ବଡ଼ ଭାଇ ଓ ଭଉଣୀଙ୍କ ପରେ ବଡ଼ଦାଣ୍ଡରେ ଗଡ଼ିଲା କାଳିଆ ସାଆନ୍ତଙ୍କ ନନ୍ଦିଘୋଷ ରଥ

The Sakala Picture
Published On

ପୁରୀ : ପ୍ରଥମେ ପ୍ରଭୁ ଶ୍ରୀବଳଭଦ୍ରଙ୍କ ତାଳଧ୍ୱଜ, ତାପରେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଗଡ଼ିବା ପରେ ଏବେ ମହାପ୍ରଭୁ ଜଗନ୍ନାଥଙ୍କ ନନ୍ଦିଘୋଷ ରଥଟଣା ଆରମ୍ଭ ହୋଇଛି। ଏହି ରଥକୁ ଭକ୍ତମାନେ ଟାଣି ନେଉଛନ୍ତି। ଶ୍ରୀକ୍ଷେତ୍ରରେ ପ୍ରବଳ ଜନଗହଳି ପରିଲକ୍ଷିତ ହୋଇଛି। ଏଣେ ଜୟ ଜଗନ୍ନାଥ ଧ୍ବନିରେ ପ୍ରକମ୍ପିତ ହେଉଛି ବଡ଼ଦାଣ୍ଡ। ରତ୍ନବେଦୀରୁ ଜନ୍ମବେଦୀକୁ ଯାତ୍ରା ଆରମ୍ଭ କରିଛନ୍ତି କଳାଠାକୁର।ଘଣ୍ଟକାହାଳୀ ସହ ମୃର୍ଦ୍ଦଳର ତାଳେ ତାଳେ ଆଗେଇଚାଲିଛି ନଟିଆ ଠାକୁରଙ୍କ ରଥ ନନ୍ଦିଘୋଷ ।ଜନସମୁଦ୍ର ପାଲଟିଛି ଶ୍ରୀକ୍ଷେତ୍ର । […]

ପୁରୀ : ପ୍ରଥମେ ପ୍ରଭୁ ଶ୍ରୀବଳଭଦ୍ରଙ୍କ ତାଳଧ୍ୱଜ, ତାପରେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଗଡ଼ିବା ପରେ ଏବେ ମହାପ୍ରଭୁ ଜଗନ୍ନାଥଙ୍କ ନନ୍ଦିଘୋଷ ରଥଟଣା ଆରମ୍ଭ ହୋଇଛି। ଏହି ରଥକୁ ଭକ୍ତମାନେ ଟାଣି ନେଉଛନ୍ତି। ଶ୍ରୀକ୍ଷେତ୍ରରେ ପ୍ରବଳ ଜନଗହଳି ପରିଲକ୍ଷିତ ହୋଇଛି। ଏଣେ ଜୟ ଜଗନ୍ନାଥ ଧ୍ବନିରେ ପ୍ରକମ୍ପିତ ହେଉଛି ବଡ଼ଦାଣ୍ଡ।

ଆହୁରି ପଢ଼ନ୍ତୁ: ତାତିରୁ ଆଶ୍ବସ୍ତି ଦେଲା କାଳବୈଶାଖୀ: ଭୁବନେଶ୍ୱରରେ ପବନ-ଘଡଘଡି ସହ କୁଆପଥର ବର୍ଷା

ରତ୍ନବେଦୀରୁ ଜନ୍ମବେଦୀକୁ ଯାତ୍ରା ଆରମ୍ଭ କରିଛନ୍ତି କଳାଠାକୁର।ଘଣ୍ଟକାହାଳୀ ସହ ମୃର୍ଦ୍ଦଳର ତାଳେ ତାଳେ ଆଗେଇଚାଲିଛି ନଟିଆ ଠାକୁରଙ୍କ ରଥ ନନ୍ଦିଘୋଷ ।ଜନସମୁଦ୍ର ପାଲଟିଛି ଶ୍ରୀକ୍ଷେତ୍ର । ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମ ଜନସମୁଦ୍ର ସୃଷ୍ଟି କରିଛି ବଡଦାଣ୍ଡରେ । ଆଜି ଭକ୍ତ ଭଗବାନଙ୍କ ମଧ୍ୟରେ ଚାଲିଛି ଅପୂର୍ବ ମିଳନ । ଭାଇ ଭଉଣୀଙ୍କୁ ସାଙ୍ଗରେ ନେଇ ମାଉସୀ ଘର ଅଭିମୁଖେ ଯାତ୍ରା ଆରମ୍ଭ କରିଛନ୍ତି ମହାପ୍ରଭୁ । ଶ୍ରଦ୍ଧାର ଦଉଡିରେ ତିନି ଠାକୁରଙ୍କ ରଥକୁ ଟାଣି ଟାଣି ନେଉଛନ୍ତି ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ ।

ଆହୁରି ପଢ଼ନ୍ତୁ: ଆଜି ଶଙ୍ଖ ଭବନରେ ବିଜେଡିର ଗୁରୁତ୍ୱପୂର୍ଣ୍ଣ ବୈଠକ; ପରାଜିତ ନେତାଙ୍କ ସହ କଥା ହେବେ ନବୀନ

ପରମ୍ପରା ଅନୁସାରେ ପ୍ରଥମେ ଶ୍ରୀ ବଳଭଦ୍ରଙ୍କର ରଥ ଟଣା ଆରମ୍ଭ ହୋଇଥିଲା। ରଥରେ ଅଶ୍ୱ ଯୋଖା ହେବା ପରେ ତାଳଧ୍ୱଜ ରଥ ଟଣା ଆରମ୍ଭ ହୋଇଥିଲା । ବିଭିନ୍ନ ନୀତିକାନ୍ତି ପରେ ନିର୍ଦ୍ଧାରିତ ସମୟ ଠାରୁ ପ୍ରାୟ ଦେଢ ଘଣ୍ଟା ପୂର୍ବରୁ ତାଳଧ୍ୱଜ ରଥ ମାଉସୀ ମା’ ଅଭିମୁଖେ ଗଡିଛି । ଡାହୁକ ରଥ ଉପରେ ଛିଡା ହୋଇ ଲମ୍ବା ବେତ ଧରି ଭକ୍ତ ମାନଙ୍କୁ ରଥ ଟାଣିବାକୁ ଉତ୍ସାହିକ କରୁଛନ୍ତି । ରଥ ଗଡିବା ଆରମ୍ଭ ହେବା ମାତ୍ରେ ବଡଦାଣ୍ଡ ହରିବୋଲ ଓ ହୁଳହୁଳି ପ୍ରକମ୍ପିତ ହୋଇ ଉଠିଛି।ପ୍ରଥମେ ବଡଭାଇ ପ୍ରଭୁ ଶ୍ରୀବଳଭଦ୍ରଙ୍କ ରଥଟଣା ଯିବା ପରେ ହଳଦୀମୁହିଁ ଦେବୀ ସୁଭଦ୍ରାଙ୍କ ରଥଟଣା ହୋଇଥିଲା। ଏହାପରେ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥଟଣା ଆରମ୍ଭ ହୋଇଛି ।ସର୍ବ ଧର୍ମ ନିର୍ବିଶେଷରେ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ ଭକ୍ତ ରଥ ଦଉଡ଼ି ଧାରଣ ପୂର୍ବକ ଆନନ୍ଦ ମନରେ ରଥକୁ ଟାଣିଥାନ୍ତି । ଭକ୍ତମାନଙ୍କ ହରିବୋଲ, ହୁଳହୁଳି, ସଂକୀର୍ତ୍ତନ ଇତ୍ୟାଦିରେ ସମଗ୍ର ବଡ଼ଦାଣ୍ଡ ଏକ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଥାଏ। ତାଳଧ୍ୱଜ ରଥ ପରେ ଦେବୀ ସୁଭଦ୍ରାଙ୍କ ଦେବଦଳନ ଓ ଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଟଣା ଯାଇଥାଏ ।ଭାଇ ଭଉଣୀଙ୍କୁ ସାଙ୍ଗରେ ଧରି ମାଉସୀ ମା ଯିବେ କାଳିଆ ଠାକୁର । ଗୁଣ୍ଡିଚା ମନ୍ଦିରରେ ଚାଲିବ ତିନି ଠାକୁରଙ୍କ ଲୀଳାଖେଳା ।

ଆହୁରି ପଢ଼ନ୍ତୁ: ଦୀଘା ଜଗନ୍ନାଥ ମନ୍ଦିରରୁ ‘ଧାମ’ ଶବ୍ଦ ହଟାଇଲେ ବେଙ୍ଗଲ ସରକାର, ଲେଖା ହେଲା ଜଗନ୍ନାଥ ସାଂସ୍କୃତିକ କେନ୍ଦ୍ର

ଏହା ପୂର୍ବରୁ ଶଙ୍କରାଚାର୍ଯ୍ୟ ମହାପ୍ରଭୁଙ୍କୁ ଦର୍ଶନ କରିବା ପରେ ତିନି ରଥରେ ପୁରୀର ଗଜପତି ମହାରାଜା ଦିବ୍ୟସିଂହ ଦେବ ‘ଛେରାପହଁରା’ କରିଥିଲେ। ଗଜପତି ମହରାଜ ଦିବ୍ୟସିଂହ ଦେବ ଶ୍ରୀନଅରରୁ ତାମଯାନରେ ଆସି ରଥ ଉପରେ ପହଞ୍ଚିବା ପରେ ରାଜାବେଶରେ ରଥ ଉପରେ ଛେରାପହଁରା ନୀତି କରିଥିଲେ। ପରମ୍ପରା ଅନୁଯାୟୀ ସେ ପ୍ରଥମେ ତାଳଧ୍ବଜ ରଥରେ ଛେରାପହଁରା ସଂପନ୍ନ କରିଥିଲେ। ମହାପ୍ରଭୁଙ୍କ ଆଦ୍ୟ ସେବକ ଗଜପତି ମହାରାଜ ପ୍ରଥମେ ସୁବାସିତ ଜଳ ସିଞ୍ଚନ କରି ରଥକୁ ସୁବର୍ଣ୍ଣ ସମାର୍ଜନୀରେ ପରିଷ୍କୃତ କରିଥିଲେ।

01 Jul 2022 By The Sakala

ବଡ଼ ଭାଇ ଓ ଭଉଣୀଙ୍କ ପରେ ବଡ଼ଦାଣ୍ଡରେ ଗଡ଼ିଲା କାଳିଆ ସାଆନ୍ତଙ୍କ ନନ୍ଦିଘୋଷ ରଥ

ପୁରୀ : ପ୍ରଥମେ ପ୍ରଭୁ ଶ୍ରୀବଳଭଦ୍ରଙ୍କ ତାଳଧ୍ୱଜ, ତାପରେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଗଡ଼ିବା ପରେ ଏବେ ମହାପ୍ରଭୁ ଜଗନ୍ନାଥଙ୍କ ନନ୍ଦିଘୋଷ ରଥଟଣା ଆରମ୍ଭ ହୋଇଛି। ଏହି ରଥକୁ ଭକ୍ତମାନେ ଟାଣି ନେଉଛନ୍ତି। ଶ୍ରୀକ୍ଷେତ୍ରରେ ପ୍ରବଳ ଜନଗହଳି ପରିଲକ୍ଷିତ ହୋଇଛି। ଏଣେ ଜୟ ଜଗନ୍ନାଥ ଧ୍ବନିରେ ପ୍ରକମ୍ପିତ ହେଉଛି ବଡ଼ଦାଣ୍ଡ।

ରତ୍ନବେଦୀରୁ ଜନ୍ମବେଦୀକୁ ଯାତ୍ରା ଆରମ୍ଭ କରିଛନ୍ତି କଳାଠାକୁର।ଘଣ୍ଟକାହାଳୀ ସହ ମୃର୍ଦ୍ଦଳର ତାଳେ ତାଳେ ଆଗେଇଚାଲିଛି ନଟିଆ ଠାକୁରଙ୍କ ରଥ ନନ୍ଦିଘୋଷ ।ଜନସମୁଦ୍ର ପାଲଟିଛି ଶ୍ରୀକ୍ଷେତ୍ର । ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମ ଜନସମୁଦ୍ର ସୃଷ୍ଟି କରିଛି ବଡଦାଣ୍ଡରେ । ଆଜି ଭକ୍ତ ଭଗବାନଙ୍କ ମଧ୍ୟରେ ଚାଲିଛି ଅପୂର୍ବ ମିଳନ । ଭାଇ ଭଉଣୀଙ୍କୁ ସାଙ୍ଗରେ ନେଇ ମାଉସୀ ଘର ଅଭିମୁଖେ ଯାତ୍ରା ଆରମ୍ଭ କରିଛନ୍ତି ମହାପ୍ରଭୁ । ଶ୍ରଦ୍ଧାର ଦଉଡିରେ ତିନି ଠାକୁରଙ୍କ ରଥକୁ ଟାଣି ଟାଣି ନେଉଛନ୍ତି ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ ।

ପରମ୍ପରା ଅନୁସାରେ ପ୍ରଥମେ ଶ୍ରୀ ବଳଭଦ୍ରଙ୍କର ରଥ ଟଣା ଆରମ୍ଭ ହୋଇଥିଲା। ରଥରେ ଅଶ୍ୱ ଯୋଖା ହେବା ପରେ ତାଳଧ୍ୱଜ ରଥ ଟଣା ଆରମ୍ଭ ହୋଇଥିଲା । ବିଭିନ୍ନ ନୀତିକାନ୍ତି ପରେ ନିର୍ଦ୍ଧାରିତ ସମୟ ଠାରୁ ପ୍ରାୟ ଦେଢ ଘଣ୍ଟା ପୂର୍ବରୁ ତାଳଧ୍ୱଜ ରଥ ମାଉସୀ ମା’ ଅଭିମୁଖେ ଗଡିଛି । ଡାହୁକ ରଥ ଉପରେ ଛିଡା ହୋଇ ଲମ୍ବା ବେତ ଧରି ଭକ୍ତ ମାନଙ୍କୁ ରଥ ଟାଣିବାକୁ ଉତ୍ସାହିକ କରୁଛନ୍ତି । ରଥ ଗଡିବା ଆରମ୍ଭ ହେବା ମାତ୍ରେ ବଡଦାଣ୍ଡ ହରିବୋଲ ଓ ହୁଳହୁଳି ପ୍ରକମ୍ପିତ ହୋଇ ଉଠିଛି।ପ୍ରଥମେ ବଡଭାଇ ପ୍ରଭୁ ଶ୍ରୀବଳଭଦ୍ରଙ୍କ ରଥଟଣା ଯିବା ପରେ ହଳଦୀମୁହିଁ ଦେବୀ ସୁଭଦ୍ରାଙ୍କ ରଥଟଣା ହୋଇଥିଲା। ଏହାପରେ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥଟଣା ଆରମ୍ଭ ହୋଇଛି ।ସର୍ବ ଧର୍ମ ନିର୍ବିଶେଷରେ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ ଭକ୍ତ ରଥ ଦଉଡ଼ି ଧାରଣ ପୂର୍ବକ ଆନନ୍ଦ ମନରେ ରଥକୁ ଟାଣିଥାନ୍ତି । ଭକ୍ତମାନଙ୍କ ହରିବୋଲ, ହୁଳହୁଳି, ସଂକୀର୍ତ୍ତନ ଇତ୍ୟାଦିରେ ସମଗ୍ର ବଡ଼ଦାଣ୍ଡ ଏକ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଥାଏ। ତାଳଧ୍ୱଜ ରଥ ପରେ ଦେବୀ ସୁଭଦ୍ରାଙ୍କ ଦେବଦଳନ ଓ ଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଟଣା ଯାଇଥାଏ ।ଭାଇ ଭଉଣୀଙ୍କୁ ସାଙ୍ଗରେ ଧରି ମାଉସୀ ମା ଯିବେ କାଳିଆ ଠାକୁର । ଗୁଣ୍ଡିଚା ମନ୍ଦିରରେ ଚାଲିବ ତିନି ଠାକୁରଙ୍କ ଲୀଳାଖେଳା ।

ଏହା ପୂର୍ବରୁ ଶଙ୍କରାଚାର୍ଯ୍ୟ ମହାପ୍ରଭୁଙ୍କୁ ଦର୍ଶନ କରିବା ପରେ ତିନି ରଥରେ ପୁରୀର ଗଜପତି ମହାରାଜା ଦିବ୍ୟସିଂହ ଦେବ ‘ଛେରାପହଁରା’ କରିଥିଲେ। ଗଜପତି ମହରାଜ ଦିବ୍ୟସିଂହ ଦେବ ଶ୍ରୀନଅରରୁ ତାମଯାନରେ ଆସି ରଥ ଉପରେ ପହଞ୍ଚିବା ପରେ ରାଜାବେଶରେ ରଥ ଉପରେ ଛେରାପହଁରା ନୀତି କରିଥିଲେ। ପରମ୍ପରା ଅନୁଯାୟୀ ସେ ପ୍ରଥମେ ତାଳଧ୍ବଜ ରଥରେ ଛେରାପହଁରା ସଂପନ୍ନ କରିଥିଲେ। ମହାପ୍ରଭୁଙ୍କ ଆଦ୍ୟ ସେବକ ଗଜପତି ମହାରାଜ ପ୍ରଥମେ ସୁବାସିତ ଜଳ ସିଞ୍ଚନ କରି ରଥକୁ ସୁବର୍ଣ୍ଣ ସମାର୍ଜନୀରେ ପରିଷ୍କୃତ କରିଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର