚନା ଅନୁସାରେ, ୨ ଜଣ ପୁରୁଷ ଓ ଜଣେ ମହିଳା ୪ ବର୍ଷର ଶିଶୁକୁ ଧରି ଗୋଟିଏ ବାଇକରେ ଧୋଡ୍ରା ମଣ୍ଡେଇ ଦେଖି ଆସୁଥିଲେ । ଫେରିବା ସମୟରେ ଉମରକୋଟ ଥାନା ବକଡାବେଡା ନିକଟରେ ପିକଅପ ଭ୍ୟାନ ଓ ବାଇକଟି ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ଘଟଣାସ୍ଥଳରେ ୩ ଜଣ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଥିଲା । ମୃତକଙ୍କ ମଧ୍ୟରେ ଅଛନ୍ତି ଜଣେ ମହିଳା । ତେବେ ବାଇକରେ ଥିବା ଶିଶୁଟି ଆହତ ହୋଇଥିଲା । ଶିଶୁକୁ ଉଦ୍ଧାର କରାଯାଇ ଉମରକୋଟ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ଘଟଣାର ତଦନ୍ତ କରୁଛି। ମୃତକଙ୍କ ପରିଚୟ ମିଳିପାରି ନାହିଁ।

ଆହୁରି ପଢ଼ନ୍ତୁ: ପୋଖରୀରେ ବୁଡ଼ିଯାଉଥିଲେ ୨ ଛୋଟ ଝିଅ, ବଞ୍ଚାଇବାକୁ ଯାଇ ନିଜ ଜୀବନ ହାରିଲେ ସସ୍ମିତା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର